ଶିମିଳିପାଳରେ ପୁଣି ଦନ୍ତା ଶିକାର

ବାରିପଦା ଅଫିସ,୨୩ା୧:ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ହାତୀ ମୃତ୍ୟୁ ଥମିବାର ନଁା ଧରୁନି। ମାସକ ପୂର୍ବେ ଦୋଷ ଲୁଚାଇବାକୁ ବନ କର୍ମଚାରୀମାନେ ଏକ ଦନ୍ତାର ମୃତଦେହ ପୋଡ଼ି ନଦୀରେ ଭସାଇଦେବା ଘଟଣାର ତଦନ୍ତ ଚାଲିଥିବା ବେଳେ ରବିବାର ପୁଣି ଏକ ଦନ୍ତାର ଗଳିତ ମୃତଦେହ ଠାବ ହୋଇଛି। ଶିକାରୀମାନେ ତାହାର ଦାନ୍ତ କାଟି ନେଇ ଯାଇଥିବା ଦେଖିବାକୁ ମିଳିଛି। ଖବରପାଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଆଞ୍ଚଳିକ କ୍ଷେତ୍ର ନିର୍ଦ୍ଦେଶକ ଟି. ଅଶୋକ କୁମାର ସଦଳବଳ ପହଞ୍ଚତ୍ ଛାନଭିନ ଚଳାଇଛନ୍ତି।
ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନ ତାଳବନ୍ଧ ରେଞ୍ଜ ବାଙ୍କଡ଼ିହୀ ଅଞ୍ଚଳରେ ରବିବାର ଏକ ଦନ୍ତା ମରି ପଡ଼ିଥିବା ଦେଖିବାକୁ ମିଳିଥିଲା। ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଉପ ନିର୍ଦ୍ଦେଶକ ସାଇ କିରଣ ଓ ବନବିଭାଗର କର୍ମଚାରୀମାନେ ପହଞ୍ଚତ୍ ପ୍ରାଣୀ ଚିକିତ୍ସକଙ୍କ ସହାୟତାରେ ମୃତଦେହ ବ୍ୟବଚ୍ଛେଦ କରିଛନ୍ତି। ପ୍ରାୟ ୧୫/୨୦ ଦିନ ପୂର୍ବରୁ ଦନ୍ତାକୁ ଶିକାର କରାଯାଇଥିବା ପାରିପାଶର୍‌ବିକସ୍ଥିତିରୁ ଜଣାପଡ଼ିଥିତ୍ବା ବନ ବିଭାଗ କର୍ମଚାରୀ ପ୍ରକାଶ କରିଛନ୍ତି। ତେବେ ଲୁଚାଛପାରେ ଶିକାରୀମାନେ ଅଭୟାରଣ୍ୟକୁ ପ୍ରବେଶ କରି ହାତୀ ଓ ମହାବଳ ବାଘ ଶିକାର କରିବାରେ ସକ୍ଷମ ହେଉଛନ୍ତି। ବନବିଭାଗର କର୍ମଚାରୀମାନେ ଦିନରାତି ପାଟ୍ରୋଲିଂ କରୁଥିଲେ ହେଁ ଶିକାରୀମାନେ ଅବାଧରେ ପଶି ଶିକାର କରୁଛନ୍ତି। ପୂର୍ବରୁ ଦନ୍ତା ମୃତ୍ୟୁ ଘଟଣାରେ ବନକର୍ମଚାରୀ ଜଡ଼ିତ ଥିବାରୁ ଏଥିରେ ମଧ୍ୟ ସେମାନଙ୍କ ହାତ ଥିବା ପ୍ରାକ୍ତନ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଭାନୁମିତ୍ର ଆଚାର୍ଯ୍ୟ ଅଭିଯୋଗ କରିଛନ୍ତି। ଏହାର ଉଚ୍ଚସ୍ତରୀୟ ତଦନ୍ତ କରାଗଲେ ପ୍ରକୃତ କାରଣ ଜଣାପଡ଼ିବ ବୋଲି ସେ କହିଛନ୍ତି।
ପ୍ରକାଶଥାଉ କି, ଗତ ଡିସେମ୍ବର ୭ରେ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଜେନାବିଲ ରେଞ୍ଜ ଗୋରାଣ୍ଡି ବିଟ୍‌ ହାଉସ୍‌ ଅଞ୍ଚଳରେ ଏକ ଦନ୍ତା ଶିକାର କରାଯାଇଥିଲା। ବନ କର୍ମଚାରୀମାନେ ପ୍ରମାଣ ଲୁଚାଇବାକୁ ଯାଇ ମୃତଦେହକୁ ପୋଡ଼ି ଦେହାବଶେଷକୁ ନିକଟସ୍ଥ ନଦୀରେ ଫିଙ୍ଗି ଦେଇଥିଲେ। ଏ ସଂକ୍ରାନ୍ତରେ ସ୍ଥାନୀୟ ଗ୍ରାମବାସୀ ବନବିଭାଗକୁ ଜଣାଇବା ପରେ ତଦନ୍ତ ଆରମ୍ଭ ହୋଇଥିଲା। ଘଟଣାରେ ହାଇକୋର୍ଟଙ୍କ ହସ୍ତକ୍ଷେପ ପରେ ୩ ଅଧିକାରୀ ଗିରଫ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri