ପୁଣି ବଢ଼ିଲା ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମିବାରେ ଲାଗିଛି। ମଙ୍ଗଳବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୨୭ ହଜାର ୫୧୦ ଥିବାବେଳେ ମୃତକଙ୍କ ସଂଖ୍ୟା ୨,୭୯୫ ଥିଲା । ତେବେ ବୁଧବାର ଏହାପୁଣି ବଢ଼ିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୩୨ ହଜାର ୭୮୮ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୩,୨୦୭ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୨ ଲକ୍ଷ ୩୧ ହଜାର ୪୫୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୧୭ ଲକ୍ଷ ୯୩ ହଜାର ୬୪୫ଜଣ ଚିକିତ୍ସିତ ହେଉଛନ୍ତି। ଅଧିକ ସଂଖ୍ୟକ ଆକାନ୍ତଙ୍କ ମୃତ୍ୟୁ ଘଟୁ ଥିବାରୁ ଅନ୍ତିମ ସଂସ୍କାର ପାଇଁ ସମସ୍ୟା ଦେଖାଦେଇଛି। ଶ୍ମଶାନରେ ମୃତକଙ୍କ ପରିବାର ସଦସ୍ୟଙ୍କୁ ଅନ୍ତିମ ସଂସ୍କାର ପାଇଁ ଘଣ୍ଟା ଘଣ୍ଟା ଅପେକ୍ଷା କରିବାକୁ ପଡୁଛି। ବର୍ତ୍ତମାନ ସୁଦ୍ଧା ୨୧ କୋଟି ୮୫ ଲକ୍ଷ ୪୬ ହଜାର ୬୬୭ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୫ କୋଟି ୫୭ ହଜାର ୩୩୦ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

ଟ୍ରମ୍ପଙ୍କ ସାପ୍ତାହିକ ଛୁଟି ବାତିଲ, ଜାଣନ୍ତୁ ପୂରା ମାମଲା…

ଓ୍ବାଶିଂଟନ,୪ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ଓ୍ବିକ୍‌ଲି ଅଫ୍‌ ବା ସାପ୍ତାହିକ ଛୁଟି ବାତିଲ କରିଛନ୍ତି। ହ୍ବାଇଟ୍‌ ହାଉସରୁ ମିଳିଥିବା ସୂଚନା ଅନୁଯାୟୀ, ଟ୍ରମ୍ପ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri