ପୁଣି ଆକାଶରେ ଡ୍ରୋନ୍‌: ଗୋଟିଏ କି ଦୁଇଟି ନୁହେଁ ଏକାବେଳକେ ୧୦ରୁ ଅଧିକ , ଏବେ ସବୁ ଛାନିଆ

କଟକ,୨୮।୫: ପୁଣି ଆକାଶରେ ଡ୍ରୋନ୍‌। ଗୋଟିଏ କି ଦୁଇଟି ନୁହେଁ ଏକାବେଳକେ ୧୦ରୁ ଅଧିକ ଡ୍ରୋନ୍‌। ଯାହାକୁ ଦେଖି ଲୋକେ ଛାନିଆ।
ଏଭଳି ଘଟଣା ଦେଖିବାକୁ ମିଳିଛି କଟକ ଜିଲା ବାରଙ୍ଗ ଥାନା ରତାଗଡ଼ ଗାଁରେ। ଡ୍ରୋନ ଆତଙ୍କରେ ପୁରା ଗାଁ ଛାନିଆ। ଲାଇଟ ଲାଗିଥିବା ବେଳେ ପାଖିପାଖି ବୁଲିଲା ଏକାଧିକ ଡ୍ରୋନ। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ପଚରାଉଚରା କରିଛି।

ପହଲଗାମରେ ଆତଙ୍କୀଙ୍କ ନରସଂହାର କାର୍ଯ୍ୟ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଦେଖା ଦେଇଥିଲା। ଏପରିକି ଅପରେଶନ ସିନ୍ଦୂର ପରେ ପାକ୍‌ ରକ୍ତ ଚାଉଳ ଚୋବାଇ ଭାରତ ଉପରେ ଆକ୍ରମଣ କରିଥିଲା। ବାରମ୍ବାର ଡ୍ରୋନ ଆକ୍ରମଣ କରିବା ଦ୍ୱାରା ଦେଶରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିଲା।ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ଡ୍ରୋନ ଉଡାଣ ଉପରେ କଟକଣା ଲଗାଯାଇଛି।

ପହଲଗାମରେ ପାକିସ୍ତାନ ଦ୍ୱାରା କରାଯାଇଥିବା ବର୍ବର ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେଇଥିଲା ଭାରତ। ମଧ୍ୟରାତ୍ରିରେ ପାକିସ୍ତାନ ଛାତିରେ ଭାରତର ଏହି ଏୟାରଷ୍ଟ୍ରାଇକ ଏବେ ପାକିସ୍ତାନର ନିଦ ହଜାଇ ଦେଇଥିଲା । ପାକ ଅଧିକୃତ କାଶ୍ମୀରରେ ବି ପ୍ରଚଣ୍ଡ ହମଲା କାଯାଇଥିବ ନେଇ ସୂଚନା ମିଳିଥିଲା। ଲଢୁଆ ଯୁଦ୍ଧ ବିମାନ ଓ ମିଶାଇଲ ଯୋଗେ ଆତଙ୍କୀ ଶିବିରରେ ବି ଆକ୍ରମଣ କରିଥିଲା ଭାରତୀୟ ସେନା । ମୋଟ ୯ଟି ସ୍ଥାନକୁ କରାଯାଇଥିଲା ଟାର୍ଗେଟ । ସେନାର ଏହି ଅପରେଶନର ନାମ ରଖାଯାଇଥିଲା  ‘ସିନ୍ଦୂର’ ।

ସୂଚନାଯୋଗ୍ୟ, ପହଲଗାମରେ ଆତଙ୍କବାଦୀ ଆକ୍ରମଣର ୧୪ ଦିନ ପରେ ପ୍ରତିଶୋଧ ନେଇଥିଲା ଭାରତ । ପାକିସ୍ତାନ ଆତଙ୍କବାଦୀଙ୍କ ବିରୋଧରେ ‘ଅପରେଶନ ସିନ୍ଦୂର’ ସଫଳ ହୋଇଛି । ୧୯୭୧ ଯୁଦ୍ଧ ପରେ ପ୍ରଥମ କରି ପାକିସ୍ତାନ ଭିତରେ ପଶି ଆକ୍ରମଣ କରିଥିଲା ଭାରତ । ପହଲଗାମରେ ୨୨ ଏପ୍ରିଲରେ ଧର୍ମ ପଚାରି ପୁରୁଷ ପର୍ଯ୍ୟଟକଙ୍କ ସେମାନଙ୍କ ପତ୍ନୀ ଓ ପରିବାର ଆଗରେ ହତ୍ୟା କରିଥିବା ଆତଙ୍କବାଦୀଙ୍କୁ ‘ଅପରେଶନ ସିନ୍ଦୂର’ ମାଧ୍ୟମରେ କଡ଼ା ଜବାବ ଦେଇଥିଲା ଭାରତୀୟ ସେନା ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri