ନବୀନ ପଟ୍ଟନାୟକଙ୍କ ବିରୋଧରେ ଏତଲା

ଭୁବନେଶ୍ୱର,୧୯ା୭(ସତ୍ୟଜିତ୍‌ ରାଉତ):ନିଖିଳ ଓଡ଼ିଶା ଠିକାଦାର ମହାସଂଘକୁ ବିଜେଡି ସରକାର ଧୋକା ଦେଇଥିବା ଅଭିଯୋଗ ହୋଇଛି। ଦୀର୍ଘ ୨୫ବର୍ଷ ହେବ ଓଡ଼ିଶାର କାମକୁ ଅନ୍ୟ ରାଜ୍ୟର ଠିକାଦାରମାନଙ୍କୁ ଦେଇ ଓଡ଼ିଶାର ଠିକାଦାରମାନଙ୍କ ସହ ଛଳନା କରାଯାଇଥିବା ଠିକାଦାର ସଂଘ ପକ୍ଷରୁ ଅଭିଯୋଗ ଆଣି କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି। ଏନେଇ ସଂଘ ପକ୍ଷରୁ ଭୁବନେଶ୍ୱର ମଞ୍ଚେଶ୍ୱର ଥାନାରେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିରୋଧରେ ଏତଲା ଦିଆଯାଇଛି। ପୂର୍ବ ବିଜେଡି ସରକାର ଠିକାଦାରଙ୍କ ଦାବିଗୁଡିକୁ ପୂରଣ କରିବାକୁ କମିଟି ଗଢ଼ିଥିବାବେଳେ ଏହି ସଦସ୍ୟମାନେ ଚୁପ ବସିଯାଇଥିଲେ। ତେଣୁ କମିଟି ସଦସ୍ୟ ଥିବା ପୂର୍ବତନ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ପୂର୍ବତନ ଖଣି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ପୂର୍ବତନ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା, ପୂର୍ବତନ ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡି, ପୂର୍ବତନ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ, ପୂର୍ବତନ ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ ଓ ବର୍ତ୍ତମାନର ପୂର୍ତ୍ତ ବିଭାଗ ସଚିବ ବୀରବିକ୍ରମ ଯାଦବଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଦାବି କରି ଠିକାଦାର ସଂଘ ଏତଲା ଦେଇଛି। ସଂଘର ସଭାପତି ପ୍ରଭାତ ଦାଶ ଏହି ଲିଖିତ ଅଭିଯୋଗ କରିଛନ୍ତି। ଏତଲା ଅନୁଯାୟୀ, ୨୦୧୯ରେ ଠିକାଦାର ସଂଘ ପକ୍ଷରୁ ୧୦ ଦଫା ଦାବି ନେଇ ଧାରଣା ଦିଆଯାଇଥିଲା। ଉକ୍ତ ଆନ୍ଦୋଳନରେ ୧୫ ହଜାର ଠିକାଦାର ସାମିଲ ହୋଇଥିଲେ। ସଂଘର ଦାବି ରହିଛି ଯେ, ୫୦ କୋଟି ଟଙ୍କା ପର୍ଯ୍ୟନ୍ତ ଟେଣ୍ଡର ପାଇବାକୁ ଥିବା ମାନଦଣ୍ଡଗୁଡ଼ିକୁ ଉଠାଇ ଦିଆଯାଉ। ୫୦ କୋଟି ଟଙ୍କା ପର୍ଯ୍ୟନ୍ତ ଟେଣ୍ଡରଗୁଡିକୁ ଲାଇସେନ୍ସ ଭିତ୍ତିରେ ଓଡ଼ିଶାର ଠିକାଦାରମାନଙ୍କୁ ଦିଆଯାଉ। ଓଡ଼ିଶାର ବିଭିନ୍ନ କାମକୁ ଏକାଠି କରି ବଡ଼ ମୂଲ୍ୟର ଟେଣ୍ଡର କରା ନ ଯାଉ। ୫୦ କୋଟି ଯାଏ କୌଣସି ଟେଣ୍ଡରକୁ ଅନ୍ୟ ରାଜ୍ୟର ଠିକାଦାରଙ୍କୁ ଦିଆ ନ ଯାଉ। ପ୍ରତିବର୍ଷ ଟେଣ୍ଡର ମୂଲ୍ୟରେ ପରିବର୍ତ୍ତନ କରାଯାଉ ଆଦି ୧୦ ଦଫା ଦାବି ଉଲ୍ଲେଖ କରାଯାଇଛି। ଏହାପରେ ୨୦୧୯ ଡିସେମ୍ବର ୧୭ରେ ରାଜ୍ୟ ସରକାର ଏକ ୭ଜଣିଆ କମିଟି ଗଠନ କରିଥିଲେ। ଏହି କମିଟିରେ ନିରଞ୍ଜନ ପୂଜାରୀ ଅଧ୍ୟକ୍ଷ ଏବଂ ବୀର ବିକ୍ରମ ଯାଦବ ସଂଯୋଜକ ଦାୟିତ୍ୱରେ ଥିଲେ। ଗୋଟିଏ ମାସକ ମଧ୍ୟରେ ସେମାନଙ୍କ ଦାବି ପୂରଣ କରାଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଥିଲା। ହେଲେ ଦୀର୍ଘ ୫ ବର୍ଷ ଧରି ଠିକାଦାର ସଂଘ ସହ ବିଜେଡି ସରକାର ଛଳନା କରିଥିବା ସଭାପତି ଦାଶ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri