Posted inଜାତୀୟ

ଜଳୁଛି ପଶ୍ଚିମବଙ୍ଗ; ଆଜି ସକାଳେ ମୁର୍ଶିଦାବାଦର ଧୂଲିଆନରେ ପୁଣି ଗୁଳିକାଣ୍ଡ, ୨ ଶିଶୁ…

କୋଲକାତା,୧୩।୪: ଓ୍ବକ୍‌ଫ ସଂଶୋଧନ ଆଇନକୁ ବିରୋଧ କରି ପଶ୍ଚିମବଙ୍ଗର ମୁସଲମାନ ବହୁଳ ମୁର୍ଶିଦାବାଦ ଜିଲାରେ ଆରମ୍ଭ ହୋଇଥିବା ବିକ୍ଷୋଭ  ଉଗ୍ରରୂପ ନେଇଛି।  ରବିବାର ପୁଣି ଥରେ ଧୂଲିଆନରେ ଗୁଳିକାଣ୍ଡ ଘଟିଥିବା ବେଳେ ୨ ଜଣ ଶିଶୁ ଆହତ ହୋଇଛନ୍ତି। ବିକ୍ଷୋଭକାରୀମାନେ ବିଏସ୍‌ଏଫ୍‌ ଉପରେ ମଧ୍ୟ ଆକ୍ରମଣ କରିଛନ୍ତି। ପଶ୍ଚିମବଙ୍ଗ ଡିଜିପି ରାଜୀବ କୁମାର ହିଂସା ପ୍ରଭାବିତ ଅଞ୍ଚଳରେ ପରିସ୍ଥିତି ନିୟନ୍ତ୍ରଣରେ ଥିବା କହିଥିବା ବେଳେ ଆଜି ସକାଳେ ଏଠାରେ ପୁଣି ଗୁଳିଚାଳନା ହୋଇଛି ।
ୱକଫ୍‌ ଆଇନ ପ୍ରତିବାଦରେ ପଶ୍ଚିମବଙ୍ଗ ହିଂସାର ନିଆଁରେ ଜଳୁଛି। ମୁର୍ଶିଦାବାଦରେ ପରିସ୍ଥିତି ଅଧିକ ଉତ୍ତେଜନାପୂର୍ଣ୍ଣ ରହିଛି। ଏହି ହିଂସାରେ ଏପର୍ଯ୍ୟନ୍ତ ୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଶହ ଶହ ଲୋକ ଆହତ ହୋଇଛନ୍ତି। ହିଂସା ଯୋଗୁ ଏପର୍ଯ୍ୟନ୍ତ ୧୩୮ ଜଣଙ୍କୁ ଗିରଫ କରାଯାଇଛି। ଶନିବାର ହିଂସା ଯୋଗୁ ମୁର୍ଶିଦାବାଦରେ ଇଣ୍ଟରନେଟ ସେବା ବନ୍ଦ କରିଦିଆଯାଇଥିଲା।
ହିଂସା ପରେ ଧୂଲିଆନ ଏବଂ ଶମସେରଗଞ୍ଜ ସମେତ ପ୍ରମୁଖ ଅଞ୍ଚଳରେ ଅଶାନ୍ତିର ବାତାବରଣ ରହିଛି। ମୁସଲିମ ସଂଗଠନଗୁଡ଼ିକ ୱାକଫ ଆଇନ ବିରୋଧରେ ନିରନ୍ତର ପ୍ରତିବାଦ କରୁଛନ୍ତି। ଶୁକ୍ରବାର ମୁର୍ଶିଦାବାଦରେ ହିଂସା ଘଟିଥିଲା। ସେବେଠାରୁ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି। ଏହି ପ୍ରତିବାଦ ମଧ୍ୟରେ ଗତକାଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଏକ ବୟାନ ମଧ୍ୟ ପ୍ରକାଶ ପାଇଛି। ପଶ୍ଚିମବଙ୍ଗରେ ୱକଫ୍‌ ଆଇନ ଲାଗୁ ହେବ ନାହିଁ  ବୋଲି ସେ କହିଛନ୍ତି।
ମୁଖ୍ୟମନ୍ତ୍ରୀ ମମତା ଲୋକମାନଙ୍କୁ ଶାନ୍ତ ରହିବା ଏବଂ ଉତ୍ତେଜନା ନ କରିବାକୁ ଅନୁରୋଧ କରିଛନ୍ତି। ସେ କହିଛନ୍ତି ଯେ ଆମେ କୌଣସି ହିଂସାତ୍ମକ କାର୍ଯ୍ୟକଳାପକୁ ସମର୍ଥନ କରୁନାହୁଁ। କିଛି ଦଳ ରାଜନୈତିକ ଲାଭ ପାଇଁ ଧର୍ମର ଅପବ୍ୟବହାର କରିବାକୁ ଚେଷ୍ଟା କରୁଛନ୍ତି। ସେମାନଙ୍କ ଦ୍ୱାରା ଭ୍ରମିତ ହୁଅନ୍ତୁ ନାହିଁ। ପ୍ରତ୍ୟେକ ମଣିଷ ଜୀବନ ମୂଲ୍ୟବାନ; ରାଜନୀତି ପାଇଁ ଦଙ୍ଗାକୁ ଉସୁକାନ୍ତୁ ନାହିଁ। ଯେଉଁମାନେ ଦଙ୍ଗା ସୃଷ୍ଟି କରୁଛନ୍ତି, ସେମାନେ ସମାଜର କ୍ଷତି କରୁଛନ୍ତି ବୋଲି ସେ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?