ପୁଣି ସଙ୍କଟ ଘନେଇଲା…

ନୂଆଦିଲ୍ଲୀ, ୩୧।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ପୁଣି ସଙ୍କଟ ଘନେଇବାରେ ଲାଗିଛି। ଫଳରେ ପୁଣି ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି।

ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ଲକ୍ଷେ ୪୩ ହଜାରରୁ ଅଧିକ ରହିଛି।

ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୯ ହଜାର ୬୭୩ ରହିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪୫ ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ଲକ୍ଷେ ୪୩ ହଜାର ୬୭୬ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୧୯ ହଜାର ୩୩୬ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୬ ହଜାର ୩୫୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୦ ଲକ୍ଷ ୧୯ ହଜାର ୮୧୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୩ ଲକ୍ଷ ୪୯ ହଜାର ୭୭୮ ଜଣ ସୁସ୍ଥ ହୋଇ ସାରିଛନ୍ତି। ମହାରାଷ୍ଟ୍ର, କେରଳ, ତାମିଲନାଡୁ, କର୍ନାଟକ, ଦିଲ୍ଲୀ, ଗୁଜରାଟ ଏବଂ ପଶ୍ଚିମବଙ୍ଗ ଆଦି ରାଜ୍ୟରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୨,୦୮୭ ଜଣ, ପଶ୍ଚିମବଙ୍ଗରେ ୧,୧୧୩ ଜଣ, ତାମିଲନାଡୁରେ ୧,୫୪୮ ଜଣ, ପଞ୍ଜାବରେ ୪୩୭ ଜଣ କେରଳରେ ୧,୫୯୫ ଜଣ, କର୍ନାଟକରେ ୧,୮୮୬ ଜଣ, ଓଡ଼ିଶାରେ ୧,୦୨୯ ଜଣ, ଗୁଜରାଟରେ ୧,୦୧୨, ଆସାମରେ ୬୮୬ ଜଣ, ତେଲେଙ୍ଗାନାରେ ୮୫୧, ହିମାଚଳପ୍ରଦେଶରେ ୮୭୩ ଜଣ, ଛତିଶଗଡ଼ରେ ୬୫୮ ଜଣ, ଦିଲ୍ଲୀରେ ୧,୩୩୩ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ହରିୟାଣାରେ ୬୮୭ ଜଣ, ଆନ୍ଧ୍ରପ୍ରଦେଶରେ ୩୪୧ ଜଣ, ଉତ୍ତରପ୍ରଦେଶରେ ୬୩୦ ଜଣ, ତ୍ରିପୁରାରେ ୨୧୪ ଜଣ, ଜମ୍ମୁ-କଶ୍ମୀରରେ ୭୦୩ ଜଣ, ବିହାରରେ ୨୬୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷରେ ରାଜସ୍ଥାନରେ ୩୦୯ ଜଣ, ମଧ୍ୟପ୍ରଦେଶରେ ୨୨୮ଜଣ, ଉତ୍ତରାଖଣ୍ଡରେ ୨୮୮ ଜଣ, ଗୋଆରେ ୧୨୫ ଜଣ,ଝାଡ଼ଖଣ୍ଡରେ ୧୯୯ ଜଣ, ପୁଡୁଚେରୀରେ ୧୪୩ ଜଣ, ମିଜୋରାମରେ ୧୩୬ ଜଣ, ଚଣ୍ଡିଗଡ଼ରେ ୧୫୭ ଜଣ, ସିକିମ୍‌ରେ ୧୧୩ ଜଣ, ମେଘାଳୟରେ ୧୦୧ ଜଣ,ଆସାମରେ ୫୨୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୨୦୪ କୋଟି ୩୦ଲକ୍ଷରୁ ଅଧିକରେ ପହଞ୍ଚିଛି। ସେଥିମଧ୍ୟରେ ୯୨ କୋଟିରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୫ କୋଟି ୪୦ ଲକ୍ଷ ଦ୍ୱିତୀୟ ଡୋଜ୍‌ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରେକର୍ଡ ଭାଙ୍ଗୁଛି ଶୀତ, ରାଜ୍ୟର ସବୁଠୁ ଥଣ୍ଡା ସହର ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତର ଲହରି ରେକର୍ଡ ଭାଙ୍ଗିଛି। ଦିନକୁ ଦିନ ତାପମାତ୍ରା ହ୍ରାସ ପାଇ ରବିବାର ସକାଳ ସୁଦ୍ଧା ୭.୫...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ଗୁଡ ନ୍ୟୁଜ ଦେଲା ଏୟାର ଇଣ୍ଡିଆ, ଖୁସି ହେବେ ଯାତ୍ରୀ

ନୂଆଦିଲ୍ଲୀ,୭।୧୨: ଦେଶବ୍ୟାପୀ ଅନେକ ଇଣ୍ଡିଗୋ ବିମାନ ବାତିଲ ହେବା ଫଳରେ ଯାତ୍ରା ଗୁରୁତର ଭାବରେ ବାଧାପ୍ରାପ୍ତ ହୋଇଛି। ଏହାର ଜବାବରେ, ଏୟାର ଇଣ୍ଡିଆ ଏବଂ ଏୟାର...

SBI ରେ ଆକାଉଣ୍ଟ ଅଛି କି? ଏହି ଭୁଲ କରୁଥିଲେ କଟିଯିବ ଟଙ୍କା…

ନୂଆଦିଲ୍ଲୀ,୭।୧୨: ଆପଣଙ୍କର ଷ୍ଚେଟ ବ୍ୟାଙ୍କ ଅଫ ଇଣ୍ଡିଆ(SBI) ବ୍ୟାଙ୍କରେ ଖାତା ଅଛି କି? ଆପଣଙ୍କର ATMରୁ ବାରମ୍ୱାର ଟଙ୍କା ଉଠାଇବାର ଅଭ୍ୟାସ ରହିଛି କି? ତେବେ...

ମୋଦିଙ୍କୁ ପାକିସ୍ତାନୀ ମହିଳାଙ୍କ ଚିଠି, କହିଲେ ମୋ ସ୍ୱାମୀ ଧୋକା ଦେଇଛି…

ନୂଆଦିଲ୍ଲୀ,୭।୧୨: ପାକିସ୍ତାନୀ ମହିଳା ନିକିତା ନାଗଦେବଙ୍କ ଏକ ଭିଡିଓ ସମ୍ପ୍ରତି ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ, ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ମୋଦିଙ୍କଠାରୁ ନ୍ୟାୟ ପାଇଁ...

ନାଇଟ୍ କ୍ଲବରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୨୫ଜଣ

ଗୋଆ,୭।୧୨: ଗୋଆର ପ୍ରସିଦ୍ଧ ନାଇଟ୍ କ୍ଲବରେ ବଡ଼ ଧରଣର ଅଗ୍ନିକାଣ୍ଡ। ଗୋଆ ଆର୍ପୋରା ସ୍ଥିତ ରୋମିଓ ଲେନ୍ ରେ ଥିବା ବ୍ରିଚ୍ ନାଇଟ୍ କ୍ଲବରେ ନିଆଁ...

ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନାକୁ ଅନୁମୋଦନ, କ୍ୟାବିନେଟ୍‌ରେ ୬ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରେଶମ ଶିଳ୍ପକୁ ଅଧିକ ସଶକ୍ତ ଏବଂ ସମ୍ପ୍ରସାରିତ କରିବା ଲାଗି ରାଜ୍ୟ ସରକାର ସ୍ଥିରକରି ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନା ଆରମ୍ଭ କରିବାକୁ...

ନିଯୁକ୍ତ ହେବେ ଓଡ଼ିଆ ଶିକ୍ଷକ, ଗଣଶିକ୍ଷା ବିଭାଗର ବଡ଼ ସୂଚନା

ଭୁବନେଶ୍ୱର,୭ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି)ରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ। ସମସ୍ତ ଓଏଭିରେ ଜଣେ ଲେଖାଏ ଓଡ଼ିଆ ପ୍ରଶିକ୍ଷିତ ସ୍ନାତକ...

ଅଙ୍ଗନଓ୍ୱାଡି ପାଇଁ ବଡ଼ ଘୋଷଣା, ପ୍ରଭାତୀ କହିଲେ…

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ପ୍ରଥମେ ୫, ପରେ ୭ ଓ ୧୨ ଲକ୍ଷ ଟଙ୍କା ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ପ୍ରଥମେ ଦେଉଥିଲେ। ଏବେ ଅଙ୍ଗନଓ୍ୱାଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri