ନୂଆପଡା ଜିତୁ ଜିତୁ ନବୀନଙ୍କୁ ସିଧା ଶୁଣାଇଦେଲେ ମୋହନ

ଭୁବନେଶ୍ୱର,୧୪।୧୧: ନୂଆପଡାରେ ଭାଜପାର ବିପୁଳ ବିଜୟ ହୋଇଛି । ନୂଆପଡାର ଏହି ଐତିହାସିକ ବିଜୟକୁ ବିଜେପି କାର୍ଯ୍ୟାଳୟରେ ବାଣ ଫୁଟାଇ ବିଜୟ ଉତ୍ସବ ପାଳନ କରାଯାଉଛି । ଭାଜପା କାର୍ଯ୍ୟାଳରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନୂଆପଡାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି ନୂଆପଡା ଫଳାଫଳ ଐତିହାସିକ । ନୂଆପଡା ବିକାଶର ପ୍ରତିଶ୍ରୁତି ଦେଉଛି । ଏହି ବିଜୟ ନୂଆପଡାବାସୀଙ୍କ ବିଜୟ ବୋଲି କହିଛନ୍ତି ରାଜ୍ୟ ସଭାପତି ମନମୋହନ ସାମଲ । ଏହି ବିଜୟ ବିଶ୍ବାସ ଓ ବିଶ୍ବସନୀୟତାର ବିଜୟ । ନୂଆପଡର ଇତିହାସ ସୃଷ୍ଟି କରିଛନ୍ତି ବୋଲି କହିଛନ୍ତି ମନମୋହନ ସାମଲ ।

ନୂଆପଡ଼ା ଉପ-ନିର୍ବାଚନରେ ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ବାଜି ମାରିଛନ୍ତି । ବିଜେଡି ଓ କଂଗ୍ରେସ ପ୍ରାର୍ଥୀଙ୍କୁ ବହୁ ପଛରେ ପକାଇବା ପରେ ଏବେ ସବୁଠି ଗୋଟିଏ ଚର୍ଚ୍ଚା ‘ଓଡ଼ିଶାରେ ସରକାର ଯାହାର, ଉପ ନିର୍ବାଚନ ତାହାର’ । ୨୦୧୯ ପରଠାରୁ ଓଡ଼ିଶାରେ ଯେତେ ବି ଉପ ନିର୍ବାଚନ ହୋଇଛି, ତାହା ଭିତରୁ କେବଳ ଧାମନଗର ଉପ ନିର୍ବାଚନକୁ ଛାଡ଼ିଦେଲେ ଆଉ ସବୁଠି ଶାସକ ଦଳ ବାଜି ମାରିଛି । ୨୦୧୯ର ବିଜେପୁର ଉପ ର୍ନିବାଚନ ହେଉ କି ୨୦୨୦ର ବାଲେଶ୍ୱର, ର୍ତିତ୍ତୋଲ ଉପ ର୍ନିବାଚନ । ସବୁଠି ବାଜି ମାରିଥିଲା ଶାସକ ଦଳ । ଖାଲି ସେତିକି ନୁହେଁ, ଏହାବ୍ୟତୀତ ପିପିଲି, ବ୍ରଜରାଜନଗର, ପଦ୍ମପୁର, ଝାରସୁଗୁଡ଼ାରେ ମଧ୍ୟ ଉପ ନିର୍ବାଚନ ହେଇଥିଲା, ଆଉ ଏହି ସବୁ ଉପ ର୍ନିବାଚନରେ ବାଜି ମାରିଥିଲା ଶାସକ ଦଳ । କେବଳ ଧାମନଗରରେ ସେତେବେଳେ ବିରୋଧୀ ଆସନରେ ଥିବା ବିଜେପି, ଶାସକ ଦଳରେ ଥିବା ବିଜେଡିକୁ ଚକମା ଦେଇ ହାର୍‌ ମାରିନେଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri