ବୟସ ଷାଠିଏ ଅତିକ୍ରାନ୍ତ, ମିଳୁନି ଭତ୍ତା

ଦାରିଙ୍ଗବାଡି, ୨୫।୯ (ଅରୁଣ ସାହୁ): ବୟସ ୬୦ ଅତିକ୍ରାନ୍ତ କଲାଣି ଏକାଧିକ ଲୋକଙ୍କ ଅଣ୍ଟା ନଇଁ ଗଲାଣି, ଚାଲିବାକୁ ସାହାରା ଦରକାର ପଡୁଛି। ହେଲେ ଆଧାର କାର୍ଡରେ ବୟସ ସଠିକ ରହିଥିବା ବେଳେ ଭୋଟ ପରିଚୟ ପତ୍ରରେ ତ୍ରୁଟି ଯୋଗୁ ଭତ୍ତା ଟଙ୍କା ପାଇବାରୁ ବଞ୍ଚିତ ହେଉଛନ୍ତି ଏକାଧିକ ବୃଦ୍ଧାବୃଦ୍ଧ। ପରିଣତ ବୟସରେ ସେମାନେ ଚଳିବା ମୁସ୍କିଲ ରହିଥିବା ବେଳେ ଆବଶ୍ୟକ ଔଷଧ ଓ ଅନ୍ୟ ସାମଗ୍ରୀ ପାଇଁ ଖର୍ଚ୍ଚ କରିବା କଷ୍ଟ ହୋଇପଡିଛି। ଭତ୍ତା ନପାଇ ସେମାନେ ନିରାଶ୍ରୟ ହୋଇପଡୁଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଅଞ୍ଚଳରେ। ଦାରିଙ୍ଗବାଡିଠାରୁ ବ୍ରାହ୍ମଣୀଗାଁ ପ୍ରାୟ ୪୦ କିମି ଦୂର।ବାରମ୍ବାର ସେମାନେ ବ୍ଲକ କାର୍ଯ୍ୟାଳୟକୁ ଦୌଡ଼ି ଦୌଡ଼ି ନୟାନ୍ତ ହେଲେଣି। ଆଉ ତାଙ୍କୁ ଭତ୍ତା ମିଳିବ ନାହିଁ ବୋଲି ସେମାନେ ଆଶଙ୍କା କଲେଣି। ସେମାନଙ୍କ ନିକଟରେ ବ୍ଲକ କାର୍ଯ୍ୟାଳୟ କି ଜିଲାପାଳଙ୍କ କାର୍ଯ୍ୟାଳୟକୁ ଦୌଡିବା ପାଇଁ ବଳ, ବୟସ ଓ ଅର୍ଥ ସବୁରେ ଅଭାବ ଦେଖାଯାଇଛି। ଫଳରେ କିଭଳି ସେମାନେ ଚଳିବେ ସେନେଇ ଚିନ୍ତା ପ୍ରକଟ କରି କହିଛନ୍ତି ଉକ୍ତ ଅଞ୍ଚଳର ଭତ୍ତାରୁ ବଞ୍ଚିତ ହୋଇଥିବା ସୋମନାଥ ବେହେରାଦଳାଇ,ପ୍ରଭାକର ବିଶୋଇ,ସଚିନ୍ଦ୍ର କର୍ଜି,ଦେବେନ୍ଦ୍ର କର୍ଜି, ପ୍ରମିଳା ବେହେରାଦଳାଇ ଏବଂ ସ୍ବାମୀ ପରିତ୍ୟକ୍ତା ଚଞ୍ଚଳା ବିଶୋଇ। ଏନେଇ ଦାରିଙ୍ଗବାଡି ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ କ୍ଷୀତିଶ ପ୍ରିୟଦର୍ଶି କହିଛନ୍ତି ଯେ, ଭତ୍ତା ପାଇଁ ଭୋଟର ପରିଚୟ ପତ୍ର ବାଧ୍ୟତାମୂଳକ,ଆଧାର ନୁହେଁ, ତେଣୁ ତାକୁ ତ୍ରୁଟି ସଂଶୋଧନ କଲାପରେ ହିଁ ଭତ୍ତା ଦିଆଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri