ପୁଣି ଆତଙ୍କ ଘନେଇଲା, ୪ ରାଜ୍ୟରେ ସ୍ଥିତି ସଙ୍କଟ ଜନକ…

ନୂଆଦିଲ୍ଲୀ, ୧୨।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି।

ଦେଶର ମହାରାଷ୍ଟ୍ର, କେରଳ, ତାମିଲନାଡୁ ଏବଂ ପଶ୍ଚିମବଙ୍ଗ ଆଦି ୪ ରାଜ୍ୟରେ ସ୍ଥିତି ଜନକ ହେବାରେ ଲାଗିଛି।

ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୩ ହଜାର ୬୧୫ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୬ ହଜାର ୬୭୮ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨୦ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨୬ ଥିଲା। ଏହି ସମୟରେ ସକ୍ରିୟ ମାମଲା ଲକ୍ଷେ ୩୦ ହଜାର ଟପିଛି। ଗତ ୨୪ ଘଣ୍ଟାରେ ଏହା ୧ ଲକ୍ଷ ୩୧ ହଜାର ୪୩ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ଲକ୍ଷ ୩୦ ହଜାର ୭୧୩ ଥିଲା। ଏଭଳି ଜାରି ରହିଲେ ଚଳିତ ସପ୍ତାହରେ ଏହା ଲକ୍ଷେ ୫୦ ହଜାର ଛୁଇଁବାର ଆଶଙ୍କା ରହିଛି। ସେହିପରି ୨୪ ଘଣ୍ଟାରେ ୧୩ ହଜାର ୨୬୫ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୪ ହଜାର ୬୨୯ ଥିଲା।

ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୫ ହଜାର ୪୭୪ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୬ ଲକ୍ଷ ୫୨ ହଜାର ୯୪୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୯ ଲକ୍ଷ ୯୬ ହଜାର ୪୨୭ ଜଣ ସୁସ୍ଥ ହୋଇ ସାରିଛନ୍ତି। ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୧,୧୮୯ ଜଣ, କେରଳରେ ୨,୫୩୨ ଜଣ, ଦିଲ୍ଲୀରେ ୨୮୦ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।

ସେହିପରି ତାମିଲନାଡୁରେ ୨,୪୪୮ ଜଣ, ହରିୟାଣାରେ ୨୬୯ ଜଣ, କର୍ନାଟକରେ ୬୭୩ ଜଣ, ପଶ୍ଚିମବଙ୍ଗରେ ୧,୯୧୫, ଉତ୍ତରପ୍ରଦେଶରେ ୨୧୦ ଜଣ, ତେଲେଙ୍ଗାନାରେ ୪୪୮, ଗୁଜରାଟରେ ୫୧୧, ରାଜସ୍ଥାନରେ ୧୨୨ ଜଣ, ବିହାରରେ ୩୪୪ ଜଣ, ପଞ୍ଜାବରେ ୧୫୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷରେ ଆନ୍ଧ୍ରପ୍ରଦେଶରେ ୧୩୩ ଜଣ, ଓଡ଼ିଶାରେ ୫୦୯ ଜଣ, ମଧ୍ୟପ୍ରଦେଶରେ ୧୩୧ ଜଣ, ଗୋଆରେ ୧୦୮ ଜଣ, ପୁଡୁଚେରୀରେ ୧୨୯ ଜଣ, ଛତିଶଗଡ଼ରେ ୩୬୦ ଜଣ, ପଞ୍ଜାବରେ ୧୧୭ ଜଣ, ଆସାମରେ ୩୪୪ ଜଣ, ହିମାଚଳପ୍ରଦେଶରେ ୨୪୪ ଜଣ, ତ୍ରିପୁରାରେ ୧୧୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୯ କୋଟିରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୮୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୪ କୋଟି ୮୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

ମୁମ୍ବାଇରେ ବଲିଉଡ ଅଭିନେତା ଇମ୍ରାନ ଖାନ୍‌ ଅଟକ

ମୁମ୍ବାଇ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ମୁମ୍ବାଇରେ ଆନ୍ଦୋଳନ ବେଳେ ଶନିବାର ବଲିଉଡ ଅଭିନେତା ଇମ୍ରାନ ଖାନ୍‌ଙ୍କୁ ପୋଲିସ ଅଟକ ରଖିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?