ପୁଣି ଜନନୀ ଯନ୍ତ୍ରଣା: ପ୍ରସୂତିଙ୍କୁ ୧ କିଲୋମିଟର ବୋହି ଆଣିଲେ ଫାର୍ମାସିଷ୍ଟ

ମୋହନା,୨୯ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ମଳାସ ପଦର ଗାଁ କୁସୁମା ସାହିରେ ଜନନୀ ଯନ୍ତ୍ରଣା ଦେଖିବାକୁ ମିଳିଛି। ସୂଚନା ପ୍ରକାରେ ମଙ୍ଗଳବାର ମଳାସ ପଦର ଗାଁ କୁସୁମା ସାହିର ଭାଗ୍ୟ ବିଶୋୟୀ (୨୦ )ଙ୍କୁ ପ୍ରସବ ଯନ୍ତ୍ରଣା ଆସିଥିଲା ଏବଂ ଗୋଟିଏ କନ୍ୟା ସନ୍ତାନ ଜନ୍ମ ଦେଇଥିଲେ। ବୁଧବାର ଖବର ପାଇ ସିଡିପିଓ ସବିତା ପଟ୍ଟନାୟକ ଏବଂ ବିପିଏମ ବିଭୁ ପ୍ରସାଦ କର ଭାଗ୍ୟଙ୍କ ଘରେ ପହଞ୍ଚି ପରିବାର ଲୋକଙ୍କୁ ବୁଝାଶୁଝା କରି ବୁଧବାର ପୂର୍ବାହ୍ନରେ ୧୦୮ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ। କୁସୁମା ସାହିର ରାସ୍ତା ଅତି ଖରାପ ଯୋଗୁ ଆମ୍ବୁଲାନ୍ସ ପହଞ୍ଚି ନ ପାରି ଅଟକି ଯାଇଥିଲା ଗାଁର ଏକ କିଲୋମିଟର ପୂର୍ବରୁ । ଫାର୍ମାସିଷ୍ଟ ବିଦ୍ୟାଧର ଓ ସହଯୋଗୀ ରାସ୍ତାଠାରୁ ଏକ କିଲୋମିଟର ଜଙ୍ଗଲ ମଧ୍ୟରେ ଚାଲିଚାଲି ଯାଇ ଘରକୁ ପହଞ୍ଚିଥିଲେ। ଗାଁ ଲୋକଙ୍କ ସହଯୋଗରେ କନ୍ୟାରତ୍ନ ଜନ୍ମ ଦେଇଥିବା ମହିଳାଙ୍କୁ ବିଦ୍ୟାଧର ଏକ କିଲୋମିଟର ବୋହି ଆଣି ଆମ୍ବୁଲାନ୍ସ ଦ୍ୱାରା ମୋହନା ମେଡିକାଲରେ ଭର୍ତ୍ତି କରିଛନ୍ତି। ଭାଗ୍ୟଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ ଥିବାର ଡାକ୍ତର ଜିତେନ୍ଦ୍ର ପ୍ରସାଦ ଦାଶ କହିଛନ୍ତି। ଅପରପକ୍ଷେ ବିଦ୍ୟାଧରଙ୍କ ଏହି ମହାନତା କାର୍ଯ୍ୟକୁ ଅଞ୍ଚଳବାସୀ ପ୍ରଶଂସା କରିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri