ନାର୍କୋଟିକ୍ସ ବିରୋଧରେ କାର୍ଯ୍ୟଶୈଳୀର ସମୀକ୍ଷା

କଟକ ଅଫିସ,୩୦।୧୧: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ନେଇ କଟକ ବକ୍ସିବଜାରସ୍ଥିତ ପୋଲିସ ମୁଖ୍ୟାଳୟରେ ସୋମବାର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଡିଜିପି ଅଭୟ ଯୋଗଦେଇ ରାଜ୍ୟର ସମସ୍ତ ଏସ୍‌ପି, ରେଞ୍ଜ ଆଇଜି, ଡିଆଇଜି ଓ କଟକ-ଭୁବନେଶ୍ୱର ଡିସିପିଙ୍କ ସହ ଭିଡିଓ କନ୍‌ଫରେନ୍ସରେ ଆଲୋଚନା କରିଥିଲେ। ପ୍ରଥମେ ଅପରାଧ ସମ୍ପର୍କିତ ସର୍କୁଲାର ଅପ୍‌ଡେଟ ଓ ନାର୍କୋଟିକ୍ସ ବିରୋଧରେ କାର୍ଯ୍ୟଶୈଳୀର ସମୀକ୍ଷା କରାଯାଇଥିଲା। ପରେ ଆସନ୍ତା ବିଧାନସଭା ଅଧିବେଶନରେ ସୁରକ୍ଷା ବ୍ୟବସ୍ଥା କଡାକଡି କରିବା ଉପରେ ଡିଜିପି ଗୁରୁତ୍ୱାରୋପ କରିଥିଲେ। ସେହିପରି ମାଲଖାନା ମଡ୍ୟୁଲ୍‌ ଓ ଏସ୍‌ଆର୍‌ ମଡ୍ୟୁଲ୍‌ ଲାଗୁ, ନ୍ୟାଶନାଲ ଇଣ୍ଟେଲିଜେନ୍ସ ଗ୍ରୀଡ୍‌ ସମ୍ବନ୍ଧରେ ଉପସ୍ଥାପନା ଏବଂ ସିସିଟିଏନ୍‌ଏସ୍‌ ମାଧ୍ୟମରେ ଅପରାଧ ସମୀକ୍ଷା କରାଯାଇଥିଲା। ଏଥିସହ ସିଭିଲ୍‌ ପୋଲିସର ସୁଦୃଢୀକରଣ, ଓଡ଼ିଶା ପୋଲିସର ଫ୍ୟାମିଲି କ୍ୱାର୍ଟର୍ସ ସ୍ଥାପନ, କାର୍ଯ୍ୟାଳୟର ଆଦେଶ ମୁତାବକ ବଦଳି ତଥା ପଦୋନ୍ନତି ଲାଗୁ, ପୋଲିସ କର୍ମଚାରୀଙ୍କ ଅଭିଯୋଗ, ମେଡାଲ୍‌ ଅପ୍‌ଡେଟ୍‌, ପରବର୍ତ୍ତୀ ବରିଷ୍ଠ ପୋଲିସ ଅଫିସର୍ସ ସମ୍ମିଳନୀ ସମ୍ପର୍କରେ ଆଲୋଚନା ହୋଇଥିଲା। ଶେଷରେ ସହକାରୀ ଡ୍ରାଇଭର ଓ କନଷ୍ଟେବଳ ନିଯୁକ୍ତି ସଂକ୍ରାନ୍ତରେ ସମୀକ୍ଷା କରାଯାଇଥିଲା।
ବୈଠକରେ କଟକ-ଭୁବନେଶ୍ୱରର ପୋଲିସ କମିଶନର, ରେଳ ବିଭାଗର ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ, ଏସ୍‌ସିଆର୍‌ବି ନିର୍ଦ୍ଦେଶକ, ଗୋଇନ୍ଦା ନିର୍ଦ୍ଦେଶକ, ଆଇଜି (ଅପରେଶନ), ଡିଆଇଜି (ଏସ୍‌.ଆଇ.ଡବ୍ଲ୍ୟୁ), ଡିଆଇଜି.(ଗୋଇନ୍ଦା), ଡିଆଇଜି ଏସ୍‌ଟିଏଫ୍‌ ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ କ୍ରାଇମବ୍ରାଞ୍ଚ ଓ ଆଇଜି କ୍ରାଇମବ୍ରାଞ୍ଚ ପ୍ରମୁଖ ଭିଡିଓ କନଫରେନ୍ସରେ ଅଂଶଗ୍ରହଣ କରିଥିଲେ। ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନଶୃଙ୍ଖଳା), ଆଇଜି (ମୁଖ୍ୟାଳୟ), ଆଇଜି (ପର୍ସନେଲ୍‌) ପ୍ରମୁଖ ପୋଲିସ୍‌ ମୁଖ୍ୟାଳୟରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri