ପୁଣି ଗଡ଼ିବ ପିଙ୍କ୍‌ ଅଟୋ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ରାଜଧାନୀରେ ଲୁଟେରାଙ୍କ ଆତଙ୍କ ବଢ଼ିଯାଇଥିବାବେଳେ ମହିଳାଙ୍କ ସୁରକ୍ଷା ପାଇଁ ବନ୍ଦ ହୋଇଯାଇଥିବା ପିଙ୍କ୍‌ ଅଟୋ ସେବା ପୁଣି ଆରମ୍ଭ ହେବାକୁ ଯାଉଛି। ଭୁବନେଶ୍ୱର ଏବଂ କଟକରେ ଆରମ୍ଭ ହୋଇଥିବା ଏହି ସେବା ପୁନଃ କାର୍ଯ୍ୟକାରୀ କରିବାକୁ ଯୋଜନା କରାଯାଉଛି। ଏଥିପାଇଁ ପରିବହନ ବିଭାଗର ସଚିବ ମଧୁସୂଦନ ପାଢୀ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଚିଠି ଲେଖି ଏହି ସେବା ପୁନଃ ଚାଲୁ କରିବାକୁ କହିଛନ୍ତି।
ସୂଚନାଯୋଗ୍ୟ, ବିଶେଷ କରି ମହିଳାମାନେ ପୁରୁଷଙ୍କ ସହ ଗୋଟିଏ ଅଟୋରେ ବସି ଯାତ୍ରା କରିବାବେଳେ ନାନା ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏପରିକି ଅଟୋ ଚାଳକ ଓ ପୁରୁଷ ଯାତ୍ରୀଙ୍କ ସହ ଯାଉଥିବାବେଳେ ମହିଳା, ଛାତ୍ରୀମାନେ ଲୁଟ, ଅସଦାଚରଣ ଶିକାର ହେଉଥିଲେ। ଏହାକୁ ଦୃଷ୍ଟିରେ ରଖି ୨୦୧୪ ଜୁନ ୨୭ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ପିଙ୍କ୍‌ ଅଟୋ ସେବା ଆରମ୍ଭ କରିଥିଲେ। ପ୍ରଥମ ପର୍ଯ୍ୟାୟରେ ୨୦୦, ଦ୍ୱିତୀୟରେ ୧୦୦ ଏବଂ ତୃତୀୟ ପର୍ଯ୍ୟାୟରେ ୫୦ଟି ଅଟୋ ଚଳାଚଳ କରିଥିଲା। ସହରରେ ୪୫୦ରୁ ଅଧିକ ପିଙ୍କ ଅଟୋ ଚଳାଚଳ କରିବାକୁ କମିଶନରେଟ ପୋଲିସ ପକ୍ଷରୁ ଯୋଜନା କରାଯାଇଥିଲା। ଏହି ଅଟୋର ଚାଳକଙ୍କୁ କମିଶନରେଟ ପୋଲିସ ପକ୍ଷରୁ ସ୍ବତନ୍ତ୍ର ପରିଚୟ ପତ୍ର ଦେବା ସହ ଚାଳକଙ୍କ ଲାଇସେନ୍ସ, ମାନସିକ ଅବସ୍ଥା, ପରିବାରର ଇତିହାସ ଓ ଆପରାଧିକ ତଥ୍ୟକୁ ତନଖି କରାଯାଇ ସେମାନଙ୍କୁ ସ୍ବତନ୍ତ୍ର ତାଲିମ ଦିଆଯାଇଥିଲା। ରାଜଧାନୀର ବରମୁଣ୍ଡା ଓ ମାଷ୍ଚର କ୍ୟାଣ୍ଟିନ୍‌ ଓ କିଟ୍‌ ଛକରେ ଏହାର ଟିକେଟ୍‌ କାଉଣ୍ଟର ଖୋଲାଯାଇଥିଲା। ବୁକିଂ କାଉଣ୍ଟରରେ ଦୀର୍ଘ ସମୟ ଧରି ଛିଡ଼ାହୋଇ ଫର୍ମ ପୂରଣ କରିବା ପାଇଁ ପଡୁଥିବାରୁ ଏହାକୁ ଯାତ୍ରୀମାନେ ପସନ୍ଦ କରି ନ ଥିଲେ। ଫଳରେ ଅଟୋ ଚାଳକଙ୍କୁ ଯାତ୍ରୀ ମିଳିବା କଷ୍ଟ ହୋଇପଡ଼ିଥିଲା। ପରେ୨୦୧୮ରୁ ଏହି ସେବା ବନ୍ଦ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri