ନବୀନଙ୍କ ଉପରେ ଖୁବ୍‌ ବର୍ଷିଲେ ଶାହା

ଭଞ୍ଜନଗର,୧୫ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାରେ ବୁଧବାର ଭାଜପା ପକ୍ଷରୁ ବିଜୟ ସଂକଳ୍ପ ସମାବେଶ ହୋଇଥଲା। ଏଥିରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟର ନବୀନ ସରକାର ବିରୋଧରେ ବର୍ଷିଥିଲେ। ଶାହା କହିଛନ୍ତି, ଭାଜପା ସରକାର ଆସିବ। ଓଡ଼ିଶାରେ ସରକାର ଆସିଲେ ପୁରୀ ଜଗନ୍ନାଥ ମନ୍ଦିର ଚାରିଦ୍ୱାର ଖୋଲିବୁ। ରତ୍ନଭଣ୍ଡାର ମୁଖ୍ୟ ଚାବି ଦେଖାଯିବ। କେନ୍ଦ୍ରରେ ଭାଜପା ସରକାର ଆସିବା ପରଠୁ ବିଗତ ୧୦ ବର୍ଷ ମଧ୍ୟରେ ଆତଙ୍କବାଦ ଏବଂ ନକ୍ସଲ ସମସ୍ୟା ଲୋପ ପାଇଛି। ଜଣେ ଆଦିବାସୀ ମହିଳାଙ୍କୁ ନରେନ୍ଦ୍ର ମୋଦି ରାଷ୍ଟ୍ରପତି କରି ଓଡ଼ିଆଙ୍କ ସମ୍ମାନ ବଢ଼ାଇଛନ୍ତି। ଲୋକେ ଲୋକ ପ୍ରତିନିଧିଙ୍କୁ ନିର୍ବାଚିତ କରୁଛନ୍ତି। ଲୋକ ପ୍ରତିନିଧି ସେମାନଙ୍କ କଥା ବୁଝନ୍ତି। କିନ୍ତୁ ନବୀନ ବାବୁ କିଛି ଅଣ ଓଡ଼ିଆ ବାବୁଙ୍କୁ ନେଇ ଶାସନ ଚଳାଇଛନ୍ତି। ନବୀନ ବାବୁଙ୍କୁ ୨୫ ବର୍ଷ ଶାସନ ଦେଲ। ଆମକୁ ୫ ବର୍ଷ ସୁଯୋଗ ଦେଲେ ଓଡ଼ିଶା ଏକ ବିକଶିତ ରାଜ୍ୟ ହୋଇପାରିବ। ରାମ ମନ୍ଦିର ପ୍ରତିଷ୍ଠା ଉତ୍ସବ ଚାଲିଥିବା ବେଳେ ଓଡ଼ିଶାର ନବୀନ ବାବୁ ରାମମନ୍ଦିର ପ୍ରଚାର କରିବା ବଦଳରେ ଅନ୍ୟ କାର୍ଯ୍ୟକ୍ରମ କରୁଛନ୍ତି ବୋଲି ଶାହା ଅଭିଯୋଗ କରିଥିଲେ। ସଭାରେ ଅମିତ ଶାହା କଂଗ୍ରେସ ନେତା ରାହୁଲ ଗାନ୍ଧୀ କିମ୍ବା ଅନ୍ୟ କୌଣସ ନେତାଙ୍କ ନାଁ ନ ନେଇ ପରୋକ୍ଷରେ କଂଗ୍ରେସ ସରକାରକୁ ସମାଲୋଚନା କରିଥିଲେ। ଆସିକା ଭାଜପା ଲୋକ ସଭା ପ୍ରାର୍ଥିନୀ ଅନିତା ପ୍ରିୟଦର୍ଶିନୀ, ସୋରଡ଼ା ବିଧାୟକ ପ୍ରାର୍ଥୀ ନୀଳମଣି ବିଷୋୟୀ, ଭାଜପା ନେତା ମହେଶ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଳୁ ଅଭାବ: ଦର ବଢ଼ିଲା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ସପ୍ତାହକ ମଧ୍ୟରେ ଆଳୁ ଦର ୧୫ ଟଙ୍କାରୁ ଅଧିକ ବୃଦ୍ଧି ପାଇସାରିଲାଣି। ଆଳୁ ଏବେ କେଉଁଠି ୪୫ ଟଙ୍କା ତ ଆଉ...

ସରକାର ନିଜ ଦୋଷ ଲୁଚାଉଛନ୍ତି: ବିରୋଧୀ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ରଥ ଉପରୁ ବଡ଼ ଠାକୁର ଖସିପଡ଼ିବା, ଦଳାଚକଟାରେ ଜଣଙ୍କ ମୃତ୍ୟୁ ହେବା, ଟ୍ରାଫିକ ଅବ୍ୟବସ୍ଥା, ଅଣ ସେବାୟତ ରଥ ଉପରେ ଚଢ଼ିବା ପ୍ରସଙ୍ଗକୁ...

ବିଜେଡି ସରକାରର ବଜେଟଠାରୁ ଏଥର ୧୫% ଅଧିକ: ସମୀର

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ନୂତନ ରାଜନୈତିକ ସଂସ୍କୃତିର ପ୍ରତିଷ୍ଠାକରି ଭାଜପା ପ୍ରଥମ ଥର ଓଡ଼ିଶାରେ ସରକାର ଗଠନ କରିଛି। ଭାଜପା ସରକାରର ପ୍ରଥମ ବଜେଟ ଓଡ଼ିଶା...

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ...

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri