ପୁଣି ଆତଙ୍କ, ଫେରୁଛି କରୋନା…

ନୂଆଦିଲ୍ଲୀ,୫।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। କେରଳ ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତ ତଥା ମୃତ୍ୟୁ ସଂଖ୍ୟା ଅଧିକ ହେଉଛି। ଏନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ୨୯,୬୮୨ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୧୪୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୨ ହଜାର ୭୬୬ ରେ ପହଞ୍ଚିଛି। ତେବେ ମୃତ୍ୟୁ ସଂଖ୍ୟା ୪ ଶହ ତଳେ ରହିଛି। ଏହି ସମୟ ମଧ୍ୟରେ କରୋନାରେ ୩୦୮ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୮ ହଜାର ୯୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୪୨ ପ୍ରତିଶତ ରହିଛି।

ଅପରପକ୍ଷରେ ୪ ଲକ୍ଷ ୧୦ ହଜାର ୪୮ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୨୩ ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୪୦ ହଜାର ୫୩୩ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୬୮ କୋଟି ୪୬ ଲକ୍ଷ ୬୯ ହଜାରରୁ ଅଧିକ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୭୧ ଲକ୍ଷ ୬୧ ହଜାରରୁ ଅଧିକ ଜଣଙ୍କୁ ଟିକା ଦିଆଯାଇଛି।

ଅପରପକ୍ଷରେ ଇତିମଧ୍ୟରେ ୫୩ କୋଟିରୁ ଅଧିକ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୭ ଲକ୍ଷ ୪୭ ହଜାରରୁ ଅଧିକ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୨୧ ଲକ୍ଷ ୩୮ ହଜାର ୯୨ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୨୯ ଲକ୍ଷ ୮୮ ହଜାର ୬୭୩ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ଦେଇଥିବା ପ୍ରମାଣ କଲେ ରେଷ୍ଟୁରାଣ୍ଟରେ ମିଳିବ ଡିସକାଉଣ୍ଟ, ଫ୍ରିରେ ମିଳିବ ମଦ

ନୂଆଦିଲ୍ଲୀ,୨୫।୪: ଆରମ୍ଭ ହୋଇଯାଇଛି ଗଣତନ୍ତ୍ରର ମହାପର୍ବ ନିର୍ବାଚନ। ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ମତଦାନ ସରିଥିବାବେଳେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଛି। ତେବେ...

କାହିଁକି କେଜ୍‌ରିୱାଲଙ୍କୁ କରାଗଲା ଗିରଫ: ସୁପ୍ରିମକୋର୍ଟରେ କହିଲା ଇଡି

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ସିଏମ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନକୁ ବିରୋଧ କରି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛି। ଦାଖଲ ହୋଇଥିବା ଆଫିଡେଭଟ୍‌ରେ...

ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ପକ୍ଷରୁ କ୍ଲିନଚିଟ୍‌, ହିନ୍ଦୁ ଦେବୀଦେବତାଙ୍କ ନାମରେ ମାଗି ନାହାନ୍ତି ଭୋଟ୍‌

ନୂଆଦିଲ୍ଲୀ,୨୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ଦ୍ୱାରା କ୍ଲିନଚିଟ୍‌। ମୋଦିଙ୍କ ନାମରେ ହିନ୍ଦୁ ଦେବୀଦେବତାଙ୍କ ନାଁରେ ଭୋଟ ମାଗୁଥିବା ଅଭିଯୋଗ ହୋଇଥିଲା। ଯାହାକୁ ଗୁରୁବାର...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ଯେବେ ମମତା ରାଗିଯାଇ ବାଜପେୟୀଙ୍କ ଟେବୁଲ ଉପରେ ରଖିଥିଲେ ମଣିଷ ଖପୁରୀ, କାରଣ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୫।୪: ରାଜନୀତିର ଚର୍ଚ୍ଚିତ ଚେହେରା ମମତା ବାନାର୍ଜୀ। ଯିଏ ଭାରତୀୟ ରାଜନୀତିର ନିଜ ରାଗ ଓ ଜିଦ ପାଇଁ ମଧ୍ୟ ଜଣାଶୁଣା। ଯଦି ଦିଦି କିଛି...

ଭାଜପାରେ ଯୋଗ ଦେବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ

ନୂଆଦିଲ୍ଲୀ,୨୫।୪: ପଦ୍ମ ଧରିବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ । ବିହାରର ଏହି ଚର୍ଚ୍ଚିତ ୟୁଟ୍ୟୁବର ଗୁରୁବାର ଭାରତୀୟ ଜନତା ପାର୍ଟିରେ ସାମିଲ ହେବେ ।...

ନିର୍ବାଚନ ଡ୍ୟୁଟି ଲାଗିବା ମାତ୍ରେ କର୍ମଚାରୀ ଅସୁସ୍ଥ ହେବା ସଂଖ୍ୟା ବୃଦ୍ଧି, ମିଛ ହେଲେ କାର୍ଯ୍ୟାନୁଷ୍ଠାନ

ଭୋଜପୁର,୨୫।୪: ବିହାରର ଭୋଜପୁରରେ ଲୋକ ସଭା ଓ ବିଧାନସଭା ଉପ ନିର୍ବାଚନ ପାଇଁ ଡ୍ୟୁଟି ଲାଗିବା ମାତ୍ରେ ସରକାରୀ କର୍ମଚାରୀ ବହୁ ସଂଖ୍ୟାରେ ଅସୁସ୍ଥ ହୋଇପଡିଛନ୍ତି।...

ଆସିଲା JEE Mains ରେଜଲ୍ଟ: କେମିତି ଜାଣିବେ ମେରିଟ ଲିଷ୍ଟ ତାଲିକା

ନୂଆଦିଲ୍ଲୀ,୨୫।୪: ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ମିଳିତ ପ୍ରବେଶିକା ପରୀକ୍ଷା (JEE Mains) ସେସନ-୨ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ଜାନୁଆରୀ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri