ପୁଣି ରେକର୍ଡ ଭାଙ୍ଗିଲା କରୋନା: ଦିନକରେ ୭୦ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୨୩।୮: ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୋଟିଏ ଦିନରେ କରୋନା ସଂକ୍ରମଣ ପୁଣି ପୂର୍ବରୁ ସମସ୍ତ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟାରେ ୭୦ ହଜାର ୪୮୮ ଜଣ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୯୧୮ ଜରଙ୍କ ମୃତ୍ୟୁ ଘଟିଛି। ଇତିମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦ ଲକ୍ଷ ୪୩ ହଜାର ୪୩୬ ଛୁଇଁଛିି। ସେହିପରି ମୃତକଙ୍କ ସଂଖ୍ୟା ୫୬ ହଜାର ୮୪୬ ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ୫୯ ହଜାର ୧୦୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଇତିମଧ୍ୟରେ ୨୨ ଲକ୍ଷ ୭୯ ହଜାର ୯୦୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୭ ଲକ୍ଷ ୬ ହଜାର ୧୩୮ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା

ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...

ବର୍ଦ୍ଧିତ ଦରମା ନେବାକୁ ନବୀନ ମନା କରିବା ପରେ ମୁହଁ ଖୋଲିଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏହା କେବଳ…

ଭୁବନେଶ୍ୱର,୧୪ା୧୨: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ହିଞ୍ଜିଳି ବିଧାୟକ ଥିବା ନବୀନ ପଟ୍ଟନାୟକ ତାଙ୍କର ବର୍ଦ୍ଧିତ ଦରମା ନେବାକୁ ମନା କରିବା ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ...

ଜି.ଉଦୟଗିରିରେ ତୁଷାରପାତ ସହ ପ୍ରବଳ ଶୀତ

ଜି.ଉଦୟଗିରି,୧୪।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ରଜ୍ୟର ସବୁଠାରୁ ଥଣ୍ଡା ସହର କନ୍ଧମାଳ ଜିଲା ଜି.ଉଦୟଗିରି। ଉକ୍ତ ଅଞ୍ଚଳରେ ହାଡ଼ଭଙ୍ଗା ଶୀତ ଲାଗି ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ତୁଷାରପାତ...

ଇସ୍ରାଏଲ ଆକ୍ରମଣରେ ହମାସର ଟପ୍‌ କମାଣ୍ଡର ନିହତ, ଡ୍ରୋନ ସାହାଯ୍ୟରେ କାରକୁ କଲା ଟାର୍ଗେଟ

ଜେରୁଜେଲମ,୧୪।୧୨: ଇସ୍ରାଏଲ ଗାଜାରେ ଜଣେ ଶୀର୍ଷ ହମାସ କମାଣ୍ଡରଙ୍କୁ ହତ୍ୟା କରିଛି। ଇସ୍ରାଏଲ ଦାବି କରିଛି ଯେ ଦକ୍ଷିଣ ଗାଜାରେ ଏକ ଶକ୍ତିଶାଳୀ ବିସ୍ଫୋରଣରେ ହମାସର...

ମୋକିମଙ୍କ ଚିଠିକୁ ନେଇ ମୁହଁ ଖୋଲିଲେ ଭକ୍ତ ଦାସ, କହିଲେ ଯେଉଁମାନେ ଭାଜପା ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୧୪ା୧୨: କଂଗ୍ରେସର ସୋନିଆ ଗାନ୍ଧୀଙ୍କୁ ପୂର୍ବତନ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଚିଠି ଲେଖିବା ପ୍ରସଙ୍ଗରେ ନୂଆଦିଲ୍ଲୀରେ ମୁହଁ ଖୋଲିଛନ୍ତି ପିସିସି ସଭାପତି ଭକ୍ତ ଚରଣ...

ବ୍ୟକ୍ତିଙ୍କୁ ଏମିତି ଆକ୍ରମଣ କଲା ବିଶାଳକାୟ ଅଜଗର, ଭିଡିଓ ଦେଖିଲେ…

ସାପକୁ ସାମ୍ନା କରିବା କିମ୍ବା ବୀରତ୍ୱପୂର୍ଣ୍ଣ ସାହସ ପ୍ରଦର୍ଶନ କରିବା ପ୍ରାୟତଃ ଘାତକ ସାବ୍ୟସ୍ତ ହୋଇଥାଏ। ତେଣୁ ଅଧିକାଂଶ ଲୋକ ସାପଠାରୁ ଦୂରେଇ ରହିବାକୁ ପସନ୍ଦ...

ପ୍ରସିଦ୍ଧ ଲେଖକ ତଥା ପଦ୍ମଶ୍ରୀ ରସ୍କିନ ବଣ୍ଡ ଗୁରୁତର ଅସୁସ୍ଥ

ନୂଆଦିଲ୍ଲୀ,୧୪।୧୨: ପ୍ରସିଦ୍ଧ ଲେଖକ ଏବଂ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ୯୧ ବର୍ଷିୟ ରସ୍କିନ ବଣ୍ଡଙ୍କୁ ଡେରାଡୁନର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଗତ ଚାରି...

ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଭଙ୍ଗା ଶୀତ, ଜାଣନ୍ତୁ କେଉଁଠି ରହିଛି କେତେ ତାପମାତ୍ରା…

ଭୁବନେଶ୍ୱର,୧୪ା୧୨: ଆଭ୍ୟନ୍ତରୀଣ ଓଡ଼ିଶାରେ ଜାରି ରହିଛି ହାଡ଼ଭଙ୍ଗା ଶୀତ। ରାଉରକେଲା ସହରରେ ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୮.୯, କେନ୍ଦୁଝରରେ ୧୦.୬ ଡିଗ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri