ଆସନ୍ତା ୨୮ରୁ ପୁଣି ବିଧାନସଭା ଘେରିବେ ପ୍ରାଥମିକ ଶିକ୍ଷକ

ଭୁବନେଶ୍ୱର, ୧୭।୨(ବ୍ୟୁରୋ): ପ୍ରାଥମିକ ଶିକ୍ଷକଙ୍କ ପ୍ରତି ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବର ପ୍ରତିବାଦରେ ଆସନ୍ତା ୨୮ ରୁ ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ ପକ୍ଷରୁ ବିଧାନସଭା ଘେରାଉ କରାଯିବ। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଏହି ଆନ୍ଦୋଳନ ଜାରି ରହିବ ମହାସଂଘ ପକ୍ଷରୁ କୁହାଯାଇଛି।

ମହାସଂଘର ସୂଚନାନୁସାରେ, ଗତ ନଭେମ୍ବର ୨୭ରେ ୩ଦଫା ଦାବି ହାସଲ ପାଇଁ ଏକ ଲକ୍ଷରୁ ଊର୍ଦ୍ଧ୍ୱ ଶିକ୍ଷକ ବିଧାନସଭା ସମ୍ମୁଖରେ ମହାସମାବେଶ କରିଥିଲେ। ନଭେମ୍ବର ୩୦ରେ ମୁଖ୍ୟ ଶାସନ ସଚିବଙ୍କ ସହିତ ଆଲୋଚନା ହୋଇଥିଲା। ଡିସେମ୍ବର ୧୬ ରୁ ୨୦ ତାରିଖ ମଧ୍ୟରେ ଉଚ୍ଚସ୍ତରୀୟ ବୈଠକ ବସାଇ ନିଷ୍ପତ୍ତି ନିଆଯିବ ବୋଲି ଲିଖିତ ପ୍ରତିଶ୍ରୁତି ଦେବାରୁ ମିଳିତ ଶିକ୍ଷକ ମହାସଂଘ ଆନ୍ଦୋଳନକୁ ସ୍ଥଗିତ ରଖିଥିଲା। ଗତ ଡିସେମ୍ବର ୨୧ରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ କମିଟି ବୈଠକ ଅନୁଷ୍ଠିତ ହୋଇଥିଲା। ୨୯ରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅର୍ଥବିଭାଗର ପ୍ରମୁଖ ସଚିବ, ଉନ୍ନୟନ ବିଭାଗ ପ୍ରମୁଖ ସଚିବ, ସାଧାରଣ ପ୍ରଶାସନ ପ୍ରମୁଖ ସଚିବ, ଗଣଶିକ୍ଷା ସଚିବ ଓ ମିଳିତ ପ୍ରାଥମିକ ମହାସଂଘର ନେତୃମଣ୍ଡଳୀଙ୍କ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା ଏବଂ ଆଲୋଚନା ସକରାତ୍ମକ ହୋଇଥିଲା। ମହାସଂଘର ସମସ୍ତ ନେତୃବୃନ୍ଦ ଦାବିଗୁଡ଼ିକୁ ଦସ୍ତାବିଜ ସହ କମିଟିରେ ଉପସ୍ଥାପନ କରିଥିଲେ ଓ ନୂଆବର୍ଷରେ ରାଜ୍ୟ ସରକାର ପ୍ରାଥମିକ ଶିକ୍ଷକଙ୍କୁ ନୂଆ ଭେଟି ଦେବେ ବୋଲି ମହାସଂଘ ଆଶାବାଦୀ ଥିଲା। କିନ୍ତୁ ସରକାର ଦାବି ପୂରଣ ପାଇଁ ଏବେ ଟାଳଟୁଳ ନୀତି ଅବଲମ୍ବନ କରୁଥିବାରୁ ମହାସଂଘ କ୍ଷୋଭପ୍ରକାଶ କରିଛି। ସରକାର ପ୍ରାଥମିକ ଶିକ୍ଷକଙ୍କ ନ୍ୟାୟୋଚିତ ଦାବି ପୂରଣ କରୁ ନ ଥିବାରୁ ଆସନ୍ତା ୨୭ ତାରିଖରେ ବିଧାୟକଙ୍କ ବାସଭବନ ଘେରାଉ କରାଯିବ ଓ ୨୮ରେ ବିଧାନସଭା ସମ୍ମୁଖରେ ମହାସମାବେଶ କରାଯିବ। ଦାବୀ ପୂରଣ ନ ହେବା ପର୍ଯ୍ୟନ୍ତ ଏହି ବିକ୍ଷୋଭ ଜାରି ରହିବ ବୋଲି ମହାସଂଘ ଚେତାବନୀ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଆ ଅଘଟଣ: ୨୫ ମୃତକଙ୍କ ମିଳିଲା ପରିଚୟ

ପଣଜୀ,୮ା୧୨(ପି.ଟି/ଏଜେନ୍ସି):ଗୋଆ ରାଜଧାନୀ ପଣଜୀରୁ ୨୫ କି.ମି. ଦୂରରେ ‘ବର୍ଚ ବାଇ ରୋମିଓ ଲେନ୍‌’ ନାଇଟ୍‌ କ୍ଲବ୍‌ ଅବସ୍ଥିତ। ବେଆଇନ ଭାବେ ନିର୍ମିତ ଏହି କ୍ଲ୍‌ବ୍‌କୁ ଭାଙ୍ଗିବା...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ...

ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍‌ସ୍କି

ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ...

କଚ୍ଛପ ଗତି

କୌଣସି କାର୍ଯ୍ୟ ସମ୍ପାଦନରେ ଉଛୁର ହେଲେ, ଲକ୍ଷ୍ୟ ହାସଲରେ ଡେରି ହେଲେ କିମା ନିର୍ଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବା ପାଇଁ ବିଳମ୍ବ ଘଟିଲେ ବିଳମ୍ବର କାରଣକୁ କଚ୍ଛପର...

ବାଘ ଆତଙ୍କ ଯୋଗୁ ୫୫ ସ୍କୁଲ ବନ୍ଦ: ଜାଣନ୍ତୁ କେଉଁଠି

ଡେରାଡୁନ୍‌,୮ା୧୨:ଉତ୍ତରାଖଣ୍ଡର ପୌରି ଜିଲାରେ କଲରାପତରିଆ ବାଘ ଆତଙ୍କ ଯୋଗୁ ୫୫ ସ୍କୁଲକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି। ଉକ୍ତ ସ୍କୁଲଗୁଡ଼ିକର ପିଲାମାନଙ୍କୁ ଅନ୍‌ଲାଇନ ମୋଡ୍‌ରେ ପାଠପଢ଼ା...

ପୁଟିନ୍‌ଙ୍କ ଭାରତ ଗସ୍ତ ଅନ୍ତରାଳେ

ଭାରତକୁ ଆମେରିକା ନାଲିଆଖି ଦେଖାଇ ଟାରିଫ ବୃଦ୍ଧି କରିଛି। ଏହାସହ ଭାରତ-ରଷିଆ ସମ୍ପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଘୋର ଅସନ୍ତୁଷ୍ଟ। ଏଭଳି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri