ସ୍ତ୍ରୀଙ୍କ ବିରୋଧରେ ଥାନାରେ ଏତଲା

ବଡ଼ମ୍ବା,୭।୬(ଡି.ଏନ.ଏ.): ବାଲେଶ୍ୱର ବାହାନଗାଠାରେ ଘଟିଥିବା ରେଳ ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ସମସ୍ତ ମୃତାହତଙ୍କୁ ଚିହ୍ନଟ କରାଯାଇ ପାରିନାହିଁ। ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରରେ ଏନେଇ ପ୍ରକ୍ରିୟା ଜାରି ରହିଥିବାବେଳେ ଜଣେ ମହିଳା ମୃତକଙ୍କ ଅନୁକମ୍ପା ରାଶି ହାତେଇବା ପାଇଁ ଜୀବିତ ସ୍ବାମୀଙ୍କୁ ମୃତ ଘୋଷଣା କରିବାକୁ ପଛାଇ ନାହାନ୍ତି। ଏହା ଜଣାପଡ଼ିବା ପରେ ମଙ୍ଗଳବାର କଟକ ଜିଲା ମାଣିଆବନ୍ଧ ଅଞ୍ଚଳର ବିଜୟ ଦତ୍ତ ଥାନାରେ ସମ୍ପୃକ୍ତା ମହିଳାଙ୍କ ବିରୋଧରେ ଲିଖିତ ଅଭିଯୋଗ କରିଛନ୍ତି। ମହିଳା ଜଣଙ୍କ ତାଙ୍କ ସ୍ତ୍ରୀ ବୋଲି ଅଭିଯୋଗରେ ଉଲ୍ଲେଖ କରିଛନ୍ତି। ସ୍ତ୍ରୀଙ୍କ ଟଙ୍କା ଲୋଭ ଯୋଗୁ ମାଣିଆବନ୍ଧ ଅଞ୍ଚଳରେ ତାଙ୍କ ସମ୍ମାନ ହାନି ହୋଇଛି ବୋଲି ସେ ଅଭିଯୋଗପତ୍ରରେ ଦର୍ଶାଇଛନ୍ତି।
ପ୍ରକାଶ ଯେ, ରେଳ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ କେନ୍ଦ୍ର ସରକାର ୧୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି। ଏହି ରାଶ ହାତେଇବା ପାଇଁ ଜଣେ ମହିଳା ଉଦ୍ୟମ କରିଥିଲେ। ରେଳ ଦୁର୍ଘଟଣାରେ ସ୍ବାମୀଙ୍କ ମୃତ୍ୟୁ ଘଟିଥିବା କହି ସେ ଘଟଣାସ୍ଥଳରେ ପହଞ୍ଚତ୍ ଏକ ଅଚିହ୍ନା ମୃତଦେହକୁ ଚିହ୍ନଟ କରି ସହାୟତା ରାଶି ପାଇବାକୁ ଦାବି କରିବା ସହ ପ୍ରମାଣପତ୍ର ଦାଖଲ କରିଥିଲେ। ଉକ୍ତ ପ୍ରମାଣପତ୍ରଗୁଡ଼ିକ ଜାଲ୍‌ ହୋଇଥିବା ବିଭାଗୀୟ ଅଧିକାରୀମାନେ ଜାଣିପାରିଥିଲେ। ଏହାପରେ ଘଟଣାସ୍ଥଳରୁ କୌଶଳକ୍ରମେ ସମ୍ପୃକ୍ତ ମହିଳା ଓ ତାଙ୍କ ସହଯୋଗୀ ଚମ୍ପଟ ମାରିଥିଲେ। ଏହି ଘଟଣା ବିଭିନ୍ନ ଗଣମାଧ୍ୟମରେ ପ୍ରସାର ହୋଇଥିଲା। ବିଜୟ ଏହା ଜାଣିବା ପରେ ଥାନାରେ ଅଭିଯୋଗ କରି ସ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି। ସମ୍ପୃକ୍ତ ମହିଳା ବିଜୟଙ୍କଠାରୁ ୧୩ ବର୍ଷ ହେବ ପୃଥକ ରହିଥିବା ଏତଲାରେ ଦର୍ଶାଯାଇଛି। ଏ ସମ୍ପର୍କରେ ମାଣିଆବନ୍ଧ ଭାରପ୍ରାପ୍ତ ଥାନା ଅଧିକାରୀ ବସନ୍ତ କୁମାର ଶତପଥୀଙ୍କୁ ପଚରାଯିବାରେ ବିଭାଗୀୟ ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ପରାମର୍ଶ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଚର୍ଚ୍ଚାକୁ ଆସିଲେ ବୈଭବ ସୂର୍ଯ୍ୟବଂଶୀ, ପୂର୍ବତନ କ୍ରିକେଟରଙ୍କ ମନ୍ତବ୍ୟରେ ଉଠିଲା ଝଡ଼, ଏଥର…

ନୂଆଦିଲ୍ଲୀ,୫।୮: ଭାରତୀୟ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ପୁଣି ଥରେ ଚର୍ଚ୍ଚାରେ ଆସିଛନ୍ତି। ଏଥର ତାଙ୍କ ପ୍ରଦର୍ଶନ ଅପେକ୍ଷା ଅନ୍ତର୍ଜାତିକ କ୍ରିକେଟରେ ଡେବ୍ୟୁକୁ ନେଇ ଅଧିକ ଚର୍ଚ୍ଚା…

ରାଜନୀତିକୁ ଏଣ୍ଟ୍ରି କରିବେ ଅଭିଜିତ ଦୀପକେ! କଲେ ଆଶ୍ଚର୍ଯ୍ୟଜନକ ଘୋଷଣା, ବଢିଲା ଭାଜପାର ଚିନ୍ତା

ନୂଆଦିଲ୍ଲୀ,୫।୮: କକ୍‌ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଜନ୍ତର-ମନ୍ତରରେ ହୋଇଥିବା ପ୍ରତିବାଦ ପରେ ବର୍ତ୍ତମାନ ଆଗାମୀ ରଣନୀତି ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଅଭିଜିତଙ୍କ ଘରେ ଆଜିଠାରୁ…

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ବିଶ୍ୱର ଟପ୍‌-୩ ଧନୀ କ୍ରିକେଟର, ନେଟ୍‌ୱର୍ଥ ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୫।୮: କ୍ରିକେଟ ବିଶ୍ୱର ଦ୍ୱିତୀୟ ସବୁଠାରୁ ଲୋକପ୍ରିୟ ଖେଳ। କିନ୍ତୁ ବର୍ତ୍ତମାନ ଏହା କେବଳ ଏକ ଖେଳ ନୁହେଁ, ବରଂ କୋଟି କୋଟି ଟଙ୍କାର ଏକ ବିଶାଳ…

ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…

ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri