ପୁଣି କୂଳ ଲଙ୍ଘିଲା, ୩ ଘର ଭାଙ୍ଗିଲା

ଗୋପାଳପୁର,୧୨ା୭:ଗତ କିଛି ବର୍ଷ ଧରି ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ରାମେୟାପାଟଣା ଗ୍ରାମରେ ସମୁଦ୍ର ଜୁଆର ମାଡ଼ିଆସି ବହୁ ଧନ ସମ୍ପତ୍ତି ନଷ୍ଟ କରୁଛି। ଗତ ୧ ତାରିଖରେ ସମୁଦ୍ରରେ ଜୁଆର ଆସି ତିନୋଟି ଘର ଭାଙ୍ଗି ଯାଇଥିଲା। ରବିବାର ପୁଣି ଜୁଆର ମାଡ଼ରେ ଆର.ଚନ୍ଦ୍ରମ୍ମା, ଆର.ତ୍ରିନାଥ ଓ ଏଲ.ହେମାବତୀଙ୍କ ୩ଟି ଘର ଭାଙ୍ଗିଯାଇଛି। ଆହୁରି ଅନେକ ଘର ବିପଦସଙ୍କୁଳ ଅବସ୍ଥାରେ ରହିଥିବାରୁ ଗ୍ରାମବାସୀ ଭୀତତ୍ରସ୍ତ ଅଛନ୍ତି। ଖବର ପାଇ ଚିକିଟି ତହସିଲଦାର ଓ ବିଡିଓ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ଏହାର ସ୍ଥାୟୀ ପ୍ରତିକାର ପାଇଁ ଗ୍ରାମବାସୀ ଦୀର୍ଘଦିନ ଧରି ସରକାରଙ୍କଠାରେ ଦାବି କରି ଆସୁଥିଲେ ମଧ୍ୟ ପ୍ରଶାସନ ଓ ରାଜନୈତିକ ବ୍ୟକ୍ତିଙ୍କ ଇଚ୍ଛାଶକ୍ତି ଅଭାବରୁ ତାହା ସମ୍ଭବ ହୋଇପାରୁନାହିଁ। ଏନେଇ ଗତ ୩ ତାରିଖରେ ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଧୀରେନ୍‌ କୁମାର ସାମଲ ଘଟଣାସ୍ଥଳ ପରିଦର୍ଶନ କରି ୧୦ ଦିନ ମଧ୍ୟରେ ଟେଣ୍ଡର ଡକାଯାଇ ଗାର୍ଡ ଓ୍ବାଲ କାର୍ଯ୍ୟ ଆରମ୍ଭ ହେବ ବୋଲି ଗ୍ରାମବାସୀଙ୍କୁ ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ ଅଦ୍ୟାବଧି କାମ ଆରମ୍ଭ ହୋଇନାହିଁ। ଫଳରେ ସମୁଦ୍ର କୂଳ ଲଙ୍ଘୁଛି। ତେବେ ଏହାର ସ୍ଥାୟୀ ପ୍ରତିକାର କରାନଗଲେ ଆଗାମୀ ଦିନରେ ଗ୍ରାମ ସମୁଦ୍ରରେ ଲୀନ ହୋଇଯିବ ବୋଲି ଗ୍ରାମବାସୀଙ୍କ ପକ୍ଷରୁ କୁହାଯାଇଛି।
ସୂଚନାନୁସାରେ, ରାମେୟାପାଟଣା ଗ୍ରାମର ୬୫୦ ପରିବାର ସମୁଦ୍ରରେ ମାଛ ମାରି ଜୀବିକା ନିର୍ବାହ କରିଥାନ୍ତି। ୨୦୧୬ରେ ବାହୁଦା ନଦୀ ମୁହାଣରେ ବାଲି ଭର୍ତ୍ତି ହେବା ଫଳରେ ଦକ୍ଷିଣା ପବନ ବହିବା ଯୋଗୁ ସମୁଦ୍ର ଦିଗ ପରିବର୍ତ୍ତନ କରି ରାମେୟାପାଟଣା ଗ୍ରାମ ଭିତରେ ଜୁଆର ପାଣି ପଶି ବହୁ ଧନସମ୍ପତ୍ତି ନଷ୍ଟ ହୋଇଥିଲା। ସେହି ସମୟରେ ଏକ ସାହି ମଧ୍ୟ ସମୁଦ୍ରରେ ଲୀନ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri