ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୪ରୁ ପ୍ରବଳ ବର୍ଷା

ଭୁବନେଶ୍ୱର,୨।୯: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି। ଆସନ୍ତା ୪ ତାରିଖରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ପରେ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ଅବପାତଟି ଛତିଶଗଡ଼ମୁହାଁ ହେବା ନେଇ ମଧ୍ୟ ଆକଳନ କରାଯାଇଛି। ଏହାର ପ୍ରଭାବରେ ୪ ତାରିଖରୁ ପୁଣି ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ୟପକ୍ଷରେ ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ଇତିମଧ୍ୟରେ ଅବପାତର ରୂପ ନେଇଛି। ଏଥିଯୋଗୁ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ଲାଗି ରହିଛି। ଅବପାତଟି କ୍ରମଶଃ ପଶ୍ଚିମ-ଉତ୍ତରପଶ୍ଚିମକୁ ମୁହାଁଇ ଉପକୂଳ ଅଞ୍ଚଳ ଓ ପରେ ଉତ୍ତର ଆନ୍ଧ୍ର ଓ ସଂଲଗ୍ନ ଦକ୍ଷିଣ ଓଡିଶା ଉପକୂଳରେ ସ୍ଥଳଭାଗ ଅତିକ୍ରମ କରିବ। ରବିବାର ସନ୍ଧ୍ୟା ସୁଦ୍ଧା ଏହା ବିଶାଖାପାଟଣାରୁ ୯୦ କି.ମି. ଏବଂ ମାଲକାନଗିରିରୁ ୧୨୦ କି.ମି. ଦୂରରେ ରହିଥିବାବେଳେ ସୋମବାର ସୁଦ୍ଧା ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବ। ପରେ ଦୁର୍ବଳ ହୋଇ ଓ୍ବେଲ୍‌ମାର୍କ ଲୋପ୍ରେସରରେ ପରିଣତ ହେବ। ତେବେ ଏହାର ପ୍ରଭାବରେ ରବିବାର ଦକ୍ଷିଣ ଓଡ଼ିଶା ସମେତ ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନାନୁସାରେ, ତାଳଚେରରେ ୨୦.୦ ମିମି, ଖୋର୍ଦ୍ଧା ଜିଲାରେ ୧୭.୦ ମିମି, ମାଲକାନଗିରିରେ ୧୧.୬ ମିମି ଓ ଯାଜପୁରରେ ୧୦.୦ ମିମି ବର୍ଷା ରେକର୍ଡ କରାଯାଇଛି। ତେବେ ୨ ଓ ୩ ତାରିଖରେ ବଡ଼ ବର୍ଷା ହେବନାହିଁ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଥିବା ବେଳେ ୪ ତାରିଖରୁ ବର୍ଷାର ପରିମାଣ ପୁଣିଥରେ ବଢ଼ିପାରେ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡ଼ି ସବ୍‌ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ…

ସକାଳୁ ସକାଳୁ ବର୍ଷାକୁ ନେଇ ବଡ଼ ଅପଡେଟ୍‌: ଜାରି ହେଲା ଆଲର୍ଟ, ଓଡ଼ିଶାର ଏହି ଜିଲାରେ…

ଭୁବନେଶ୍ୱର,୨୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସାରେ ଲଘୁଚାପର ରୂପ ନେଇଛି। ପଶ୍ଚିମ ଓ ଉତ୍ତର ପଶ୍ଚିମ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?