ନେପାଳରେ ପୁଣି ରାଜନୈତିକ ସଙ୍କଟ

କାଠମାଣ୍ଡୁ, ୨୩।୫(ଆଇଏଏନ୍‌ଏସ୍‌): ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲିଙ୍କ ସୁପାରିସକ୍ରମେ ରାଷ୍ଟ୍ରପତି ବିଦ୍ୟାଦେବୀ ଭଣ୍ଡାରୀ ଶୁକ୍ରବାର ମଧ୍ୟରାତ୍ରରେ ପାର୍ଲାମେଣ୍ଟ ଭଙ୍ଗ କରିବା ସହ ନଭେମ୍ବର ୧୨ ଓ ୧୯ରେ ମଧ୍ୟବର୍ତ୍ତିକାଳୀନ ନିର୍ବାଚନ ପାଇଁ ଘୋଷଣା କରିଛନ୍ତି। ଏହାକୁ ନେଇ ନେପାଳରେ ରାଜନୈତିକ ଅଚଳାବସ୍ଥା ସୃଷ୍ଟି ହୋଇଛି। ବିରୋଧୀ ଦଳଗୁଡ଼ିକ ଓଲିଙ୍କ ନିଷ୍ପତ୍ତିକୁ ଅଗଣତାନ୍ତ୍ରିକ ଓ ଅସାମ୍ବିଧାନିକ କହି ବିରୋଧ କରିଛନ୍ତି। ନିର୍ବାଚନ କରିହେବ କି ନାହିଁ ଏହାକୁ ନେଇ ଭିନ୍ନ ମତ ପ୍ରକାଶ ପାଇଛି। ପାର୍ଲାମେଣ୍ଟ ଭଙ୍ଗ ରାଜନୈତିକ ବିଦ୍ରୋହ ପାଇଁ ଉଦ୍ୟମ ଏବଂ ତଥାକଥିତ ନିର୍ବାଚନ ଘୋଷଣା ଏକ ଜାଲିଆତି ବୋଲି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଶାସକ ଦଳ ନେତା ମାଧବ କୁମାର ନେପାଳ କହିଛନ୍ତି। ଓଲି ଏବଂ ନେପାଳ ଗୋଟିଏ ଦଳର ହୋଇଥିଲେ ମଧ୍ୟ ସେମାନଙ୍କ ମଧ୍ୟରେ ଗୁରୁତର ମତପାର୍ଥକ୍ୟ ରହିଛି। ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଘନିଷ୍ଠତା ବାରମ୍ବାର ପାର୍ଲାମେଣ୍ଟ ଭାଙ୍ଗିବା ପଛର କାରଣ ବୋଲି ଦଳୀୟ ନେତାମାନେ କହିଛନ୍ତି। ଏହା ପୂର୍ବରୁ ଓଲିଙ୍କ ପରାମର୍ଶକ୍ରମେ ରାଷ୍ଟ୍ରପତି ଗତବର୍ଷ ଡିସେମ୍ବର ୨୦ରେ ପାର୍ଲାମେଣ୍ଟ ଭାଙ୍ଗିଦେଇଥିଲେ। ଗତ ଫେବୃୟାରୀ ୨୩ରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ ଫଳରେ ପୁନର୍ବାହାଲ କରାଯାଇଥିଲା। ସମ୍ବିଧାନକୁ ଧ୍ୱଂସ କରିବା ପାଇଁ ଭଣ୍ଡାରୀ ଏବଂ ଓଲି ଚାଲ୍‌ ଚଳାଇଥିବା ବିରୋଧୀ ଦଳ ନେପାଳ କଂଗ୍ରେସ ପାର୍ଟିର ବରିଷ୍ଠ ନେତା ରାମଚନ୍ଦ୍ର ପୌଡେଲ କହିଛନ୍ତି। ନୂଆ ସରକାର ଗଢ଼ିବା ପାଇଁ ଓଲି ଶୁକ୍ରବାର ଗୃହରେ ସଂଖ୍ୟାଗରିଷ୍ଠତା ଦେଖାଇବାରେ ବିଫଳ ହୋଇଥିଲେ। ବିରୋଧୀ ଦଳଗୁଡ଼ିକ ସଂଖ୍ୟାଗରିଷ୍ଠ ଭୋଟ ସହ ସରକାର ଗଢ଼ିବାକୁ ଦାବି ଜଣାଇବା ସତ୍ତ୍ୱେ ପାର୍ଲାମେଣ୍ଟକୁ ଭାଙ୍ଗିଦିଆଯିବା ଅଗଣତାନ୍ତ୍ରିକ ଓ ଅସାମ୍ବିଧାନିକ। ଏହା ବିରୋଧରେ ନେପାଳ କଂଗ୍ରେସ ଆଇନଗତ, ରାଜନୈତିକ ଓ ସାମ୍ବିଧାନିକ ଲଢ଼େଇ ଲଢ଼ିବ ବୋଲି ପୌଡେଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri