ହେତୁବାଦୀଙ୍କ ବିରୋଧରେ ଏତଲା

ପୁରୀ ଅଫିସ, ୨୮ା୧୦:ହେତୁବାଦୀମାନେ ଗତ ମଙ୍ଗଳବାର ସୂର୍ଯ୍ୟୋପରାଗ ସମୟରେ ଚିକେନ୍‌ ବିରିୟାନୀ ଖାଇବା ସହ ବ୍ରାହ୍ମଣ ସମାଜକୁ ଆପେକ୍ଷ କରିଥିବା ଅଭିଯୋଗରେ ଅଖିଳ ଭାରତ ହିନ୍ଦୁ ମହାସଭା ପକ୍ଷରୁ ଗୁରୁବାର ପୁରୀ ଟାଉନ ଥାନାରେ ହେତୁବାଦୀ ସଙ୍ଗଠନ ବିରୋଧରେ ଏତଲା ଦିଆଯାଇଛି। ମହାସଭାର ରାଜ୍ୟ ସଭାପତି ସୂର୍ଯ୍ୟନାରାୟଣ ରଥଙ୍କ ନେତୃତ୍ୱରେ ଏହି ଏତଲା ଦିଆଯିବା ସହ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରାଯାଇଛି। ଏତଲାରେ ଦର୍ଶାଯାଇଛି, ନିଜକୁ ହେତୁବାଦୀ କହୁଥିବା କେତେଜଣ ବ୍ୟକ୍ତି ସୂର୍ଯ୍ୟୋପରାଗ ସମୟରେ ଚିକେନ ବିରିୟାନୀ ଖାଉଥିବା ଟିଭିରେ ଦେଖିବାକୁ ମିଳିଥିଲା। ସେମାନେ ସୂର୍ଯ୍ୟୋପରାଗ ନୀତି ନିୟମକୁ ଅନ୍ଧବିଶ୍ୱାସ ବୋଲି କହିଥିଲେ। ଏପରିକି ଜଣେ ହେତୁବାଦୀ ଟିଭିରେ ବିତର୍କରେ ଭାଗ ନେଇଥିବାବେଳେ ପ୍ରତିପକ୍ଷଙ୍କ ପ୍ରତି ଅଶାଳୀନ ବ୍ୟବହାର ସହ ବ୍ରାହ୍ମଣ ଜାତିକୁ ଆକ୍ଷେପ କରିଥିଲେ। ଏହି ମନ୍ତବ୍ୟ ଓ ଆଚରଣ ସମଗ୍ର ବ୍ରାହ୍ମଣ ଜାତିକୁ ଅପମାନିତ କରିବା ସହ ଧର୍ମ ଉପରେ ବିଶ୍ୱାସ ରଖୁଥିବା ସମଗ୍ର ହିନ୍ଦୁ ସମାଜକୁ ବ୍ୟଥିତ କରିଛି। ଏଣୁ ଘଟଣାର ତଦନ୍ତ କରି ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ଅଖିଳ ଭାରତ ହିନ୍ଦୁ ମହାସଭା ପକ୍ଷରୁ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri