ପୁଣି ସଙ୍କଟ ଘନେଇଲା…

ନୂଆଦିଲ୍ଲୀ, ୧୩।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ପୁଣି ସଙ୍କଟ ଘନେଇବାରେ ଲାଗିଛି। ଫଳରେ ପୁଣି ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ଲକ୍ଷେ ୧୯ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମିଛି। ଏହା ୧୫ ହଜାର ୮୧୫ ରହିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ବଢ଼ି ୬୮ ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ଲକ୍ଷେ ୧୯ ହଜାର ୨୬୪ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୨୦ ହଜାର ୧୮ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୬ ହଜାର ୯୯୬ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୨ ଲକ୍ଷ ୩୯ ହଜାର ୩୭୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୫ ଲକ୍ଷ ୯୩ ହଜାର ୧୧୨ ଜଣ ସୁସ୍ଥ ହୋଇ ସାରିଛନ୍ତି।

ମହାରାଷ୍ଟ୍ର, କେରଳ, କର୍ନାଟକ, ଦିଲ୍ଲୀ ଆଦି ୪ ରାଜ୍ୟରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି। ଦିଲ୍ଲୀରେ ମାସ୍କ ନପିନ୍ଧିଲେ ଜରିମାନା ଆଦାୟ କରିବାକୁ ନିର୍ଦ୍ଦେଶ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଟପିବ ପେଟ୍ରୋଲ ଦର? ଟ୍ରମ୍ପଙ୍କ ଯୋଗୁ ଗୋଟିଏ ଝଟକାରେ ହୁ ହୁ ହୋଇ ବଢ଼ିବାକୁ ଯାଉଛି ମୂଲ୍ୟ…!

ନୂଆଦିଲ୍ଲୀ,୯।୨: ଭାରତ ଏବଂ ଆମେରିକା ମଧ୍ୟରେ ନିକଟରେ ହୋଇଥିବା ଟ୍ରେଡ୍‌ ଡିଲ(ବାଣିଜ୍ୟ ଚୁକ୍ତି) ନେଇ ଜୋରଦାର ଚର୍ଚ୍ଚା ହେଉଛି। କାରଣ ଏହା ଭାରତର ସାଧାରଣ ନାଗରିକଙ୍କୁ ମହଙ୍ଗା…

ଧରିତ୍ରୀ ପ୍ରଭାବ: ତତ୍ପରତା ଦେଖାଇଲା ବିଦ୍ୟୁତ ବିଭାଗ

ଦାରିଙ୍ଗବାଡି, ୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହାଠାରୁ ତେରବାଡିକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଉପରେ ବିଦ୍ୟୁତ ତାର…

ଅସମ୍ମାନ ! ଡାଇନିଂ ଟେବୁଲରେ ବସିଲେ, ଚପଲ ପିନ୍ଧି ମହାପ୍ରସାଦ ଖାଇଲେ

ପୁରୀ୯।୨( ଅଜିତ୍ କୁମାର ମହାନ୍ତି ): ପୁଣି ମହାପ୍ରସାଦକୁ ଅପମାନ । ଡାଇନିଂ ଟେବୁଲରେ ଚପଲ ପିନ୍ଧି ବସି ଖାଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର, ଏତିକି ବୃଦ୍ଧି ପାଇବ DA!

ନୂଆଦିଲ୍ଲୀ,୯।୨: ହୋଲି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ କିଛି ଆଶ୍ୱସ୍ତି ପାଇପାରନ୍ତି। ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା ରିଲିଫ (DR) ୨% ବୃଦ୍ଧି…

ଏବେଠୁ ଘାରିଲାଣି ଜଙ୍ଗଲ ନିଆଁ ନିୟନ୍ତ୍ରଣ ଚିନ୍ତା: ଘୁମୁସର ଉତ୍ତର ବନଖଣ୍ଡରେ…

ଭଞ୍ଜନଗର,୯।୨(ବାବୁଲା ପ୍ରଧାନ )-ରାଜ୍ୟର କେତେକ ବନଖଣ୍ଡରେ ବର୍ତ୍ତମାନ ଜଙ୍ଗଲ ନିଆଁ ଲାଗିଲାଣି। ଆଗକୁ ଅନ୍ୟ ବନଖଣ୍ଡ ଗୁଡ଼ିକରେ ମଧ୍ୟ ନିଆଁ ଲାଗିବା ସମ୍ଭାବନା ରହିଛି। ଏହାପୂର୍ବରୁ ରାଜ୍ୟ…

ଟି-୨୦ ବିଶ୍ୱକପ୍: ବଡ଼ ଦଳଙ୍କୁ ନାକେଦମ୍ କଲେଣି ‘ଅଣ୍ଡରଡଗ୍ସ’, ଚର୍ଚ୍ଚାରେ ଏସବୁ ମ୍ୟାଚ୍

ନୂଆଦିଲ୍ଲୀ,୯।୨: ଚଳିତ ଟି-୨୦ ବିଶ୍ୱକପ୍‌ର ପ୍ରଥମ ସପ୍ତାହ କ୍ରିକେଟ ଜଗତର ସମସ୍ତ ପୁରୁଣା ସମୀକରଣକୁ ବଦଳାଇ ଦେଇଛି। ଯେଉଁ ଛୋଟ ଦଳମାନଙ୍କୁ ଦିନେ ‘ଦୁର୍ବଳ’ ବୋଲି କୁହାଯାଉଥିଲା,…

ଦିଅରଙ୍କ ବିବାହ ଠିକ୍‌ ହେବାରୁ ଜୀବନ ହାରିଦେଲେ ଭାଉଜ, ବଡ଼ ଖୁଲାସା କରି ସ୍ବାମୀ କହିଲେ…

ଲକ୍ଷ୍ନୌ,୯।୨: ଉତ୍ତର ପ୍ରଦେଶର ଇଟାୱା ଜିଲାର ଅହିଭରନପୁରା ଗାଁରେ ଜଣେ ମହିଳା ନିଜ ଦିଅରଙ୍କ ବିବାହ ଠିକ୍‌ ହେବାରୁ ଅସନ୍ତୋଷ ପ୍ରକାଶ କରିଥିଲେ। ତା’ପରେ ସେ ଆତ୍ମହତ୍ୟା…

ଏହି ବର୍ଷ ଭାରତ ହେବ ବିଶ୍ୱର ଦ୍ରୁତତମ ଅଭିବୃଦ୍ଧିଶୀଳ ଅର୍ଥନୀତି: ମୁଡିଜ୍

ନୂଆଦିଲ୍ଲୀ,୯।୨: ବିଶ୍ୱ ଅର୍ଥନୀତିରେ ଭାରତ ନିଜର ଦବଦବା ବଜାୟ ରଖିବାକୁ ଯାଉଛି। ଆସନ୍ତା ୨୦୨୬-୨୭ ଆର୍ଥିକ ବର୍ଷରେ ଭାରତର ପ୍ରକୃତ ଜିଡିପି ୬.୪% ହାରରେ ବୃଦ୍ଧି ପାଇବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri