ପୁଣି ପେଟ୍ରୋଲ ୩୫ ପଇସା ବଢ଼ିଲା

ନୂଆଦିଲ୍ଲୀ/ଭୁବନେଶ୍ୱର,୬।୭: ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧିକୁ ନେଇ ଦେଶବ୍ୟାପୀ ବିରୋଧ ଓ ଆନ୍ଦୋଳନ ଚାଲିଛି। ଏହା ସତ୍ତ୍ୱେ ବି ତୈଳ ଦର ବୃଦ୍ଧି ରୋକିବାର ନଁା ନେଉନାହିଁ। କ୍ରମାଗତ ୨ୟ ଦିନ ଲାଗି ପେଟ୍ରୋଲ ଦରରେ ପରିବର୍ତ୍ତନ ହୋଇଛି। ରବିବାର ପରେ ସୋମବାର ପୁଣି ଥରେ ପେଟ୍ରୋଲ ଉପରେ ୩୫ ପଇସା ବଢ଼ିଥିବାବେଳେ ଡିଜେଲ ମୂଲ୍ୟ ସ୍ଥିର ରହିଛି। ଏହି ଦର ବୃଦ୍ଧି ଫଳରେ ଦେଶର ୧୩ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ସବୁସ୍ଥାନରେ ପେଟ୍ରୋଲ ମୂଲ୍ୟ ୧୦୦ ଟଙ୍କା ଉପରେ ରହିଥିବା ଜଣାପଡ଼ିଛି। ଏପରିକି ଓଡ଼ିଶାର ସମସ୍ତ ଜିଲାରେ ମଧ୍ୟ ପେଟ୍ରୋଲ ୧୦୦ ଟପି ରେର୍କଡ ସ୍ତରରେ ବିକ୍ରି ହେଉଛି। ଅପରପକ୍ଷରେ ରାଜ୍ୟର କଳାହାଣ୍ଡି, କୋରାପୁଟ, ରାୟଗଡ଼ା, ନୂଆପଡ଼ା, ନବରଙ୍ଗପୁର ଓ ମାଲକାନଗିରି ଭଳି ଜିଲାରେ ଡିଜେଲ ମୂଲ୍ୟ ମଧ୍ୟ ୧୦୦ ଟଙ୍କା ଉପରେ ରହିଥିବା ସୂଚନା ମିଳିଛି।
ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ୍‌ (ଆଇଓସିଏଲ୍‌)ର ସୂଚନା ଅନୁସାରେ ସୋମବାର ଭୁବନେଶ୍ୱରରେ ପେଟ୍ରୋଲ ୩୬ ପଇସା ବୃଦ୍ଧି ଘଟିଥିବାବେଳେ ଡିଜେଲ ମୂଲ୍ୟ ସ୍ଥିର ରହିଛି। ଫଳରେ ଏଠାରେ ପେଟ୍ରୋଲ ଲିଟର ପିଛା ୧୦୦.୬୬ ଟଙ୍କା ଏବଂ ଡିଜେଲ ୯୭.୩୯ ଟଙ୍କାରେ ବିକ୍ରି ହେଉଛି। ଅନ୍ୟ ପକ୍ଷେ କଟକ ସହରରେ ପେଟ୍ରୋଲ ଲିଟର ପିଛା ୧୦୦.୯୮ ଟଙ୍କା ଏବଂ ଡିଜେଲ ୯୭.୭୦ ଟଙ୍କାରେ କାରବାର ହେଉଛି। ଗତ ମେ’୪ ପରଠାରୁ କ୍ରମାଗତ ଭାବେ ତୈଳ ଦରରେ ପରିବର୍ତ୍ତନ ହୋଇଚାଲିଛି। ଏହା ମଧ୍ୟରେ ପେଟ୍ରୋଲ ମୂଲ୍ୟ ୩୫ ଥର ଏବଂ ଡିଜେଲ ୩୩ ଥର ବଢ଼ିଲାଣି। ଏହି ସମୟ ମଧ୍ୟରେ ଭୁବନେଶ୍ୱରରେ ପେଟ୍ରୋଲ ଉପରେ ୯.୫୪ ଟଙ୍କା ଏବଂ ଡିଜେଲ ୯.୪୧ ଟଙ୍କା ବୃଦ୍ଧି ଘଟିଲାଣି ବୋଲି ଉତ୍କଳ ପେଟ୍ରୋଲିୟମ ଡିଲର ଆସୋସିଏଶନ ପକ୍ଷରୁ ସୂଚନା ଦିଆଯାଇଛି।
ଅପରପକ୍ଷରେ ନୂଆଦିଲ୍ଲୀରେ ପେଟ୍ରୋଲ ୩୫ ପଇସା ବଢ଼ିଥିବା ବେଳେ ଡିଜେଲ ଦର ଅପରିବର୍ତ୍ତିତ ରହିଛି। ଫଳରେ ସେଠାରେ ପେଟ୍ରୋଲ ଲିଟର ପିଛା ୯୯.୮୬ ଟଙ୍କା ଏବଂ ଡିଜେଲ ୮୯.୩୬ ଟଙ୍କାରେ ପହଞ୍ଚତ୍ଛି। ମେ’ ୪ ପରଠାରୁ ଦିଲ୍ଲୀରେ ପେଟ୍ରୋଲ ଉପରେ ୯.୪୬ ଟଙ୍କା ଏବଂ ଡିଜେଲ ୮.୬୩ ଟଙ୍କା ବଢିଥିବା ଜଣାପଡିଛି।
ସେହିଭଳି ଦେଶର ଅନ୍ୟ ପ୍ରମୁଖ ମେଟ୍ରୋ ସହର ଚେନ୍ନାଇ, କୋଲକାତା ଏବଂ ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ଯଥାକ୍ରମେ ୧୦୦.୭୫ ଟଙ୍କା, ୯୯.୮୪ ଟଙ୍କା ଏବଂ ୧୦୫.୯୨ ଟଙ୍କାରେ ବିକ୍ରି ହେଉଛି। ସେହିପରି ଏହି ସବୁ ମେଟ୍ରୋ ସହରରେ ଡିଜେଲ ଦର ପୂର୍ବପରି ଯଥାକ୍ରମେ ୯୩.୯୧ ଟଙ୍କା, ୯୨.୨୭ ଟଙ୍କା ଏବଂ ୯୬.୯୧ ଟଙ୍କାରେ ରହିଛି। ଦେଶରେ ତୈଳ ଦର ହୁ ହୁ ହୋଇ ବଢୁଥିବା ବେଳେ ସରକାର ଦର ହ୍ରାସ ବିଷୟରେ ଚିନ୍ତା ନ କରି ବିଭିନ୍ନ ବାହାନା ଓ ରାଜନୈତିକ ଦୋଷାରୋପ କରି ଚାଲିଛନ୍ତି। ଏହାକୁ ଜାତୀୟ କଂଗ୍ରେସ ଦଳ ପକ୍ଷରୁ ଘୋର ନିନ୍ଦା କରିବା ସହ ଜୁଲାଇ ୭ ରୁ ୧୭ ପର୍ଯ୍ୟନ୍ତ ଦେଶବ୍ୟାପୀ ଦରଦାମ ବୃଦ୍ଧି ଓ ତେଲ ଏବଂ ଗ୍ୟାସ୍‌ ଦରର ରେର୍କଡ ସ୍ତର ଦର ବୃଦ୍ଧିକୁ ନେଇ ପଲ୍ଲୀରୁ ପାର୍ଲାମେଣ୍ଟ ପର୍ଯ୍ୟନ୍ତ ବିରୋଧ କରିବ ବୋଲି କଂଗ୍ରେସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା…

ସେପ୍ଟେମ୍ୱରରେ ଚମକିବ ୫ ରାଶିର ଭାଗ୍ୟ: ୪ ଗ୍ରହଙ୍କ ଚଳନରେ ପ୍ରଚୁର ଧନଲାଭ, ଚାକିରିରେ ମିଳିବ ବଡ଼ ଅଫର୍‌…

ସେପ୍ଟେମ୍ୱର ୨୦୨୬ରେ ସୂର୍ଯ୍ୟ, ମଙ୍ଗଳ, ବୁଧ ଏବଂ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ (ଗୋଚର) କରିବାକୁ ଯାଉଛନ୍ତି। ଏହି ଗ୍ରହମାନଙ୍କ ଗୋଚର ଯୋଗୁଁ ଅନେକ ଶୁଭ ରାଜଯୋଗ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ, ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନଦେଲେ କଟିବ ଦରମା

ଭୁବନେଶ୍ବର,୩୦ା୮: ସ୍ତ୍ରୀ କିମ୍ୱା ସନ୍ତାନସନ୍ତତିଙ୍କୁ ଭରଣପୋଷଣ ସହାୟତା କିମ୍ୱା ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ ଠିକ୍ ଭାବରେ ଦେଉ ନଥିବା ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri