ପୁଣି ବଢ଼ିଲା ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା: ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪୨୦୦ ଟପିଲା…

ନୂଆଦିଲ୍ଲୀ,୧୨।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଏହାଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌ ଯୋଗୁ ଆକ୍ରାନ୍ତଙ୍କ ସମେତ ମୃତକଙ୍କ ସଂଖ୍ୟା ସୋମବାର, ମଙ୍ଗଳବାର କମିଥିଲେ ମଧ୍ୟ ବୁଧବାର ପୁଣି ବଢ଼ିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୮ ହଜାର ୪୨୧ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୪,୨୦୫ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମୃତ୍ୟୁ ସଂଖ୍ୟା ବଢୁଥିବାରୁ ଅନ୍ତିମ ସଂସ୍କାର ପାଇଁ ସମସ୍ୟା ଦେଖାଦେଇଛି। ଶ୍ମଶାନ ଏବଂ କବରସ୍ତାନ ବାହାରେ ମୃତଦେହଗୁଡ଼ିକ ଧାଡ଼ିରେ ରହିଥିବାର ଦେଖିବାକୁ ମିଳୁଛି। ସେହିପରି ବର୍ତ୍ତମାନ ସୁଦ୍ଧା ୧୭ କୋଟି ୫୨ ଲକ୍ଷ ୩୫ ହଜାର ୯୯୧ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୦ କୋଟି ୭୫ ଲକ୍ଷ ୮୩ ହଜାର ୯୯୧ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ କମିଲା ସଂକ୍ରମଣ ସଂଖ୍ୟା: ଗତ ୨୪ଘଣ୍ଟାରେ ୨ହଜାରରୁ କମ୍‌ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍‌ ଉପର ତଳ ମୁହାଁ ହେଉଥିବା ବେଳେ ଦୈନିକ ସଂକ୍ରମଣ ୨ହଜାର ଭିତରେ ରହୁଛି। ଇତିମଧ୍ୟରେ ମଙ୍ଗଳବାର...

ଅଟୋରେ ଯାଉଥିଲେ ମହିଳା, ହଠାତ୍‌ ରାସ୍ତାରେ ସୃଷ୍ଟି ହେଲା ୨୫ ଫୁଟର ଗର୍ତ୍ତ, ଆଉ ତା’ ପରେ…

ଜୟପୁର,୨୩।୧: ରାଜସ୍ଥାନର ଜୟପୁରରେ ବିକାଶ ଏବଂ ସରକାରୀ ବ୍ୟବସ୍ଥାରେ ଅନିୟମିତତା ପଦାରେ ପଡ଼ିଛି। ସଚିବାଳୟଠାରୁ ଗୋଟିଏ କିଲୋମିଟର ଦୂର ଚୋମ୍ପୁ ସର୍କଲରେ ଶନିବାର ସକାଳେ ହଠାତ୍‌...

ବଳାତ୍କାର ଅଭିଯୁକ୍ତ ଏମ୍‌ପିଙ୍କ ଆତ୍ମସମର୍ପଣ

ବାରାଣସୀ,୨୩ା୬(ପି.ଟି.): ବଳାତ୍କାର ଅଭିଯୁକ୍ତ ବିଏସ୍‌ପିର ନବନିର୍ବାଚିତ ଏମ୍‌ପି ଅତୁଲ ରାଏ ଶନିବାର ଉତ୍ତରପ୍ରଦେଶର ବାରାଣସୀସ୍ଥିତ ଏକ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ଜୁଡିସିଆଲ୍‌ ମାଜିଷ୍ଟ୍ରେଟ୍‌ ତାଙ୍କୁ ୧୪...

ଓଡ଼ିଶାରେ ୬୪ ଜୀବନ ନେଇଛି ଫନୀ

ନୂଆଦିଲ୍ଲୀ, ୨୬ା୬(ପି.ଟି.): ବାତ୍ୟା ‘ଫନୀ’ ଯୋଗୁ ଓଡ଼ିଶା ବିଶେଷଭାବେ ପ୍ରଭାବିତ ହୋଇଥିବାବେଳେ ଏଥିରେ ୬୪ ଜଣ ବ୍ୟକ୍ତିଙ୍କ ପ୍ରାଣହାନି ଘଟିଥିବା ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ରିପୋର୍ଟରେ ଦର୍ଶାଯାଇଛି।...

ସଚ୍ଚୋଟ ଟିକସଦାତାଙ୍କୁ ମୋଦିଙ୍କ ନୂଆ ଉପହାର

ନୂଆଦିଲ୍ଲୀ, ୧୩।୮: ଦେଶର ସଚ୍ଚୋଟ ଟିକସଦାତାଙ୍କୁ ସମ୍ମାନୀତ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଏକ ନୂଆ ପ୍ଲାଟଫର୍ମର ଲୋକାର୍ପଣ କରିଛନ୍ତି। ଟିକସ ବ୍ୟବସ୍ଥାରେ...

ହିମନ୍ତ ଆସାମ ମୁଖ୍ୟମନ୍ତ୍ରୀ

ଗୁଆହାଟୀ, ୧୦।୫: ଭାଜପା ନେତା ହିମନ୍ତ ବିଶ୍ୱ ଶର୍ମା ଆସାମ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ରବିବାର ଗୁଆହାଟୀରେ ଅନୁଷ୍ଠିତ ଭାଜପା ବିଧାୟକ ଦଳ ବୈଠକରେ ତାଙ୍କୁ...

ବିିହାରରେ ଏନ୍‌ଆର୍‌ସି ଲାଗୁ ନେଇ ଭାଜପା-ଜେଡ଼ିୟୁ ମୁହାଁମୁହିଁ

ପାଟନା,୪।୯: ବିହାରରେ ଏନ୍‌ଆର୍‌ସି ଲାଗୁ ନେଇ ଭାଜପା ଏବଂ ଶାସକ ଜେଡ଼ିୟୁ ମୁହାଁମୁହିଁ ହୋଇଛନ୍ତି। ଭାଜପା ରାଜ୍ୟସଭା ଏମ୍‌ପି ରାକେଶ ସିହ୍ନା ବିହାରର କଟିହାର, ପୂର୍ନିୟା,...

ସୁସ୍ଥ ହେଲେ ୧୩୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧।୨: ଓଡ଼ିଶାରେ ସୋମବାର ୧୩୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ସଂକ୍ରମିତଙ୍କ ସଂଖ୍ୟା ୩,୩୨,୨୩୯ରେ ପହଞ୍ଚିଛି। ସମ୍ବଲପୁର...

Advertisement


Archives

Model This Week