‘ଆଉ କୋଭିଡ୍‌ ପରିସ୍ଥିତି ନ ଆସୁ’

ପୁରୀ ଅଫିସ,୨୬ା୧୨: ‘ନୂତନ ବର୍ଷ ଓଡ଼ିଶାବାସୀଙ୍କ ପାଇଁ ଖୁସିର ବର୍ଷ ହେଉ। ଆଉ କୋଭିଡ୍‌ ପରିସ୍ଥିତି ନ ଆସୁ। ସାମଗ୍ରିକ ଭାବେ ସମସ୍ତଙ୍କର ଉନ୍ନତି ହେଉ। କରୋନା ଯୋଗୁ ରାଜ୍ୟ ଅର୍ଥନୀତି କିଛି ମାତ୍ରାରେ ପ୍ରଭାବିତ ହୋଇଛି। ମାତ୍ର ରାଜ୍ୟ ସରକାରଙ୍କ ଉଚିତ ପଦକ୍ଷେପ ଏ ଦିଗରେ ଏକ ସକାରାତ୍ମକ ପ୍ରଭାବ ପକାଇବାରେ ସଫଳ ହୋଇଛି। ଶ୍ରୀମନ୍ଦିର ଓ ଲିଙ୍ଗରାଜ ମନ୍ଦିର ଭଳି ଅନେକ ଉନ୍ନୟନମୂଳକ ପ୍ରକଳ୍ପ ହାତକୁ ନିଆଯାଇଛି। ଏସବୁ କିଭଳି ଭାବେ ସଫଳ ରୂପାୟନ ହେବ ସେନେଇ ବିଶେଷ ଧ୍ୟାନ ଦିଆଯିବ ବୋଲି ବରିଷ୍ଠ ଆଇଏଏସ୍‌ ଅଧିକାରୀ ତଥା ବର୍ତ୍ତମାନର ଉନ୍ନୟନ କମିଶନର ସୁରେଶ ମହାପାତ୍ର କହିଛନ୍ତି।
ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ ମହାପାତ୍ର ଶୁକ୍ରବାର ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ସସ୍ତ୍ରୀକ ସେ ଶ୍ରୀକ୍ଷେତ୍ରରେ ପହଞ୍ଚିବା ପରେ ତାଙ୍କୁ ଜିଲା ପ୍ରଶାସନ ପକ୍ଷରୁ ସ୍ବାଗତ କରାଯାଇଥିଲା। ସେହିପରି ଶ୍ରୀମନ୍ଦିର ପରିଚାଳନା କମିଟି କର୍ମକର୍ତ୍ତା ଓ ସେବାୟତମାନେ ତାଙ୍କୁ ଖଣ୍ଡୁଆ ବସ୍ତ୍ର ଦେଇ ସ୍ବାଗତ ଜଣାଇଥିଲେ। ପରେ ସେ ସିଂହଦ୍ୱାର ଦେଇ ଶ୍ରୀମନ୍ଦିରକୁ ଯାଇ ଦାରୁଦିଅଁଙ୍କ ଦର୍ଶନ କରିବା ସହ ଆଶୀର୍ବାଦ କାମନା କରିଛନ୍ତି। ଏହି ସମୟରେ ତାଙ୍କ ସହିତ ଜିଲାପାଳ ବଲୱନ୍ତ ସିଂ, ଉପଜିଲାପାଳ ଭବତାରଣ ସାହୁ, ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ, ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା ପ୍ରମୁଖ ଉପସ୍ଥିତ ଥିଲେ।
ଶ୍ରୀମନ୍ଦିରରୁ ଫେରିବା ପରେ ସେ ଭକ୍ତଙ୍କ ଲାଗି ହୋଇଥିବା ଦର୍ଶନ ବ୍ୟବସ୍ଥାର ସମୀକ୍ଷା କରିଥିଲେ। ନିଜେ କିଓସ୍କୋ ପାଖରେ ପହଞ୍ଚି ହାତ ସାନିଟାଇଜ କରି ଫଟୋ ଉଠାଇଥିଲେ। ଜିଲାପାଳଙ୍କ ସହ ଆଲୋଚନା କରି ପ୍ରସ୍ତୁତି ନେଇ ସନ୍ତୁଷ୍ଟ ଥିବା କହିଥିଲେ। ଜଗନ୍ନାଥ ଦର୍ଶନ ପାଇଁ ହୋଇଥିବା ବ୍ୟବସ୍ଥା ସୁବ୍ୟବସ୍ଥିତ। ପର୍ଯ୍ୟାୟ କ୍ରମେ ଦର୍ଶନ ଅନୁମତି ଦେଇ ଜିଲା ପ୍ରଶାସନ ଠିକ ନିଷ୍ପତ୍ତି ନେଇଛି ବୋଲି ସେ ପ୍ରକାଶ କରିଥିଲେ। ସେ ଆହୁରି କହିଛନ୍ତି ଯେ, ନୂତନ ପଦବୀ ମୋ’ ପାଇଁ ନୂଆ ଆହ୍ବାନ ନେଇ ଆସିଛି। ମହାପ୍ରଭୁଙ୍କ କୃପାରୁ ଓଡ଼ିଶାବାସୀଙ୍କ ସେବା କରିବାର ଗୁରୁ ଦାୟିତ୍ୱ ମିଳିଛି। ଏହାକୁ ସୁଚାରୁ ରୂପେ ସମ୍ପାଦନ କରି ରାଜ୍ୟର ସର୍ବାଙ୍ଗୀନ ଉନ୍ନତି ପାଇଁ ଚେଷ୍ଟା କରିବି। ସେହିପରି କରୋନା ଷ୍ଟ୍ରେନ୍‌ର ଆଶଙ୍କାକୁ ନେଇ ସେ କହିଛନ୍ତି ଯେ, କୋଭିଡ୍‌ ସମୟରେ ଓଡ଼ିଶା ଯେଉଁଭଳି ଭାବେ ମୁକାବିଲା କରିଛି ତାହା ଖୁବ୍‌ କମ୍‌ ରାଜ୍ୟ କ୍ଷେତ୍ରରେ ଦେଖିବାକୁ ମିଳିଛି। ଓଡ଼ିଶାରେ ମୃତ୍ୟୁ ହାର ମଧ୍ୟ କମ୍‌ ରହିଛି। ଆଗାମୀ ଦିନରେ କରୋନା ବିରୋଧରେ ଲଢ଼େଇ ଜାରି ରହିବ। ସାଧାରଣ ଲୋକେ ସଚେତନ ହେବା ସହ କୋଭିଡ୍‌ ନିୟମ ମାନିବାକୁ ସେ ପରାମର୍ଶ ଦେଇଛନ୍ତି। ଉଲ୍ଲେଖଯୋଗ୍ୟ, ସୁରେଶ ମହାପାତ୍ର ଶ୍ରୀମନ୍ଦିରର ପ୍ରଥମ ପ୍ରଶାସକ ଥିଲେ। ଏବେ ଶ୍ରୀମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ ଦାୟିତ୍ୱରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri