ପୁଣି ଏହି ରାଜ୍ୟରେ ହୋଇପାରେ ଲକ୍‌ଡାଉନ!

ଚଣ୍ଡିଗଡ଼,୨୨।୧୧: ଦେଶରେ କରୋନା ପ୍ରକୋପ ଜାରି ରହିଥିବା ବେଳେ ପୁଣି ଥରେ ଏହାର ଆତଙ୍କ ଦେଖିବାକୁ ମିଳିଛି। ଭାରତର କେତୋଟି ରାଜ୍ୟରେ ପୁଣି ଥରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବର୍ଦ୍ଧିତ କରୋନା ମାମଲାକୁ ଦେଖି ସୁରକ୍ଷା ଦୃଷ୍ଟିରୁ କେତେକ ରାଜ୍ୟସରକାର ରାତ୍ରିକାଳୀନ କର୍ଫ୍ୟୁ ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହିକ୍ରମରେ ଏବେ ହରିଆଣା ସରକାର ମଧ୍ୟ ଏହା ଉପରେ ଚିନ୍ତା କରୁଥିବା ଜଣାପଡ଼ିଛି। ଏନେଇ ହରିଆଣା ଗୃହମନ୍ତ୍ରୀ ଅନୀଲ ବିଜ କହିଛନ୍ତି, ତାଙ୍କ ପାଖରେ ୨ଟି ରାସ୍ତା ଅଛି, ଗୋଟିଏ ରାଜ୍ୟରେ ଲକ୍‌ଡାଉନ ଅନ୍ୟଟି କଠୋର କାର୍ଯ୍ୟାନୁଷ୍ଠାନ। ତେବେ କରୋନା ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟରେ ପୁନଃ ଲକ୍‌ଡାଉନ୍‌ କିମ୍ବା ଫେସ୍‌ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇପାରେ। ତେବେ ସେ ଦ୍ୱିତୀୟ ରାସ୍ତାଟି ଅପାଣାଇବାକୁ ଇଛା ପ୍ରକାଶ କରିଛନ୍ତି। କାରଣ ପୁଣି ଥରେ ରାଜ୍ୟରେ ଲକ୍‌ଡାଉନ ହେଲେ ଅନେକ ଲୋକ ବେରୋଜଗାର ହୋଇଯିବେ। କିନ୍ତୁ କଠୋର କାର୍ଯ୍ୟାନୁଷ୍ଠାନ ସହ କରୋନା କଟକଣା ପାଳନ କରାଯାଇପାରିବ ବୋଲି ଅନୀଲ ବିଜ କହିଛନ୍ତି। ଏନେଇ ସେ ପୋଲିସ କମିଶନରଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଯେଉଁଠାରେ ଭିଡ଼ ଏକତ୍ରିତ ହେଉଛି ଏବଂ କଟକଣା ପାଳନ କରାଯାଉନାହିଁ ସେଠାରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ହରିଆଣା ଗୃହମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚୌଦ୍ୱାର ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିଲେ କାଉନସିଲର ସୁବ୍ରତ ସାମଲ, ଦର୍ଶାଇଲେ ଏହି କାରଣ

ଚୌଦ୍ବାର,୮।୭: ବିଜେଡିରୁ ଇସ୍ତଫା ଦେଲେ ଚୌଦ୍ୱାର ୧୨ନଂ ୱାର୍ଡ କାଉନସିଲର । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସୁବ୍ରତ ସାମଲ ଇସ୍ତଫା ପତ୍ର ପଠାଇଛନ୍ତି । ତାଙ୍କର…

ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ଏବେଠୁ କର୍ମୀଙ୍କୁ କର୍ଣ୍ଣମନ୍ତ୍ର ଦେବାକୁ ବିଜେଡିର ମେଳି

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): ଆଗକୁ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ହେବ ଏଥିପାଇଁ ଏବେଠାରୁ ଗାଁଗାଁରେ ଲୋକଙ୍କୁ ବିଭିନ୍ନ ଦଳ ପକ୍ଷରୁ ଦିଆଯାଉଛି ମନ୍ତ୍ରଣା। ଏଭଳି ଦେଖିବାକୁ ମିଳିଛି କନ୍ଧମାଳ…

‘ରିସେଟ’ର ମୂଲ୍ୟ ଦେଉଛି ଟିମ ଇଣ୍ଡିଆ? ଲଗାତାର ପରାଜୟ ଉପରେ ନୀରବତା ଭାଙ୍ଗିଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୮।୭: ଇଂଲଣ୍ଡ ବିପକ୍ଷରେ ୧୨୫ ରନର ଦମ ଦାର ପରାଜୟ ପରେ ଏହା କ୍ରମାଗତ ଚତୁର୍ଥ ଟି-୨୦ ପରାଜୟ, ଭାରତୀୟ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର…

EDର ବଡ଼ କାର୍ଯ୍ୟାନୁଷ୍ଠାନ, ଟିଏମସିର ୩ଟି ବ୍ୟାଙ୍କ ଆକାଉଣ୍ଟ୍ ଫ୍ରିଜ୍ କଲା ED

କୋଲକାତା,୮।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏକ ବଡ଼ ଝଟକା ଲାଗିଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ତୃଣମୂଳ କଂଗ୍ରେସ (TMC) ସହିତ ଜଡିତ ତିନୋଟି ଆକାଉଣ୍ଟକୁ ଫ୍ରିଜ୍…

ଭୁଶୁଡ଼ିଲା ନିର୍ମାଣାଧୀନ କୋଠା, ଅନେକ ଶ୍ରମିକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ପୁଣେ,୮।୭: ମହାରାଷ୍ଟ୍ରର ପିମ୍ପରି-ଚିଞ୍ଚୱାଡରେ ବୁଧବାର ଅପରାହ୍ନରେ ଏକ ବଡ଼ ଦୁର୍ଘଟଣା ଘଟିଛି, ଯେଉଁଠାରେ ‘ଆବର୍ଜନାରୁ ଶକ୍ତି’ ପ୍ରକଳ୍ପ ସ୍ଥାନରେ ନିର୍ମାଣାଧୀନ କୋଠାର ଏକ ଅଂଶ ହଠାତ ଭୁଶୁଡ଼ି…

ରାଇକିଆରେ ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ

ରାଇକିଆ,୮ା୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ରଥଯାତ୍ରା ପାଇଁ ଜଗନ୍ନାଥ ପୂଜା କମିଟି ତରଫରୁ ସମସ୍ତ ପ୍ରସ୍ତୁତି ଜୋର୍‌ସୋର୍‌ରେ ଚାଲିଛି। ରଥ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

ଘର ପୋଛିବା ପରେ ବି ମାଛି ହେଉଛନ୍ତି କି? ସବୁଦିନ ଦୂର କରିବାକୁ ଆପଣାନ୍ତୁ ଏହି ଟିପ୍ସ…

ଘର ସଫା କରିବା ହେଉଛି ପ୍ରତ୍ୟେକ ଲୋକଙ୍କ ନିତିଦିନିଆ କାମ। କିନ୍ତୁ ଅଧିକାଂଶ ସମୟରେ ଘର ସଫା କରିବା ପରେ ବି ଚାରିପାଖରେ ମାଛିମାନେ ଘେରି ରହିଥାନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri