ପୁଣି ଦିଲ୍ଲୀରେ ବୈଠକ: ମେଣ୍ଟ ଦ୍ୱନ୍ଦ ଭିତରେ ଆସିବ କି ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୧୯।୩: ଦିଲ୍ଲୀରେ ମଙ୍ଗଳବାର ପୁଣି ବୈଠକ ବସିବ। ଏ ନେଇ ଫୋକସ୍‌ରେ ରହିଛି ଓଡ଼ିଶା ।  ଓଡ଼ିଶା ସମେତ ୮ଟି  ରାଜ୍ୟରେ ଲୋକସଭା ପ୍ରାର୍ଥୀ  ଚୟନ ପାଇଁ କସରତ ଜାରି ରହିଛି। ସୋମବାର ବିଳମ୍ବିତ ରାତିଯାଏ କୋର୍‌ କମିଟି ବୈଠକ ବସିଥିଲା। ଆଜି ପୁଣି ଓଡ଼ିଶା ସମ୍ପର୍କରେ ବିସ୍ତୃତ ଆଲୋଚନା ହେବା ନେଇ ରାଜ୍ୟ ଭାଜପା  ସଭାପତି ମନମୋହନ ସାମଲ କହିଛନ୍ତି।
ସୋମବାର ବିଳମ୍ବିତ ରାତି ଯାଏ ବସିଥିବା ବୈଠକରେ ଗୃହମନ୍ତ୍ରୀ ଅମିତ ଶାହ, ଜେ ପି ନଡ୍ଡା, ଧର୍ମେନ୍ଦ୍ର ପ୍ରଧାନ, ମନମୋହନ ସାମଲ, ଜୁଏଲ ଓରାମ,ସୁନୀଲ ବଂଶଲ,ସମ୍ବିତ ପାତ୍ର, ଲତା ଉସେଣ୍ଡି, ବିଜୟପାଲ ସିଂ ତୋମାର, ମାନସ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ।
ବୈଠକ ପରେ ରାଜ୍ୟ ସଭାପତି ମନମୋହନ ସାମଲ ପ୍ରତିକ୍ରିୟା ଦେଇ କହିଛନ୍ତି, ମଙ୍ଗଳବାର ପୁଣି ଥରେ ଦିଲ୍ଲୀରେ ବୈଠକ ବସିବ। ସୋମବାର ନିର୍ବାଚନ ପରିଚାଳନା ସମ୍ପର୍କରେ ଆଲୋଚନା ହୋଇଛି । ନିର୍ବାଚନ ଏକ ଗମ୍ଭୀର ବିଷୟ । ତେଣୁ ମଙ୍ଗଳବାର ମଧ୍ୟ ବୈଠକ ହେବ । ଏହି ବୈଠକରେ ସମସ୍ତ ପ୍ରସଙ୍ଗ ଉପରେ ଆଲୋଚନା ହେବ ।
ସୂଚନାଯୋଗ୍ୟ, ଦେଶରେ ଆଗାମୀ ସାଧାରଣ ନିର୍ବାଚନ ଲାଗି ତାରିଖ ଘୋଷଣା ହୋଇଛି। ଚଳିତ ଥର ମୋଟ ୭ଟି ପର୍ଯ୍ୟାୟରେ ମତଦାନ ହେବ । ପ୍ରଥମ ପର୍ଯ୍ୟାୟ ଭୋଟିଂ ଏପ୍ରିଲ ୧୯ , ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬, ତୃତୀୟ ପର୍ଯ୍ୟାୟ ନିର୍ବାଚନ ମେ ୭ରେ, ମେ ୧୪ରେ ଚତୁର୍ଥ ପର୍ଯ୍ୟାୟ, ମେ ୨୦ରେ ପଞ୍ଚମ ପର୍ଯ୍ୟାୟ, ମେ ୨୫ରେ ଷଷ୍ଠ ପର୍ଯ୍ୟାୟ ଏବଂ ଜୁନ ୧ରେ ସପ୍ତମ ପର୍ଯ୍ୟାୟ ନିର୍ବାଚନ ହେବ । ଏହାପରେ ଜୁନ ୪ରେ  ନିର୍ବାଚନ ଫଳାଫଳ ଘୋଷଣା ହେବ।

Enter your email to get our daily news in your inbox.

All Right Reserved By Dharitri.Com

ଏହିସବୁ ଆସନ ପାଇଁ ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରିନାହାନ୍ତି ୩ ଦଳ

ଭୁବନେଶ୍ୱର,୨୯ା୪(ସୁନୀତ୍‌ ମିଶ୍ର):ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସୋମବାରଠାରୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହେବ। ହେଲେ ଅଦ୍ୟାବଧି ବିଜେଡି, ଭାଜପା ତା’ର ପ୍ରାର୍ଥୀ ତାଲିକା ଘୋଷଣା...

ଆଜି ୩ୟ ପର୍ଯ୍ୟାୟ ଭୋଟ ଲାଗି ବିଜ୍ଞପ୍ତି

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ଦେଶର ଷଷ୍ଠ ଏବଂ ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଅର୍ଥାତ୍‌ ୩ୟ ପର୍ଯ୍ୟାୟ ଲାଗି...

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri