ଆସନ୍ତା ୨୮ରୁ ପୁଣି ବିଧାନସଭା ଘେରିବେ ପ୍ରାଥମିକ ଶିକ୍ଷକ

ଭୁବନେଶ୍ୱର, ୧୭।୨(ବ୍ୟୁରୋ): ପ୍ରାଥମିକ ଶିକ୍ଷକଙ୍କ ପ୍ରତି ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବର ପ୍ରତିବାଦରେ ଆସନ୍ତା ୨୮ ରୁ ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ ପକ୍ଷରୁ ବିଧାନସଭା ଘେରାଉ କରାଯିବ। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଜାରି ରହିବ ମହାସଂଘ ପକ୍ଷରୁ କୁହାଯାଇଛି।

ମହାସଂଘର ସୂଚନାନୁସାରେ, ଗତ ନଭେମ୍ବର ୨୭ରେ ୩ଦଫା ଦାବି ହାସଲ ପାଇଁ ଏକ ଲକ୍ଷରୁ ଊର୍ଦ୍ଧ୍ୱ ଶିକ୍ଷକ ବିଧାନସଭା ସମ୍ମୁଖରେ ମହାସମାବେଶ କରିଥିଲେ। ନଭେମ୍ବର ୩୦ରେ ମୁଖ୍ୟ ଶାସନ ସଚିବଙ୍କ ସହିତ ଆଲୋଚନା ହୋଇଥିଲା। ଡିସେମ୍ବର ୧୬ ରୁ ୨୦ ତାରିଖ ମଧ୍ୟରେ ଉଚ୍ଚସ୍ତରୀୟ ବୈଠକ ବସାଇ ନିଷ୍ପତ୍ତି ନିଆଯିବ ବୋଲି ଲିଖିତ ପ୍ରତିଶ୍ରୁତି ଦେବାରୁ ମିଳିତ ଶିକ୍ଷକ ମହାସଂଘ ଆନ୍ଦୋଳନକୁ ସ୍ଥଗିତ ରଖିଥିଲା। ଗତ ଡିସେମ୍ବର ୨୧ରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ କମିଟି ବୈଠକ ଅନୁଷ୍ଠିତ ହୋଇଥିଲା। ୨୯ରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅର୍ଥବିଭାଗର ପ୍ରମୁଖ ସଚିବ, ଉନ୍ନୟନ ବିଭାଗ ପ୍ରମୁଖ ସଚିବ, ସାଧାରଣ ପ୍ରଶାସନ ପ୍ରମୁଖ ସଚିବ, ଗଣଶିକ୍ଷା ସଚିବ ଓ ମିଳିତ ପ୍ରାଥମିକ ମହାସଂଘର ନେତୃମଣ୍ଡଳୀଙ୍କ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା ଏବଂ ଆଲୋଚନା ସକରାତ୍ମକ ହୋଇଥିଲା। ମହାସଂଘର ସମସ୍ତ ନେତୃବୃନ୍ଦ ଦାବିଗୁଡ଼ିକୁ ଦସ୍ତାବିଜ ସହ କମିଟିରେ ଉପସ୍ଥାପନ କରିଥିଲେ ଓ ନୂଆବର୍ଷରେ ରାଜ୍ୟ ସରକାର ପ୍ରାଥମିକ ଶିକ୍ଷକଙ୍କୁ ନୂଆ ଭେଟି ଦେବେ ବୋଲି ମହାସଂଘ ଆଶାବାଦୀ ଥିଲା। କିନ୍ତୁ ସରକାର ଦାବି ପୂରଣ ପାଇଁ ଏବେ ଟାଳଟୁଳ ନୀତି ଅବଲମ୍ବନ କରୁଥିବାରୁ ମହାସଂଘ କ୍ଷୋଭପ୍ରକାଶ କରିଛି। ସରକାର ପ୍ରାଥମିକ ଶିକ୍ଷକଙ୍କ ନ୍ୟାୟୋଚିତ ଦାବି ପୂରଣ କରୁ ନ ଥିବାରୁ ଆସନ୍ତା ୨୭ ତାରିଖରେ ବିଧାୟକଙ୍କ ବାସଭବନ ଘେରାଉ କରାଯିବ ଓ ୨୮ରେ ବିଧାନସଭା ସମ୍ମୁଖରେ ମହାସମାବେଶ କରାଯିବ। ଦାବୀ ପୂରଣ ନ ହେବା ପର୍ଯ୍ୟନ୍ତ ଏହି ବିକ୍ଷୋଭ ଜାରି ରହିବ ବୋଲି ମହାସଂଘ ଚେତାବନୀ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ସବୁଠାରୁ କମ୍ ବୟସରେ ଅଙ୍ଗଦାନ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri