ଅପମିଶ୍ରିତ ନିଶା ଦ୍ରବ୍ୟ ବିରୋଧରେ …

ଥୁଆମୂଳ ରାମପୁର,୨୩ା୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ସଭା ଗୃହଠାରେ ସୋମବାର ଅବକାରୀ ବିଭାଗ ପକ୍ଷରୁ ବିଡିଓ ଧ୍ରୁବଚରଣ ମୁଦୁଲିଙ୍କ ତତ୍ତ୍ୱାବଧାନରେ ନିଶାଦ୍ରବ୍ୟ ତଥା ଅପମିଶ୍ରିତ ଓ ବିଷାକ୍ତ ମାଦକଦ୍ରବ୍ୟ ବିରୋଧରେ ସଚେତନତା ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଥୁଆମୂଳ ରାମପୁର ତହସିଲଦାର ନିରୋଜ କୁମାର ଭତ୍ରା, ବ୍ଲକ ଅବକାରୀ ବିଭାଗ ଅଧିକାରିଣୀ ପ୍ରଶାନ୍ତି ସ୍ବାଇଁ, ଥୁଆମୂଳ ରାମପୁର ଥାନା ଏଏସ୍‌ଆଇ ଭାସ୍କର ଖୋସ୍ଲା, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଫାର୍ମାସିଷ୍ଟ ସୁଧାଂଶୁ ଶେଖର ପଣ୍ତା ପ୍ରମୁଖ ଯୋଗଦେଇ ନିଶାଦ୍ରବ୍ୟ ବ୍ୟବହାରର କୁପରିଣାମ ବିଷୟରେ ସମସ୍ତଙ୍କୁ ଅବଗତ କରିଥିଲେ। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସୁନାରାମ ସୋରେନ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଅବକାରୀ ବିଭାଗ କନଷ୍ଟେବଲ ପୃଥିରାଜ ବାଗ, ସିଦ୍ଧାନ୍ତ ପଟ୍ଟନାୟକ ସହଯୋଗ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ଲକର ସମସ୍ତ ବିଭାଗର ଅଧିକାରୀ ଓ କର୍ମଚାରୀ ତଥା ଓଏଲ୍‌ଏମ୍‌, ଏମ୍‌ବିକେ, ସ୍ବୟଂସହାୟକ ଗୋଷ୍ଠୀ ମହିଳାଙ୍କ ସମେତ ଜନସାଧାରଣ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri