ପୁଣି ଆତଙ୍କ, ଫେରୁଛି କରୋନା…

ନୂଆଦିଲ୍ଲୀ,୫।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। କେରଳ ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତ ତଥା ମୃତ୍ୟୁ ସଂଖ୍ୟା ଅଧିକ ହେଉଛି। ଏନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ୨୯,୬୮୨ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୧୪୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୨ ହଜାର ୭୬୬ ରେ ପହଞ୍ଚିଛି। ତେବେ ମୃତ୍ୟୁ ସଂଖ୍ୟା ୪ ଶହ ତଳେ ରହିଛି। ଏହି ସମୟ ମଧ୍ୟରେ କରୋନାରେ ୩୦୮ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୮ ହଜାର ୯୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୪୨ ପ୍ରତିଶତ ରହିଛି।

ଅପରପକ୍ଷରେ ୪ ଲକ୍ଷ ୧୦ ହଜାର ୪୮ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୨୩ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୪୦ ହଜାର ୫୩୩ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୬୮ କୋଟି ୪୬ ଲକ୍ଷ ୬୯ ହଜାରରୁ ଅଧିକ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୭୧ ଲକ୍ଷ ୬୧ ହଜାରରୁ ଅଧିକ ଜଣଙ୍କୁ ଟିକା ଦିଆଯାଇଛି।

ଅପରପକ୍ଷରେ ଇତିମଧ୍ୟରେ ୫୩ କୋଟିରୁ ଅଧିକ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୭ ଲକ୍ଷ ୪୭ ହଜାରରୁ ଅଧିକ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୨୧ ଲକ୍ଷ ୩୮ ହଜାର ୯୨ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୨୯ ଲକ୍ଷ ୮୮ ହଜାର ୬୭୩ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri