Posted inଜାତୀୟ

ଜଳୁଛି ପଶ୍ଚିମବଙ୍ଗ; ଆଜି ସକାଳେ ମୁର୍ଶିଦାବାଦର ଧୂଲିଆନରେ ପୁଣି ଗୁଳିକାଣ୍ଡ, ୨ ଶିଶୁ…

କୋଲକାତା,୧୩।୪: ଓ୍ବକ୍‌ଫ ସଂଶୋଧନ ଆଇନକୁ ବିରୋଧ କରି ପଶ୍ଚିମବଙ୍ଗର ମୁସଲମାନ ବହୁଳ ମୁର୍ଶିଦାବାଦ ଜିଲାରେ ଆରମ୍ଭ ହୋଇଥିବା ବିକ୍ଷୋଭ  ଉଗ୍ରରୂପ ନେଇଛି।  ରବିବାର ପୁଣି ଥରେ ଧୂଲିଆନରେ ଗୁଳିକାଣ୍ଡ ଘଟିଥିବା ବେଳେ ୨ ଜଣ ଶିଶୁ ଆହତ ହୋଇଛନ୍ତି। ବିକ୍ଷୋଭକାରୀମାନେ ବିଏସ୍‌ଏଫ୍‌ ଉପରେ ମଧ୍ୟ ଆକ୍ରମଣ କରିଛନ୍ତି। ପଶ୍ଚିମବଙ୍ଗ ଡିଜିପି ରାଜୀବ କୁମାର ହିଂସା ପ୍ରଭାବିତ ଅଞ୍ଚଳରେ ପରିସ୍ଥିତି ନିୟନ୍ତ୍ରଣରେ ଥିବା କହିଥିବା ବେଳେ ଆଜି ସକାଳେ ଏଠାରେ ପୁଣି ଗୁଳିଚାଳନା ହୋଇଛି ।
ୱକଫ୍‌ ଆଇନ ପ୍ରତିବାଦରେ ପଶ୍ଚିମବଙ୍ଗ ହିଂସାର ନିଆଁରେ ଜଳୁଛି। ମୁର୍ଶିଦାବାଦରେ ପରିସ୍ଥିତି ଅଧିକ ଉତ୍ତେଜନାପୂର୍ଣ୍ଣ ରହିଛି। ଏହି ହିଂସାରେ ଏପର୍ଯ୍ୟନ୍ତ ୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଶହ ଶହ ଲୋକ ଆହତ ହୋଇଛନ୍ତି। ହିଂସା ଯୋଗୁ ଏପର୍ଯ୍ୟନ୍ତ ୧୩୮ ଜଣଙ୍କୁ ଗିରଫ କରାଯାଇଛି। ଶନିବାର ହିଂସା ଯୋଗୁ ମୁର୍ଶିଦାବାଦରେ ଇଣ୍ଟରନେଟ ସେବା ବନ୍ଦ କରିଦିଆଯାଇଥିଲା।
ହିଂସା ପରେ ଧୂଲିଆନ ଏବଂ ଶମସେରଗଞ୍ଜ ସମେତ ପ୍ରମୁଖ ଅଞ୍ଚଳରେ ଅଶାନ୍ତିର ବାତାବରଣ ରହିଛି। ମୁସଲିମ ସଂଗଠନଗୁଡ଼ିକ ୱାକଫ ଆଇନ ବିରୋଧରେ ନିରନ୍ତର ପ୍ରତିବାଦ କରୁଛନ୍ତି। ଶୁକ୍ରବାର ମୁର୍ଶିଦାବାଦରେ ହିଂସା ଘଟିଥିଲା। ସେବେଠାରୁ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି। ଏହି ପ୍ରତିବାଦ ମଧ୍ୟରେ ଗତକାଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଏକ ବୟାନ ମଧ୍ୟ ପ୍ରକାଶ ପାଇଛି। ପଶ୍ଚିମବଙ୍ଗରେ ୱକଫ୍‌ ଆଇନ ଲାଗୁ ହେବ ନାହିଁ  ବୋଲି ସେ କହିଛନ୍ତି।
ମୁଖ୍ୟମନ୍ତ୍ରୀ ମମତା ଲୋକମାନଙ୍କୁ ଶାନ୍ତ ରହିବା ଏବଂ ଉତ୍ତେଜନା ନ କରିବାକୁ ଅନୁରୋଧ କରିଛନ୍ତି। ସେ କହିଛନ୍ତି ଯେ ଆମେ କୌଣସି ହିଂସାତ୍ମକ କାର୍ଯ୍ୟକଳାପକୁ ସମର୍ଥନ କରୁନାହୁଁ। କିଛି ଦଳ ରାଜନୈତିକ ଲାଭ ପାଇଁ ଧର୍ମର ଅପବ୍ୟବହାର କରିବାକୁ ଚେଷ୍ଟା କରୁଛନ୍ତି। ସେମାନଙ୍କ ଦ୍ୱାରା ଭ୍ରମିତ ହୁଅନ୍ତୁ ନାହିଁ। ପ୍ରତ୍ୟେକ ମଣିଷ ଜୀବନ ମୂଲ୍ୟବାନ; ରାଜନୀତି ପାଇଁ ଦଙ୍ଗାକୁ ଉସୁକାନ୍ତୁ ନାହିଁ। ଯେଉଁମାନେ ଦଙ୍ଗା ସୃଷ୍ଟି କରୁଛନ୍ତି, ସେମାନେ ସମାଜର କ୍ଷତି କରୁଛନ୍ତି ବୋଲି ସେ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri