ବିଇଏମ୍‌ସି କମିଶନରଙ୍କ ବିରୋଧରେ ଏତଲା

ବ୍ରହ୍ମପୁର ଅଫିସ,୧୨ା୧୨: ସହରରେ ମଶା ପ୍ରାଦୁର୍ଭାବକୁ ନେଇ ଗତ ୭ ତାରିଖରେ ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି) କାର୍ଯ୍ୟାଳୟ ପରିସରରେ ଭାଜପା କର୍ମୀ ଓ କମିଶନର ମୁହାଁମୁହିଁ ହୋଇଥିଲେ। ଶନିବାର ବିଇଏମ୍‌ସି କାର୍ଯ୍ୟାଳୟର କର୍ମଚାରୀଙ୍କ ପକ୍ଷରୁ ଭାଜପା ବରିଷ୍ଠ ନେତା କାହ୍ନୁ ଚରଣ ପତିଙ୍କ ସମେତ ଆଉ କେତେକ କର୍ମକର୍ତ୍ତା ଓ କର୍ମୀଙ୍କ ବିରୋଧରେ ଟାଉନ ଥାନାରେ ଏତଲା ଦିଆଯାଇଥିଲା। ରବିବାର ଭାଜପା ପକ୍ଷରୁ ଥାନାରେ ପାଲଟା ଅଭିଯୋଗ କରାଯାଇଛି। ବିଇଏମ୍‌ସି କମିଶନର ଜେ. ସୋନାଲ ଓ ଅନ୍ୟ ୩ କର୍ମଚାରୀଙ୍କ ବିରୋଧରେ ଗଞ୍ଜାମ ଜିଲା ଭାଜପା ପକ୍ଷରୁ ଟାଉନ ଥାନାରେ ଏତଲା ଦିଆଯାଇଛି। ବିଇଏମ୍‌ସି କମିଶନର ଧମକ ଦେଇଥିବା ଅଭିଯୋଗରେ ଦର୍ଶାଯାଇଛି। ଯାହାକୁ ନେଇ ଭାଜପା ଏବଂ ନିଗମ ଅଧିକାରୀ ଓ କର୍ମଚାରୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ଭାଜପା ନେତା କାହ୍ନୁ ପତି ପ୍ରତିକ୍ରିୟାରେ କହିଛନ୍ତି, କମିଶନରଙ୍କ ଅହଙ୍କାର ବଢ଼ିଯାଇଛି। ଏହାର ଉପଯୁକ୍ତ ଜବାବ ଦିଆଯିବ। ଆବଶ୍ୟକ ସ୍ଥଳେ ଏହାକୁ ପ୍ରସଙ୍ଗ କରି ମହାନଗରରେ ଭାଜପା ଜୋରଦାର ଆନ୍ଦୋଳନ କରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର

ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍‌ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ...

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ

ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି...

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri