Posted inଖେଳ

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ। ଭିଭିଏସ ଲକ୍ଷ୍ମଣ ନୂତନ ମୁଖ୍ୟ ଚୟନକର୍ତ୍ତା ହେବା ରେସ୍‌ରେ ଆଗୁଆ ଅଛନ୍ତି। ଏହି ନିଷ୍ପତ୍ତି ଦଳର ଭବିଷ୍ୟତ ଯୋଜନାରୁ ରୋହିତ ଶର୍ମାଙ୍କୁ ବାଦ ଦେବା ପଦକ୍ଷେପ ସହିତ ଜଡିତ ବୋଲି କୁହାଯାଉଛି। ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ ସମୟରେ ରୋହିତ ଶର୍ମାଙ୍କ ଅବସର ନେଇ କଳ୍ପନାଜଳ୍ପନା ଜୋର ଧରିଥିଲା।

ଅଗରକରଙ୍କ ନେତୃତ୍ୱାଧୀନ ଚୟନ କମିଟି ଗୌତମ ଗମ୍ଭୀରଙ୍କ ନେତୃତ୍ୱରେ ଦଳ ପରିଚାଳନାକୁ ପ୍ରସ୍ତାବ ଦେଇଥିଲା ଯେ, ରୋହିତ ଶର୍ମାଙ୍କୁ ଭବିଷ୍ୟତ ଯୋଜନାରୁ ବାଦ ଦିଆଯିବ। କିନ୍ତୁ ଲର୍ଡସ ଦିନିକିଆରେ ରୋହିତ ୧୧୦ ବଲ ରୁ ୧୩୮ ରନ କରିଥିଲେ। ଏହା ଦିନିକିଆ ଇତିହାସରେ ଲର୍ଡସରେ ଜଣେ ଭାରତୀୟ ଖେଳାଳିଙ୍କ ଦ୍ୱାରା ପ୍ରଥମ ଶତକ।

ଏହା ମଧ୍ୟ ପ୍ରକାଶ ପାଇଛି ଯେ, ଭାରତୀୟ ଦଳ ପରିଚାଳନା କରୁଥିବା ଅନେକ ପ୍ରମୁଖ ବ୍ୟକ୍ତି ରୋହିତ ଶର୍ମାଙ୍କୁ ୨୦୨୭ ଦିନିକିଆ ବିଶ୍ୱକପରେ ଖେଳିବାକୁ ଚାହୁଁନାହାଁନ୍ତି। BCCI ଖୁବ ଶୀଘ୍ର ଆୟରଲାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ସମ୍ପର୍କରେ ଏକ ସମୀକ୍ଷା ବୈଠକ କରିବାକୁ ଯାଉଛି ଏବଂ ଏହି ବୈଠକରେ ଅଜିତ ଆଗରକରଙ୍କ ଭବିଷ୍ୟତ ବିଷୟରେ ନିଷ୍ପତ୍ତି ନିଆଯାଇପାରେ। ଅଗରକରଙ୍କ କାର୍ଯ୍ୟକାଳ ମୂଳତଃ ଜୁନ ୨୦୨୬ରେ ଶେଷ ହୋଇଥିଲା କିନ୍ତୁ ଏହାକୁ ତିନି ମାସ ବୃଦ୍ଧି କରାଯାଇଥିଲା। ଆଶା କରାଯାଉଥିଲା ଯେ, ସେ ୨୦୨୭ ବିଶ୍ୱକପ ଶେଷ ପର୍ଯ୍ୟନ୍ତ ମୁଖ୍ୟ ଚୟନକର୍ତ୍ତା ଭାବରେ କାର୍ଯ୍ୟ କରିବେ, କିନ୍ତୁ ବର୍ତ୍ତମାନ ପରିସ୍ଥିତି ପରିବର୍ତ୍ତନ ହୋଇଥିବା ପରି ମନେ ହେଉଛି।
ଭିଭିଏସ ଲକ୍ଷ୍ମଣ ଟିମ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା ହୋଇପାରନ୍ତି। ଲକ୍ଷ୍ମଣଙ୍କୁ ୨୦୨୧ ଶେଷ ଭାଗରେ ବିସିସିଆଇର ସେଣ୍ଟର ଅଫ ଏକ୍ସିଲେନ୍ସ (COE) ର ନିର୍ଦ୍ଦେଶକ ଭାବରେ ନିଯୁକ୍ତ କରାଯାଇଥିଲା ଏବଂ ଗତ ପାଞ୍ଚ ବର୍ଷ ଧରି ଏହି ପଦବୀରେ ରହିଆସିଛନ୍ତି। ସେ ବିଭିନ୍ନ ସମୟରେ ଟିମ ଇଣ୍ଡିଆକୁ ମଧ୍ୟ କୋଚ ଦେଇଛନ୍ତି। ଲକ୍ଷ୍ମଣ ସାମ୍ପ୍ରତିକ ଜିମ୍ବାୱେ ଗସ୍ତ ସମୟରେ ଟିମ ଇଣ୍ଡିଆର ମୁଖ୍ୟ କୋଚ ଭାବରେ କାର୍ଯ୍ୟ କରିଥିଲେ ଏବଂ ସେ ଏସୀୟ କ୍ରୀଡା ପାଇଁ ମଧ୍ୟ ସେହି ଭୂମିକାରେ ରହିବେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କ ଦେହାନ୍ତ, ଶୋକ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଲେ ତାଙ୍କର…

ନୂଆଦିଲ୍ଲୀ,୨୦ା୯: ବରିଷ୍ଠ ସାମ୍ବାଦିକା ପାୟଲ ମେହେଟ୍ଟାଙ୍କର ମାତ୍ର ୪୬ ବର୍ଷ ବୟସରେ ଦେହାନ୍ତ ହୋଇଛି। ରିପୋର୍ଟ ଅନୁଯାୟୀ, ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ହଠାତ୍‌ ଅବନତି ଘଟିବା ପରେ ତାଙ୍କର…

ଜଙ୍ଗଲରେ ପଡ଼ିଛି ହାତୀର ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

ଜଳେଶ୍ୱର,୨୦ା୯(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ବରଡିହା ବନଖଣ୍ଡ କଳମା ପଞ୍ଚାୟତର ଆମ୍ବତୁମ୍ବା ଜଙ୍ଗଲରୁ ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ପ୍ରାପ୍ତ ସୂଚନା…

ଜନସାଧାରଣଙ୍କ ଅଭିଯୋଗ ଶୁଣିଲେ ଏସ୍‌ପି, ଅନ୍ଧବିଶ୍ୱାସଠାରୁ ଦୂରେଇ ରହିବା ନେଇ…

ଗଞ୍ଜାମ,୨୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ପୋଲିସ ପକ୍ଷରୁ ଫାଣ୍ଡି ପରିସରରେ ଆମ ପୋଲିସ ସମିତି ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା। ଛତ୍ରପୁର…

ମାଉଜର ଦେଖାଇ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଝାମ୍ପିନେଲେ ୪ ଦୁର୍ବୃତ୍ତ

ନନ୍ଦପୁର,୨୦ା୯(ତୁଷାରକାନ୍ତ ମହାନ୍ତି): ପାର୍ବଣ ପୂର୍ବରୁ କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଚୋରି ଡକାୟତି ରାହାଜାନି ଘଟଣା ଦିନକୁ ଦିନ ବୃଦ୍ଧି ପାଉଛି। ନନ୍ଦପୁର ଥାନା କ୍ଷେତ୍ର ପାଲିବା…

କନ୍ୟା ରାଶିରେ ସୂର୍ଯ୍ୟଙ୍କ ଏଣ୍ଟ୍ରି: ମାସେ ଯାଏ ୫ ରାଶିଙ୍କୁ ଫାଇଦା ହିଁ ଫାଇଦା, ମାଲାମାଲ ହେବେ…

ନବଗ୍ରହଙ୍କ ମଧ୍ୟରେ ରାଜାର ପଦବୀ ପାଇଥିବା ସୂର୍ଯ୍ୟଦେବ ୧୭ ସେପ୍ଟେମ୍ୱରରେ ନିଜର ମିତ୍ର ଗ୍ରହ ବୁଧଙ୍କ ରାଶି କନ୍ୟାରେ ପ୍ରବେଶ କରିସାରିଛନ୍ତି। ସେ ୧୭ ଅକ୍ଟୋବର ୨୦୨୬…

ଶ୍ରୀଗୁଣ୍ଡିଚା ମନ୍ଦିର ପରିଦର୍ଶନ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ପ୍ରଶାସକ

ପୁରୀ,୨୦ା୯(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ…

ସେପ୍ଟେମ୍ୱର ଶେଷ ସପ୍ତାହରେ ଗୋଟିଏ ଦିନ ଖୋଲା ରହିବ ବ୍ୟାଙ୍କ୍‌, ଜରୁରୀ କାମ ଥିଲେ…

ନୂଆଦିଲ୍ଲୀ,୨୦।୯: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (RBI)ର ଛୁଟି ତାଲିକା (ହଲିଡେ କ୍ୟାଲେଣ୍ଡର) ଦେଖିଲେ ମନେହେଉଛି ଯେ ଆସନ୍ତା ସପ୍ତାହରେ ବ୍ୟାଙ୍କ କେବଳ ଗୋଟିଏ ଦିନ ହିଁ…

ଲଟାବୁଦାରେ ଭର୍ତ୍ତି ହୋଇଛି ଗାଁ ଶ୍ମଶାନ, ସଫେଇ ପାଇଁ ଏକାଠି ହେଲେ ଯୁବବର୍ଗ, ଅଧାପନ୍ତରିଆ ହୋଇଥିବା…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): ସରକାରଙ୍କ ପକ୍ଷରୁ ଶ୍ମଶାନ ଗୃହ ନିର୍ମାଣ ପାଇଁ ଲକ୍ଷଲକ୍ଷ ଟଙ୍କା ଅନୁଦାନ ଖର୍ଚ୍ଚ କରାଯାଇ ସ୍ବଚ୍ଛତା ଓ ସୌନ୍ଦର୍ଯ୍ୟ ପାଇଁ ପଦକ୍ଷେପ ନିଆଯାଉଛି। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?