ପୁଣି ଗଡ଼ିବ ପିଙ୍କ୍‌ ଅଟୋ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ରାଜଧାନୀରେ ଲୁଟେରାଙ୍କ ଆତଙ୍କ ବଢ଼ିଯାଇଥିବାବେଳେ ମହିଳାଙ୍କ ସୁରକ୍ଷା ପାଇଁ ବନ୍ଦ ହୋଇଯାଇଥିବା ପିଙ୍କ୍‌ ଅଟୋ ସେବା ପୁଣି ଆରମ୍ଭ ହେବାକୁ ଯାଉଛି। ଭୁବନେଶ୍ୱର ଏବଂ କଟକରେ ଆରମ୍ଭ ହୋଇଥିବା ଏହି ସେବା ପୁନଃ କାର୍ଯ୍ୟକାରୀ କରିବାକୁ ଯୋଜନା କରାଯାଉଛି। ଏଥିପାଇଁ ପରିବହନ ବିଭାଗର ସଚିବ ମଧୁସୂଦନ ପାଢୀ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଚିଠି ଲେଖି ଏହି ସେବା ପୁନଃ ଚାଲୁ କରିବାକୁ କହିଛନ୍ତି।
ସୂଚନାଯୋଗ୍ୟ, ବିଶେଷ କରି ମହିଳାମାନେ ପୁରୁଷଙ୍କ ସହ ଗୋଟିଏ ଅଟୋରେ ବସି ଯାତ୍ରା କରିବାବେଳେ ନାନା ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏପରିକି ଅଟୋ ଚାଳକ ଓ ପୁରୁଷ ଯାତ୍ରୀଙ୍କ ସହ ଯାଉଥିବାବେଳେ ମହିଳା, ଛାତ୍ରୀମାନେ ଲୁଟ, ଅସଦାଚରଣ ଶିକାର ହେଉଥିଲେ। ଏହାକୁ ଦୃଷ୍ଟିରେ ରଖି ୨୦୧୪ ଜୁନ ୨୭ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ପିଙ୍କ୍‌ ଅଟୋ ସେବା ଆରମ୍ଭ କରିଥିଲେ। ପ୍ରଥମ ପର୍ଯ୍ୟାୟରେ ୨୦୦, ଦ୍ୱିତୀୟରେ ୧୦୦ ଏବଂ ତୃତୀୟ ପର୍ଯ୍ୟାୟରେ ୫୦ଟି ଅଟୋ ଚଳାଚଳ କରିଥିଲା। ସହରରେ ୪୫୦ରୁ ଅଧିକ ପିଙ୍କ ଅଟୋ ଚଳାଚଳ କରିବାକୁ କମିଶନରେଟ ପୋଲିସ ପକ୍ଷରୁ ଯୋଜନା କରାଯାଇଥିଲା। ଏହି ଅଟୋର ଚାଳକଙ୍କୁ କମିଶନରେଟ ପୋଲିସ ପକ୍ଷରୁ ସ୍ବତନ୍ତ୍ର ପରିଚୟ ପତ୍ର ଦେବା ସହ ଚାଳକଙ୍କ ଲାଇସେନ୍ସ, ମାନସିକ ଅବସ୍ଥା, ପରିବାରର ଇତିହାସ ଓ ଆପରାଧିକ ତଥ୍ୟକୁ ତନଖି କରାଯାଇ ସେମାନଙ୍କୁ ସ୍ବତନ୍ତ୍ର ତାଲିମ ଦିଆଯାଇଥିଲା। ରାଜଧାନୀର ବରମୁଣ୍ଡା ଓ ମାଷ୍ଚର କ୍ୟାଣ୍ଟିନ୍‌ ଓ କିଟ୍‌ ଛକରେ ଏହାର ଟିକେଟ୍‌ କାଉଣ୍ଟର ଖୋଲାଯାଇଥିଲା। ବୁକିଂ କାଉଣ୍ଟରରେ ଦୀର୍ଘ ସମୟ ଧରି ଛିଡ଼ାହୋଇ ଫର୍ମ ପୂରଣ କରିବା ପାଇଁ ପଡୁଥିବାରୁ ଏହାକୁ ଯାତ୍ରୀମାନେ ପସନ୍ଦ କରି ନ ଥିଲେ। ଫଳରେ ଅଟୋ ଚାଳକଙ୍କୁ ଯାତ୍ରୀ ମିଳିବା କଷ୍ଟ ହୋଇପଡ଼ିଥିଲା। ପରେ୨୦୧୮ରୁ ଏହି ସେବା ବନ୍ଦ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ରାଜ୍ୟରେ ବଢିବ ତାପମାତ୍ରା, ୨ଦିନରେ ୪୦ ଛୁଇଁବ

ଭୁବନେଶ୍ୱର,୨୮।୩(ଅସମାପିକା ସାହୁ): ମାର୍ଚ୍ଚ ମାସ ଶେଷ ନ ହେଉଣୁ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗୁରୁବାର ରାଜ୍ୟର ୧୬ଟି ସହରରେ ତାପମାତ୍ରା ୩୮ଡିଗ୍ରୀ ଅତିକ୍ରମ କରିଥିବାବେଳେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି...

ରାଜ୍ୟର ୬ଟି ଲୋକ ସଭା ଆସନରେ କାହାକୁ ଟିକେଟ ଦେବ ବିଜେଡି, ଚର୍ଚ୍ଚାରେ ଏହି ନାଁ

ଭୁବନେଶ୍ୱର,୨୮।୩: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶାର ୨୧ଟି ଲୋକ ସଭା ନିର୍ବାଚନ ମଣ୍ଡଳୀ ଭିତରୁ ୧୮ଟି ସ୍ଥାନରେ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri