ଶିମିଳିପାଳରେ ପୁଣି ଦନ୍ତା ଶିକାର

ବାରିପଦା ଅଫିସ,୨୩ା୧:ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ହାତୀ ମୃତ୍ୟୁ ଥମିବାର ନଁା ଧରୁନି। ମାସକ ପୂର୍ବେ ଦୋଷ ଲୁଚାଇବାକୁ ବନ କର୍ମଚାରୀମାନେ ଏକ ଦନ୍ତାର ମୃତଦେହ ପୋଡ଼ି ନଦୀରେ ଭସାଇଦେବା ଘଟଣାର ତଦନ୍ତ ଚାଲିଥିବା ବେଳେ ରବିବାର ପୁଣି ଏକ ଦନ୍ତାର ଗଳିତ ମୃତଦେହ ଠାବ ହୋଇଛି। ଶିକାରୀମାନେ ତାହାର ଦାନ୍ତ କାଟି ନେଇ ଯାଇଥିବା ଦେଖିବାକୁ ମିଳିଛି। ଖବରପାଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଆଞ୍ଚଳିକ କ୍ଷେତ୍ର ନିର୍ଦ୍ଦେଶକ ଟି. ଅଶୋକ କୁମାର ସଦଳବଳ ପହଞ୍ଚତ୍ ଛାନଭିନ ଚଳାଇଛନ୍ତି।
ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନ ତାଳବନ୍ଧ ରେଞ୍ଜ ବାଙ୍କଡ଼ିହୀ ଅଞ୍ଚଳରେ ରବିବାର ଏକ ଦନ୍ତା ମରି ପଡ଼ିଥିବା ଦେଖିବାକୁ ମିଳିଥିଲା। ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଉପ ନିର୍ଦ୍ଦେଶକ ସାଇ କିରଣ ଓ ବନବିଭାଗର କର୍ମଚାରୀମାନେ ପହଞ୍ଚତ୍ ପ୍ରାଣୀ ଚିକିତ୍ସକଙ୍କ ସହାୟତାରେ ମୃତଦେହ ବ୍ୟବଚ୍ଛେଦ କରିଛନ୍ତି। ପ୍ରାୟ ୧୫/୨୦ ଦିନ ପୂର୍ବରୁ ଦନ୍ତାକୁ ଶିକାର କରାଯାଇଥିବା ପାରିପାଶର୍‌ବିକସ୍ଥିତିରୁ ଜଣାପଡ଼ିଥିତ୍ବା ବନ ବିଭାଗ କର୍ମଚାରୀ ପ୍ରକାଶ କରିଛନ୍ତି। ତେବେ ଲୁଚାଛପାରେ ଶିକାରୀମାନେ ଅଭୟାରଣ୍ୟକୁ ପ୍ରବେଶ କରି ହାତୀ ଓ ମହାବଳ ବାଘ ଶିକାର କରିବାରେ ସକ୍ଷମ ହେଉଛନ୍ତି। ବନବିଭାଗର କର୍ମଚାରୀମାନେ ଦିନରାତି ପାଟ୍ରୋଲିଂ କରୁଥିଲେ ହେଁ ଶିକାରୀମାନେ ଅବାଧରେ ପଶି ଶିକାର କରୁଛନ୍ତି। ପୂର୍ବରୁ ଦନ୍ତା ମୃତ୍ୟୁ ଘଟଣାରେ ବନକର୍ମଚାରୀ ଜଡ଼ିତ ଥିବାରୁ ଏଥିରେ ମଧ୍ୟ ସେମାନଙ୍କ ହାତ ଥିବା ପ୍ରାକ୍ତନ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଭାନୁମିତ୍ର ଆଚାର୍ଯ୍ୟ ଅଭିଯୋଗ କରିଛନ୍ତି। ଏହାର ଉଚ୍ଚସ୍ତରୀୟ ତଦନ୍ତ କରାଗଲେ ପ୍ରକୃତ କାରଣ ଜଣାପଡ଼ିବ ବୋଲି ସେ କହିଛନ୍ତି।
ପ୍ରକାଶଥାଉ କି, ଗତ ଡିସେମ୍ବର ୭ରେ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଜେନାବିଲ ରେଞ୍ଜ ଗୋରାଣ୍ଡି ବିଟ୍‌ ହାଉସ୍‌ ଅଞ୍ଚଳରେ ଏକ ଦନ୍ତା ଶିକାର କରାଯାଇଥିଲା। ବନ କର୍ମଚାରୀମାନେ ପ୍ରମାଣ ଲୁଚାଇବାକୁ ଯାଇ ମୃତଦେହକୁ ପୋଡ଼ି ଦେହାବଶେଷକୁ ନିକଟସ୍ଥ ନଦୀରେ ଫିଙ୍ଗି ଦେଇଥିଲେ। ଏ ସଂକ୍ରାନ୍ତରେ ସ୍ଥାନୀୟ ଗ୍ରାମବାସୀ ବନବିଭାଗକୁ ଜଣାଇବା ପରେ ତଦନ୍ତ ଆରମ୍ଭ ହୋଇଥିଲା। ଘଟଣାରେ ହାଇକୋର୍ଟଙ୍କ ହସ୍ତକ୍ଷେପ ପରେ ୩ ଅଧିକାରୀ ଗିରଫ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?