Posted inଜାତୀୟ

ପୁଣି ମିଲିଟାରୀ ଷ୍ଟେଶନ ଉପରେ ଡ୍ରୋନ୍‌, ଆଲର୍ଟରେ ସେନା…

ଶ୍ରୀନଗର,୨୯।୬: ଜମ୍ମୁ-କଶ୍ମୀର ସୁଞ୍ଜଓ୍ବାନଠାରେ ଥିବା ମିଲିଟାରୀ ଷ୍ଟେଶନ ଉପରେ ମଙ୍ଗଳବାର ପୁଣି ଡ୍ରୋନ୍‌ ଉଡୁଥିବାର ଦେଖାଯାଇଛି। ଏହାକୁ ନେଇ ସତର୍କ ସୂଚନା ଜାରି କରାଯାଇଛି। ଶନିବାର-ରବିବାର ବିଳମ୍ବିତ ରାତ୍ରରେ ଏୟାର ଫୋର୍ସ ଷ୍ଟେଶନରେ ଡ୍ରୋନ୍‌ ଦ୍ୱାରା ଆକ୍ରମଣ କରାଯିବା ପରେ ସୋମବାର ଜମ୍ମୁର କାଲୁଚକ ମିଲିଟାରୀ ଷ୍ଟେଶନ ଉପରେ ଡ୍ରୋନ୍‌ ଉଡୁଥିବା ଦେଖିବାକୁ ମିଳିଥିଲା। ସେନା ଯବାନଙ୍କ ପକ୍ଷରୁ ୨୫ ରାଉଣ୍ଡ୍‌ ଗୁଳି ଫାୟାରିଂ କରାଯାଇଥିଲା। ମଙ୍ଗଳବାର ଏହାର ପୁନରାବୃତ୍ତିି ଘଟିଛି। ଭୋର୍‌ ୨ଟା ୩୦ରେ ସୁଞ୍ଜଓ୍ବାନଠାରେ ଥିବା ମିଲିଟାରୀ ଷ୍ଟେଶନ ଉପରେ ଡୋନ୍‌ ଉଡି ବୁଲୁଥିବାର ଦେଖାଯାଇଛି। ସେହିପରି ରତାନୁଚେକ୍‌ରେ ରାତ୍ର ୧ଟା ୮ରେ ଡ୍ରୋନ୍‌ ଦେଖାଯାଇଛି। କୁଞ୍ଜଓ୍ବାନିରେ ଭୋର୍‌ ୩ଟା ୯ ଏବଂ ୪ଟା ୧୯ରେ ଡ୍ରୋନ୍‌ ଉଡୁଥିବାରୁ ସେନା ଯବାନ ଦେଖିଛନ୍ତି। ତେବେ ଡ୍ରୋନ୍‌ ଉପରେ କୌଣସି ଫାୟାରିଂ କରାଯାଇ ନାହିଁ। କିଛି ସମୟ ପରେ ଡ୍ରୋନ୍‌ ଅଦୃଶ୍ୟ ହୋଇଯାଇଥିଲା। ଡ୍ରୋନ୍‌ ଉଡିବାକୁ ଦୃଷ୍ଟିରେ ରଖି ଭାରତୀୟ ସେନା ପକ୍ଷରୁ ଆଲର୍ଟ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ଏନଏସି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ଏନଏସି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

ମୋଦି ସରକାରର ଦୁଇ ମନ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ଝଗଡା: ପରସ୍ପର ଇସ୍ତଫା କଲେ ଦାବି: ପଛରେ ରହିଛି ଏମିତି କାରଣ

ନୂଆଦିଲ୍ଲୀ,୩୧।୮: ମୋଦି କ୍ୟାବିନେଟର ଦୁଇ ମନ୍ତ୍ରୀ ଜିତନ ରାମ ମାଞ୍ଝି ଏବଂ ଚିରାଗ ପାସୱାନଙ୍କ ମଧ୍ୟରେ ଝଗଡା ଚରମସୀମାରେ ପହଞ୍ଚିଛି । ସେମାନଙ୍କ ମଧ୍ୟରେ ତିକ୍ତତା ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri