ପୁଣି ପୃଥିବୀ ଉପରେ ମାଡ଼ି ଆସିଲା ବିପଦ: ପାଣିରେ ବହୁ ଉପକୂଳ ସହର ବୁଡ଼ିଯିବା ଆଶଙ୍କା !…

ଲଣ୍ଡନ/ନୂଆଦିଲ୍ଲୀ,୨୦।୫: ପୃଥିବୀରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ପୃଥିବୀ ଉପରେ ପୁଣି ନୂଆ ବିପଦ ମାଡ଼ି ଆସୁଛି। ଆଣ୍ଟାର୍କଟିକାରେ ଏକ ବିରାଟକାୟ ହିମଖଣ୍ଡ ଭାଙ୍ଗିଯାଇଛି। ଏହାର ଲମ୍ବ ୧୭୫ କିଲୋମିଟର ହୋଇଥିବାବେଳେ ପ୍ରସ୍ଥ ୨୫ କିଲୋମିଟର ରହିଛି। ଏହାର କ୍ଷେତ୍ରଫଳ ୪,୩୨୦ ବର୍ଗ କିଲୋମିଟର ବୋଲି ପରିବେଶ ବିଜ୍ଞାନୀ ସୂଚନା ଦେଇଛନ୍ତି। ଜଳବାୟୁ ପରିବର୍ତ୍ତନ ଯୋଗୁ ନୁହେଁ ପ୍ରାକୃତିକ କାରଣରୁ ଏହା ଭାଙ୍ଗିଥିବା ବ୍ରିଟେନ୍‌ର ଆଣ୍ଟାର୍କଟିକା ସର୍ଭେ ଦଳର ବୈଜ୍ଞାନିକ ଲୋରା ଗେରିଶ୍‌ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଏହାର ନାମକରଣ ଏ-୭୬ ଭାବେ କରାଯାଇଛି। ଆଣ୍ଟାର୍କଟିକାର ପଶ୍ଚିମ ଭାଗରେ ଥିବା ରୋନ୍ନେ ଆଇସ୍‌ ସେଲ୍ଫ୍‌ରୁ ଏହା ଭାଙ୍ଗିଥିବା ୟୁରୋପିଆନ୍‌ ମହାକାଶ ଏଜେନ୍ସିର ସାଟେଲାଇଟ୍‌ ଫଟୋ ଚିତ୍ରରୁ ଜଣାପଡ଼ିଛି। ଏହି ହିମଖଣ୍ଡ ଭାଙ୍ଗିବା ନେଇ ପୃଥିବୀରେ ଆତଙ୍କ ଖେଳି ଯାଇଛି। ଏହା ତରଳିଲେ ସମୁଦ୍ର ଜଳସ୍ତର ୨୦୦ଫୁଟ ବୃଦ୍ଧି ପାଇବ। ଫଳରେ ଉପକୂଳ ଅଞ୍ଚଳରେ ଥିବା ବହୁ ସହର ପାଣିରେ ବୁଡ଼ିଯିବାର ଆଶଙ୍କା ସୃଷ୍ଟି ହୋଇଛି। ପ୍ରତ୍ୟକ୍ଷ ଭାବେ ସମୁଦ୍ର ଜଳସ୍ତର ଉପରେ ଏହାର ପ୍ରଭାବ ନ ପଡ଼ିଲେ ବି ଅପ୍ରତ୍ୟକ୍ଷ ଭାବେ ଜଳସ୍ତର ପ୍ରଭାବିତ ହେବ ବୋଲି ଲୋରା ଗେରିଶ୍‌ କହିଛନ୍ତି। ନେଚର ପତ୍ରିକା ରିପୋର୍ଟ ଅନୁସାରେ ୧୮୮୦ ମସିହାଠାରୁ ଗତ ୧୪୧ ବର୍ଷ ମଧ୍ୟରେ ସମୁଦ୍ର ଜଳସ୍ତର ୯ ଇଞ୍ଚ ବଢ଼ିଛି। ଜଳସ୍ତରର ଏକ ତୃତୀୟାଂଶ ପାଣି ଆଣ୍ଟାର୍କଟିକାର ହିମଖଣ୍ଡ ତରଳିବାରୁ ସୃଷ୍ଟି ହୋଇଥିବା ଏଥିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri