ପୁଣି ଆକାଶରେ ଡ୍ରୋନ୍‌: ଗୋଟିଏ କି ଦୁଇଟି ନୁହେଁ ଏକାବେଳକେ ୧୦ରୁ ଅଧିକ , ଏବେ ସବୁ ଛାନିଆ

କଟକ,୨୮।୫: ପୁଣି ଆକାଶରେ ଡ୍ରୋନ୍‌। ଗୋଟିଏ କି ଦୁଇଟି ନୁହେଁ ଏକାବେଳକେ ୧୦ରୁ ଅଧିକ ଡ୍ରୋନ୍‌। ଯାହାକୁ ଦେଖି ଲୋକେ ଛାନିଆ।
ଏଭଳି ଘଟଣା ଦେଖିବାକୁ ମିଳିଛି କଟକ ଜିଲା ବାରଙ୍ଗ ଥାନା ରତାଗଡ଼ ଗାଁରେ। ଡ୍ରୋନ ଆତଙ୍କରେ ପୁରା ଗାଁ ଛାନିଆ। ଲାଇଟ ଲାଗିଥିବା ବେଳେ ପାଖିପାଖି ବୁଲିଲା ଏକାଧିକ ଡ୍ରୋନ। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ପଚରାଉଚରା କରିଛି।

ପହଲଗାମରେ ଆତଙ୍କୀଙ୍କ ନରସଂହାର କାର୍ଯ୍ୟ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଦେଖା ଦେଇଥିଲା। ଏପରିକି ଅପରେଶନ ସିନ୍ଦୂର ପରେ ପାକ୍‌ ରକ୍ତ ଚାଉଳ ଚୋବାଇ ଭାରତ ଉପରେ ଆକ୍ରମଣ କରିଥିଲା। ବାରମ୍ବାର ଡ୍ରୋନ ଆକ୍ରମଣ କରିବା ଦ୍ୱାରା ଦେଶରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିଲା।ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ଡ୍ରୋନ ଉଡାଣ ଉପରେ କଟକଣା ଲଗାଯାଇଛି।

ପହଲଗାମରେ ପାକିସ୍ତାନ ଦ୍ୱାରା କରାଯାଇଥିବା ବର୍ବର ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେଇଥିଲା ଭାରତ। ମଧ୍ୟରାତ୍ରିରେ ପାକିସ୍ତାନ ଛାତିରେ ଭାରତର ଏହି ଏୟାରଷ୍ଟ୍ରାଇକ ଏବେ ପାକିସ୍ତାନର ନିଦ ହଜାଇ ଦେଇଥିଲା । ପାକ ଅଧିକୃତ କାଶ୍ମୀରରେ ବି ପ୍ରଚଣ୍ଡ ହମଲା କାଯାଇଥିବ ନେଇ ସୂଚନା ମିଳିଥିଲା। ଲଢୁଆ ଯୁଦ୍ଧ ବିମାନ ଓ ମିଶାଇଲ ଯୋଗେ ଆତଙ୍କୀ ଶିବିରରେ ବି ଆକ୍ରମଣ କରିଥିଲା ଭାରତୀୟ ସେନା । ମୋଟ ୯ଟି ସ୍ଥାନକୁ କରାଯାଇଥିଲା ଟାର୍ଗେଟ । ସେନାର ଏହି ଅପରେଶନର ନାମ ରଖାଯାଇଥିଲା  ‘ସିନ୍ଦୂର’ ।

ସୂଚନାଯୋଗ୍ୟ, ପହଲଗାମରେ ଆତଙ୍କବାଦୀ ଆକ୍ରମଣର ୧୪ ଦିନ ପରେ ପ୍ରତିଶୋଧ ନେଇଥିଲା ଭାରତ । ପାକିସ୍ତାନ ଆତଙ୍କବାଦୀଙ୍କ ବିରୋଧରେ ‘ଅପରେଶନ ସିନ୍ଦୂର’ ସଫଳ ହୋଇଛି । ୧୯୭୧ ଯୁଦ୍ଧ ପରେ ପ୍ରଥମ କରି ପାକିସ୍ତାନ ଭିତରେ ପଶି ଆକ୍ରମଣ କରିଥିଲା ଭାରତ । ପହଲଗାମରେ ୨୨ ଏପ୍ରିଲରେ ଧର୍ମ ପଚାରି ପୁରୁଷ ପର୍ଯ୍ୟଟକଙ୍କ ସେମାନଙ୍କ ପତ୍ନୀ ଓ ପରିବାର ଆଗରେ ହତ୍ୟା କରିଥିବା ଆତଙ୍କବାଦୀଙ୍କୁ ‘ଅପରେଶନ ସିନ୍ଦୂର’ ମାଧ୍ୟମରେ କଡ଼ା ଜବାବ ଦେଇଥିଲା ଭାରତୀୟ ସେନା ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?