ପୁଣି ୪୦ ହଜାର ଟପିଲା ଦୈନିକ ସଂକ୍ରମଣ, ତୃତୀୟ ଲହର ନେଇ ଆତଙ୍କ…

ନୂଆଦିଲ୍ଲୀ,୪।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି। ଦେଶର କେତେକ ଅଞ୍ଚଳରେ ଅନ୍‌ଲକ୍‌ ଯୋଗୁ ଲୋକଙ୍କ ଭିଡ଼ ବଢ଼ିବାରେ ଲାଗିଛି। କରୋନା ମାର୍ଗଦର୍ଶିକା ପାଳନ ନ କରାଯାଉଥିବାରୁ ସଂକ୍ରମଣ ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୨ ହଜାର ୬୨୫ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ କରୋନାରେ ୫୬୨ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୬ ହଜାର ୬୬୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୩୮ ରହିଛି। ଅପରପକ୍ଷରେ ୪ ଲକ୍ଷ ୧୦ ହଜାର ୩୫୩ ଜଣ ଚିକିତ୍ସିତ ହେଉଛନ୍ତି। ଦୈନିକ ପଜିଟିଭ୍‌ ହାର ୧.୩୦ ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୨୮ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୨୫ ହଜାର ୭୫୭ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୪୮ କୋଟି ୫୨ ଲକ୍ଷ ୮୬ ହଜାର ୫୭୦ଜଣ ଲୋକଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୬୨ ଲକ୍ଷ ୫୩ ହଜାର ୭୪୧ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୪୭ କୋଟି ୩୧ ଲକ୍ଷରୁ ଅଧିକ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୯ ଲକ୍ଷ ୩୩ ହଜାର ୨୨ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ଇତିମଧ୍ୟରେ ୩ କୋଟି ୧୭ ଲକ୍ଷ ୬୯ ହଜାର ୧୩୨ ଜଣ ଲୋକ କରୋନାରେ ଆକ୍ରାନ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସମୁଦ୍ର ତଳେ ‘ଡ୍ରାଗନ’ର ଚକ୍ରବ୍ୟୁହ, ପନଡୁବ୍ବି ଯୁଦ୍ଧ ପାଇଁ ସଜବାଜ ହେଉଛି ଚାଇନା; ଆମେରିକାର ହଜିଲା ନିଦ!

ବେଜିଂ,୨୫।୩: ଇସ୍ରାଏଲ-ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଚାଇନା ଏବେ ଏକ ନୂଆ ପଦକ୍ଷେପ ପାଇଁ ଚର୍ଚ୍ଚାକୁ ଆସିଛି। ଚାଇନା ବିଶ୍ୱର ବିଭିନ୍ନ ପ୍ରାନ୍ତରେ…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri