ସ୍ତ୍ରୀଙ୍କ ବିରୋଧରେ ଥାନାରେ ଏତଲା

ବଡ଼ମ୍ବା,୭।୬(ଡି.ଏନ.ଏ.): ବାଲେଶ୍ୱର ବାହାନଗାଠାରେ ଘଟିଥିବା ରେଳ ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ସମସ୍ତ ମୃତାହତଙ୍କୁ ଚିହ୍ନଟ କରାଯାଇ ପାରିନାହିଁ। ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରରେ ଏନେଇ ପ୍ରକ୍ରିୟା ଜାରି ରହିଥିବାବେଳେ ଜଣେ ମହିଳା ମୃତକଙ୍କ ଅନୁକମ୍ପା ରାଶି ହାତେଇବା ପାଇଁ ଜୀବିତ ସ୍ବାମୀଙ୍କୁ ମୃତ ଘୋଷଣା କରିବାକୁ ପଛାଇ ନାହାନ୍ତି। ଏହା ଜଣାପଡ଼ିବା ପରେ ମଙ୍ଗଳବାର କଟକ ଜିଲା ମାଣିଆବନ୍ଧ ଅଞ୍ଚଳର ବିଜୟ ଦତ୍ତ ଥାନାରେ ସମ୍ପୃକ୍ତା ମହିଳାଙ୍କ ବିରୋଧରେ ଲିଖିତ ଅଭିଯୋଗ କରିଛନ୍ତି। ମହିଳା ଜଣଙ୍କ ତାଙ୍କ ସ୍ତ୍ରୀ ବୋଲି ଅଭିଯୋଗରେ ଉଲ୍ଲେଖ କରିଛନ୍ତି। ସ୍ତ୍ରୀଙ୍କ ଟଙ୍କା ଲୋଭ ଯୋଗୁ ମାଣିଆବନ୍ଧ ଅଞ୍ଚଳରେ ତାଙ୍କ ସମ୍ମାନ ହାନି ହୋଇଛି ବୋଲି ସେ ଅଭିଯୋଗପତ୍ରରେ ଦର୍ଶାଇଛନ୍ତି।
ପ୍ରକାଶ ଯେ, ରେଳ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ କେନ୍ଦ୍ର ସରକାର ୧୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି। ଏହି ରାଶ ହାତେଇବା ପାଇଁ ଜଣେ ମହିଳା ଉଦ୍ୟମ କରିଥିଲେ। ରେଳ ଦୁର୍ଘଟଣାରେ ସ୍ବାମୀଙ୍କ ମୃତ୍ୟୁ ଘଟିଥିବା କହି ସେ ଘଟଣାସ୍ଥଳରେ ପହଞ୍ଚତ୍ ଏକ ଅଚିହ୍ନା ମୃତଦେହକୁ ଚିହ୍ନଟ କରି ସହାୟତା ରାଶି ପାଇବାକୁ ଦାବି କରିବା ସହ ପ୍ରମାଣପତ୍ର ଦାଖଲ କରିଥିଲେ। ଉକ୍ତ ପ୍ରମାଣପତ୍ରଗୁଡ଼ିକ ଜାଲ୍‌ ହୋଇଥିବା ବିଭାଗୀୟ ଅଧିକାରୀମାନେ ଜାଣିପାରିଥିଲେ। ଏହାପରେ ଘଟଣାସ୍ଥଳରୁ କୌଶଳକ୍ରମେ ସମ୍ପୃକ୍ତ ମହିଳା ଓ ତାଙ୍କ ସହଯୋଗୀ ଚମ୍ପଟ ମାରିଥିଲେ। ଏହି ଘଟଣା ବିଭିନ୍ନ ଗଣମାଧ୍ୟମରେ ପ୍ରସାର ହୋଇଥିଲା। ବିଜୟ ଏହା ଜାଣିବା ପରେ ଥାନାରେ ଅଭିଯୋଗ କରି ସ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି। ସମ୍ପୃକ୍ତ ମହିଳା ବିଜୟଙ୍କଠାରୁ ୧୩ ବର୍ଷ ହେବ ପୃଥକ ରହିଥିବା ଏତଲାରେ ଦର୍ଶାଯାଇଛି। ଏ ସମ୍ପର୍କରେ ମାଣିଆବନ୍ଧ ଭାରପ୍ରାପ୍ତ ଥାନା ଅଧିକାରୀ ବସନ୍ତ କୁମାର ଶତପଥୀଙ୍କୁ ପଚରାଯିବାରେ ବିଭାଗୀୟ ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ପରାମର୍ଶ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri