Posted inଜାତୀୟ

ପୁଣି ବଢିଲା ଭାଜପାର ମୁଣ୍ଡବିନ୍ଧା: ବିରୋଧୀଙ୍କୁ ବୁଝାଇବାକୁ ବାଧ୍ୟ

ନୂଆଦିଲ୍ଲୀ,୨୦।୬: ଲୋକ ସଭା ବାଚସ୍ପତି ପ୍ରସଙ୍ଗରେ ଏନଡିଏ ଧ୍‌ମଧ୍ୟରେ ଭାଜପା ପ୍ରାୟ ଏକ ସହମତି ହାସଲ କରିଛି। ଭାଜପା ପ୍ରାର୍ଥୀ ସହଯୋଗୀମାନଙ୍କଠାରୁ ସମ୍ପୂର୍ଣ୍ଣ ସମର୍ଥନ ପାଇଛନ୍ତି। ବର୍ତ୍ତମାନ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏହି ପ୍ରସଙ୍ଗରେ ବିରୋଧୀଙ୍କ ସହ ସହମତି ପ୍ରକାଶ କରିବାକୁ ଚେଷ୍ଟା କରୁଛନ୍ତି। ଉପବାଚସ୍ପତି ପ୍ରସଙ୍ଗରେ ଶାସକ ଦଳ ଏବଂ ବିରୋଧୀ ଦଳ ମଧ୍ୟରେ ବିବାଦ ହୋଇପାରେ।
ଜୁନ ୨୪ରୁ ସଂସଦ ଅଧିବେଶନ ପୂର୍ବରୁ ଏକମତ ହେବା ପାଇଁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ବିରୋଧୀ ଦଳର ନେତାଙ୍କ ସହ ଆଲୋଚନା କରିବେ। ସରକାରଙ୍କ ପ୍ରଥମ ପ୍ରୟାସ ହେଉଛି ସେହି ବିରୋଧୀ ଦଳଗୁଡ଼ିକ ସହିତ ସମନ୍ବୟ ସ୍ଥାପନ କରିବା, ଯେଉଁମାନଙ୍କ ସହିତ ଭାଜପାର ସମ୍ପର୍କ ଅଧିକ ଭଲ, କିନ୍ତୁ ଏହି ଦଳଗୁଡିକ ଇଣ୍ଡିଆ ଆଲାଏନ୍ସରେ ମଧ୍ୟ ସାମିଲ ନୁହଁନ୍ତି। ଏଥି ମଧ୍ୟରେ ବିଜେଡି, ବିଆର୍‌ଏସ୍‌ ଏବଂ YSRCP ସାମିଲ ଅଛି। ଏହା ପରେ ଦ୍ୱିତୀୟ ପର୍ଯ୍ୟାୟରେ କଂଗ୍ରେସ ସମେତ ଅନ୍ୟ ଦଳ ସହ ସହମତି ହାସଲ କରିବାକୁ ଉଦ୍ୟମ କରାଯିବ।
ଏହାପୂର୍ବରୁ ଏନଡିଏର ସହଯୋଗୀମାନଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଘରେ ଅନୁଷ୍ଠିତ ବୈଠକରେ ଭାଜପାର ବାଚସ୍ପତି ପ୍ରାର୍ଥୀଙ୍କୁ ସମର୍ଥନ କରିବା ପ୍ରସଙ୍ଗରେ ସମସ୍ତଙ୍କ ସମ୍ମତି ନିଆଯାଇଥିଲା। ବାଚସ୍ପତି ପଦବୀ ବଜାୟ ରଖିବା ପରେ ଭାଜପା ଉପବାଚସ୍ପତି ପଦବୀକୁ ନିଜ ଶିବିରର ସହଯୋଗୀଙ୍କୁ ଦେବାକୁ ଚିନ୍ତା କରୁଛି ବୋଲି ଆଲୋଚନା ହେଉଛି। ଯଦି ଏହା ଘଟେ, ତେବେ ଶାସକ ଦଳ ଏବଂ ବିରୋଧୀ ମଧ୍ୟରେ ସଂସଦରେ ପ୍ରଥମ ବିବାଦ ଏହି ପ୍ରସଙ୍ଗରେ ଦେଖାଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ କେନ୍ଦ୍ରମନ୍ତ୍ରୀ ଚୌହ୍ବାନ, କାଲି ବାଣ୍ଟିବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା

ଭୁବନେଶ୍ୱର, ୧୩।୧୧(ସୁନିତ୍‌ ମିଶ୍ର): କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ୨ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ବଲାଙ୍ଗୀର ଜିଲାରେ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଚୌହ୍ବାନଙ୍କ ଉପସ୍ଥିତିରେ…

‘ଅକ୍ୱାନ’ ଭୟ: ଓଡ଼ିଶାରେ ୧୮ରୁ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୧୩ା୧୧ (ବନ୍ଦନା ସେଠୀ)- ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଶନିବାର ସୁଦ୍ଧା ଆହୁରି ସ୍ପଷ୍ଟ ଚିହ୍ନିତ…

ରୋହିତ-ବିରାଟଙ୍କ ପାଖରେ ଶେଷ ସୁଯୋଗ! ବଡ଼ ପ୍ରଦର୍ଶନ ପାଇଁ ଚାପରେ…

ନୂଆଦିଲ୍ଲୀ, ୧୩।୧୧: ନ୍ୟୁଜିଲାଣ୍ଡ ଗସ୍ତରେ ଥିବା ଭାରତୀୟ କ୍ରିକେଟ୍ ଦଳ ପାଇଁ ନଭେମ୍ବର ୧୩ ତାରିଖ ଅତ୍ୟନ୍ତ ନୈରାଶ୍ୟଜନକ ସାବ୍ୟସ୍ତ ହୋଇଛି। ଦିନିକିଆ ସିରିଜରେ ୨-୦ରେ ଆଗୁଆ…

ପ୍ରକାଶ ପାଇଲା ଦଶମ ଶ୍ରେଣୀ ପରୀକ୍ଷା ତାରିଖ: ଏହି ଦିନ ସକାଳ ୯ଟାରୁ ଆରମ୍ଭ ହେବ ପରୀକ୍ଷା, ଜାଣନ୍ତୁ ସମ୍ପୂର୍ଣ୍ଣ…

ଭୁବନେଶ୍ୱର, ୧୩।୧୧: ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚଳିତ ଶିକ୍ଷାବର୍ଷର ଦଶମ ଶ୍ରେଣୀ (ମାଟ୍ରିକ୍) ବୋର୍ଡ ପରୀକ୍ଷା ପାଇଁ ବିସ୍ତୃତ କାର୍ଯ୍ୟସୂଚୀ ପ୍ରକାଶ ପାଇଛି।…

ମହାକାଳପଡ଼ାରେ କଂଗ୍ରେସର ‘ଭୋଟ ବଞ୍ଚାଅ: ଦେଶ ବଞ୍ଚାଅ’ ଅଭିଯାନ: ଯୋଗଦେଲେ ୨୦୦ରୁ ଊର୍ଦ୍ଧ୍ୱ କର୍ମୀ

ମହାକାଳପଡ଼ା,୧୩।୧୧ (ପ୍ରତାପ ଚନ୍ଦ୍ର ସ୍ୱାଇଁ) ମହାକାଳପଡ଼ା ବ୍ଲକ କଂଗ୍ରେସ ପକ୍ଷରୁ ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ଅଭିଯାନ ଆୟୋଜିତ ହୋଇଯାଇଛି। ବ୍ଲକ କଂଗ୍ରେସ ସଭାପତି ଚିତ୍ତରଞ୍ଜନ ତରାଇଙ୍କ…

ହୋଟେଲ ରୁମରେ ଲୁଚି ରହିଛି କି କ୍ୟାମେରା? ଜାଣନ୍ତୁ କିପରି ସ୍ମାର୍ଟଫୋନ୍ ମାଧ୍ୟମରେ ସହଜରେ କରିବେ ଯାଞ୍ଚ

କୌଣସି ହୋଟେଲରେ ରହିବା ସମୟରେ ଆମେ ସାଧାରଣତଃ କୋଠରୀର ପରିଷ୍କାର ପରିଚ୍ଛନ୍ନତା, ବେଡ୍ ଏବଂ ଅନ୍ୟାନ୍ୟ ସୁବିଧା ଉପରେ ଅଧିକ ଧ୍ୟାନ ଦେଇଥାଉ। କିନ୍ତୁ କେବେ ଆପଣ…

ପରକୀୟା ପ୍ରୀତିରୁ ବିଭତ୍ସ ହତ୍ୟାକାଣ୍ଡ: ବୃଦ୍ଧଙ୍କୁ ଠେଙ୍ଗାରେ ପିଟି ପଥରରେ ଛେଚି ହତ୍ୟା, ଅଭିଯୁକ୍ତ ଗିରଫ

ମୋହନା, ୧୩।୧୧ (ମନ୍ମଥ ମିଶ୍ର): ପରକୀୟା ପ୍ରୀତିରୁ ଗଡ଼ିଲା ମୁଣ୍ଡ। ପତ୍ନୀଙ୍କ ସହ ଅନ୍ୟ ଜଣେ ବୃଦ୍ଧଙ୍କ ଅନୈତିକ ସମ୍ପର୍କକୁ ସହ୍ୟ କରିପାରିଲେନି ସ୍ୱାମୀ। ଶେଷରେ ପ୍ରତିଶୋଧ…

ଗଞ୍ଜାମ ଜିଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍: ଶନିବାର-ରବିବାର ବି ଖୋଲା ରହିବ…

ଛତ୍ରପୁର,୧୩ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ପୁନରୁଦ୍ଧାର ଏବଂ ଥଇଥାନ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?