ପଶ୍ଚିମବଙ୍ଗ ପରେ ଝାଡ଼ଖଣ୍ଡରେ ବଢ଼ିଲା ଲକ୍‌ଡାଉନ

ରାଞ୍ଚି,୨୭।୬: ସାରା ଦେଶରେ କରୋନା ସଙ୍କଟ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ନିୟନ୍ତ୍ରଣାଧିନ ହୋଇପାରୁ ନ ଥିବାରୁ ଏହାକୁ ଦୃଷ୍ଟିରେ ରଖି କେତେକ ରାଜ୍ୟରେ ଲକ୍‌ଡାଉନ ଅବଧିକୁ ବୃଦ୍ଧି କରିଯିବାକୁ ନିଷ୍ପତ୍ତି ନିଆଯାଉଛି। ଇତିମଧ୍ୟରେ ପଶ୍ଚିମବଙ୍ଗ ପରେ ଏବେ ଝାଡ଼ଖଣ୍ଡ ସରକାର ରାଜ୍ୟରେ ଲକ୍‌ଡାଉନ ଅବଧି ବୃଦ୍ଦି କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ରାଜ୍ୟରେ ଜୁଲାଇ ୩୧ଯାଏଁ ଲକ୍‌ଡାଉନ ବୃଦ୍ଧି କରିଛନ୍ତି। ପୂର୍ବପରି ଏବେ ବି ରାଜ୍ୟରେ ସମସ୍ତ ପ୍ରତିବନ୍ଧକ ଜାରି ରହିବ। ଧାର୍ମିକ ସ୍ଥଳରେ ଲୋକମାନଙ୍କୁ ଏକତ୍ରିତ ହେବାକୁ ବାରଣ କରାଯାଇଥିବା ବେଳେ ସାମାଜିକ, ରାଜନୈତିକ ଆଦି ସମାବେଶ ଉପରେ କଟକଣା ବଳବତ୍ତର ରଖାଯାଇଛି। ସେହିପରି ରାଜ୍ୟ ବାହାରୁ ଲୋକଙ୍କ ପ୍ରବେଶ ଉପରେ କଟକଣା ଲଗାଯିବ ସହ ବସ୍‌ ଚଳାଚଳ, ସପିଂ ମଲ୍‌, ସେଲୁନ, ପାର୍ଲର ସ୍କୁଲ, କଲେଜ ସବୁ ପୂର୍ବପରି ବନ୍ଦ ରହିବ। କେବଳ ଜରୁରୀ ସେବାକୁ ଛାଡିଦେଲେ ରାତି ୯ଟାରୁ ସକାଳ ୫ଟା ଯାଏଁ ଲୋକଙ୍କ ଯାତାୟତ ଉପରେ କଟକଣା ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। କରୋନା ସହ ସଂଘର୍ଷରେ ଜନତାଙ୍କ ସହଯୋଗ ଯୋଗୁ ରାଜ୍ୟସରକାର ଅପେକ୍ଷାଠାରୁ ଅଧିକ ସଫଳତା ପାଇଛନ୍ତି। କିନ୍ତୁ ସଂଗ୍ରାମ ଏବେ ଜାରି ରହିଛି। ତେବେ ପରିସ୍ଥିତିର ଗମ୍ଭୀରତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ପଦକ୍ଷେପ ଗ୍ରହଣ କରିଛନ୍ତି ବୋଲି ସୋରେନ କହିଛନ୍ତି। ତେବେ ଲକ୍‌ଡାଉନ ସମୟରେ କଟକଣା ଉପରେ ଲୋକଙ୍କୁ କିଛି ରିହାତି ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri