Posted inଖେଳ

ଟି୨୦ ବିଶ୍ୱକପ ବିଜୟ ପରେ ଏବେ ହାତକୁ ଦି’ ହାତ ହେବେ ଏହି କ୍ରିକେଟର୍‌: ବଣ୍ଟାହେଲାଣି କାର୍ଡ

ନୂଆଦିଲ୍ଲୀ,୧୦।୩: ଭାରତୀୟ କ୍ରିକେଟ ଦଳ ଐତିହାସିକ ଟି୨୦ ବିଶ୍ୱକପ ବିଜୟର ସେଲିବ୍ରେଶନ୍‌ରେ ବ୍ୟସ୍ତ। ଏସବୁ ଭିତରେ ଟିମ ଇଣ୍ଡିଆର ଜଣେ ଷ୍ଟାର ଖେଳାଳି ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ସେ ହେଉଛନ୍ତି ଭାରତୀୟ କ୍ରିକେଟ ଦଳର ଷ୍ଟାର ଚାଇନାମ୍ୟାନ ସ୍ପିନର କୁଲଦୀପ ଯାଦବ। କୁଲଦୀପ ପିଲାଦିନର ବନ୍ଧୁ ବଂଶିକାଙ୍କୁ ବିବାହ କରିବେ। ବିବାହ ୧୪ ମାର୍ଚ୍ଚରେ ସ୍ଥିର ହୋଇଛି ଏବଂ ବିବାହ ଉତ୍ତରାଖଣ୍ଡର ମସୁରୀର ହିଲ ଷ୍ଟେଶନରେ ହେବ। ବିବାହର ତିନି ଦିନ ପରେ ମାର୍ଚ୍ଚ ୧୩ରେ ହଳଦୀ ଏବଂ ମେହେନ୍ଦି ଉତ୍ସବ ଅନୁଷ୍ଠିତ ହେବ। ମାର୍ଚ୍ଚ ୧୭ରେ ଲକ୍ଷ୍ନୌର ହୋଟେଲ ସେଣ୍ଟ୍ରମରେ ରିସେସ୍ପନ୍‌ ଅନୁଷ୍ଠିତ ହେବ। ଏହି ରିସେସ୍ପନ୍‌ ରେ ଅନେକ ଭାରତୀୟ କ୍ରିକେଟ ଖେଳାଳି, ବଲିଉଡ ତାରକା ଏବଂ ଉତ୍ତର ପ୍ରଦେଶର ପ୍ରମୁଖ ରାଜନେତା ଯୋଗଦେବାର ଆଶା କରାଯାଉଛି।

ସଚିନ ରେନ୍ଦୁଲକରଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବୁମ୍‌ରା: ଏହି ମାମଲାରେ…

କୁଲଦୀପଙ୍କ ଭାବି ସ୍ତ୍ରୀ ବଂଶିକା କାନପୁରର ଶ୍ୟାମ ନଗରର ବାସିନ୍ଦା ଏବଂ LICରେ କାମ କରନ୍ତି। କୁଲଦୀପ ଏବଂ ବଂଶିକା ପିଲାଦିନରୁ ପରସ୍ପରକୁ ଜାଣିଛନ୍ତି ଏବଂ ସେମାନଙ୍କ ବନ୍ଧୁତା ଧୀରେ ଧୀରେ ପ୍ରେମରେ ପରିଣତ ହୋଇଥିଲା। ସେମାନଙ୍କର ନିର୍ବନ୍ଧ ଜୁନ ୪, ୨୦୨୫ରେ ଲକ୍ଷ୍ନୌରେ ହୋଇଥିଲା।
ଟି-୨୦ ବିଶ୍ୱକପରେ କୁଲଦୀପଙ୍କୁ ବହୁତ ସୁଯୋଗ ମିଳି ନ ଥିଲା। ତାଙ୍କୁ କେବଳ ଗୋଟିଏ ମ୍ୟାଚ ପାଇଁ ପ୍ଲେଇଂ ଇଲେଭେନରେ ସାମିଲ କରାଯାଇଥିଲା। ସେ ପାକିସ୍ତାନ ବିପକ୍ଷରେ ପଡ଼ିଆକୁ ଓହ୍ଲାଇଥିଲେ। ସେହି ମ୍ୟାଚ୍‌ରେ ସେ ୧୪ ରନ ଦେଇ ଗୋଟିଏ ଉଇକେଟ ନେଇଥିଲେ ଏବଂ ଦଳର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ।

bsp;

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହାଇଡ୍ରାମା: ରଜତ ପାଟିଦାରଙ୍କ ଆଉଟ୍‌କୁ ନେଇ ଅମ୍ପାୟାରଙ୍କ ସହ କୋହଲିଙ୍କ ଝଗଡ଼ା

ଅହମ୍ମଦାବାଦ,୩୦।୪: ଆଇପିଏଲ ୨୦୨୬ରେ ପୁଣି ଏକ ବଡ଼ ବିବାଦ ସାମ୍ନାକୁ ଆସିଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (RCB)ର ଅଧିନାୟକ ରଜତ ପାଟିଦାରଙ୍କ…

ଭୀଷଣ ବର୍ଷା, ବେଙ୍ଗାଲୁରୁ ସହର ଜଳାର୍ଣ୍ଣବ

ବେଙ୍ଗାଲୁରୁ,୩୦ା୪: ବେଙ୍ଗାଲୁରୁରେ ଅଚାନକ ଭାବେ ଆରମ୍ଭ ହୋଇଥିବା ବର୍ଷା ପରବର୍ତ୍ତୀ ସମୟରେ ଭୀଷଣ ରୂପ ନେବାରୁ ସାରା ସହର ଜଳାର୍ଣ୍ଣବ ହୋଇପଡ଼ିଛି। ସହରର ବିଭିନ୍ନ ଅଞ୍ଚଳ ଜଳବନ୍ଦୀ…

ପୁଅକୁ ଦୋକାନରେ ବସାଇ ଜଳଖିଆ ଖାଇବାକୁ ଯାଇଥିଲେ ବାପା, ଆସିଲା ବେଳକୁ…

ଅତାବିରା,୩୦।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ମୁଖ୍ୟ ବଜାର ସମ୍ମୁଖ ଏକ ପାନ ଦେକାନ ଫ୍ରିଜରେ ଲାଗିଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଗୁରୁବାର ସନ୍ଧ୍ୟାରେ…

ଏକ୍‌ଜିଟ୍‌ ପୋଲ୍‌କୁ ନେଇ ମମତାଙ୍କ ବଡ଼ ବୟାନ

କୋଲକାତା,୩୦ା୪: ପଶ୍ଚିମବଙ୍ଗରେ ଏଥର ଭାଜପା ଏବଂ ଟିଏମ୍‌ସି ମଧ୍ୟରେ କଡ଼ା ଟକ୍କର ହେବ ବୋଲି କେତେକ ପୋଲ୍‌ ଏଜେନ୍ସି ଆକଳନ କରିଥିଲାବେଳେ ଭାଜପା ସର୍ବାଧିକ ଆସନ ପାଇ…

TMCର ବଡ଼ ଅଭିଯୋଗ, ‘ବାଲଟ ବକ୍ସ ଖୋଲିବାକୁ ଚେଷ୍ଟା’, ଆସିଲା ସିସିଟିଭି ଫୁଟେଜ!

କୋଳକାତା,୩୦।୪: ବିଧାନସଭା ନିର୍ବାଚନ ପରେ ପଶ୍ଚିମବଙ୍ଗରେ ପୁଣିଥରେ ରାଜନୀତି ଉଷ୍ମ ହୋଇଛି। ନେତାଜୀ ଇଣ୍ଡୋର ଷ୍ଟାଡିୟମ ବାହାରେ ଥିବା ଷ୍ଟ୍ରଙ୍ଗ ରୁମ ସମ୍ମୁଖରେ ଟିଏମସି ନେତା ଶଶି…

୪,୪,୪,୪,୪… ଗୋଟିଏ ଓଭରରେ କ୍ରମାଗତ ୫ଟି ଚୌକା ମାରି ଇତିହାସ ସୃଷ୍ଟି କଲେ ବିରାଟ କୋହଲି, ଏହି ସ୍ବତନ୍ତ୍ର ତାଲିକାରେ ସ୍ଥାନ ପାଇଲେ

ନୂଆଦିଲ୍ଲୀ,୩୦।୪: ଗୁଜରାଟ ଟାଇଟାନ୍ସ ବିପକ୍ଷ ମ୍ୟାଚରେ ବିରାଟ କୋହଲି ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କାଗିସୋ ରାବାଡାଙ୍କ ଦ୍ୱାରା ବୋଲ୍ଡ ହୋଇଥିବା ଗୋଟିଏ ଓଭରରେ ସେ…

କୋକସରା ଅଞ୍ଚଳରେ ପୁଣି ମୃଦୁ ଭୂମିକମ୍ପ, ଆତଙ୍କିତ ହୋଇ…

କୋକସରା,୩୦।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ଗୁରୁବାର ସା ୭.ଟା ୨୦.ରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। କିଛି ସେକେଣ୍ଡ ପାଇଁ ଭୂମିକମ୍ପ ଝଟକା…

ନିର୍ବାଚନ ଫଳାଫଳ ପୂର୍ବରୁ ବଡ଼ ବୟାନ ଦେଲେ ସଞ୍ଜୟ

ନୂଆଦିଲ୍ଲୀ,୩୦।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ଉଷ୍ମତା ଅଧିକ ରହିଛି। ନିର୍ବାଚନ ଫଳାଫଳ ପୂର୍ବରୁ ପ୍ରକାଶିତ ଅଧିକାଂଶ ଏକଜିଟ ପୋଲରେ ଭାଜପା ଆଗୁଆ ରହିବ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri