Posted inଜାତୀୟ

ରାମ ମନ୍ଦିରର ବୟସ ୧୦୦୦ ବର୍ଷ ହେବ: ଚମ୍ପତ ରାୟ

ଅଯୋଧ୍ୟା,୨୪।୧୨: ଅଯୋଧ୍ୟା ରାମ ମନ୍ଦିର ପ୍ରତିଷ୍ଠା ପାଇଁ ଆଉ କିଛିଦିନ ବାକି ଅଛି। ଏହାପୂର୍ବରୁ ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ ଟ୍ରଷ୍ଟର ସାଧାରଣ ସମ୍ପାଦକ ଚମ୍ପତ ରାୟ କହିଛନ୍ତି, ରାମ ମନ୍ଦିର ନିର୍ମାଣ ଦେଶ ପାଇଁ ଅପମାନର ପରିମାର୍ଜନ। ଏହା ଭାରତର ସମ୍ମାନର ପ୍ରତୀକ। ରାମ ମନ୍ଦିରର ବୟସ ୧୦୦୦ ବର୍ଷ ହେବ। ଏହାର ନିର୍ମାଣରେ ଗୁଣବତ୍ତା ପ୍ରତି ବିଶେଷ ଧ୍ୟାନ ଦିଆଯାଇଛି।
ଅଯୋଧ୍ୟାରେ ୩୦୦୦ ରୁ ଅଧିକ ରାମ ମନ୍ଦିର ଅଛି। ତଥାପି ନିର୍ମୋହି ଆଖଡା, ଦିଗମ୍ବର ଆଖଡା ଏବଂ ସାଧୁ ସନ୍ଥ ରାମ ମନ୍ଦିର ପାଇଁ ଯୁଦ୍ଧ ଜାରି ରଖିଥିଲେ। କାରଣ ଅଯୋଧ୍ୟା ଭଗବାନ ଶ୍ରୀ ରାମଙ୍କ ଜନ୍ମସ୍ଥାନ ପରିବର୍ତ୍ତନ ହୋଇପାରିବ ନାହିଁ।
ସେ ଆହୁରି ମଧ୍ୟ କହିଛନ୍ତି, ରାମ ମନ୍ଦିର ହେଉଛି ରାଷ୍ଟ୍ରର ମନ୍ଦିର। ଏହା ଜାତୀୟ ସମ୍ମାନର ଏକ ମନ୍ଦିର। ମନ୍ଦିର ନିର୍ମାଣରେ ୧୦ କୋଟି ଲୋକ ସହଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ୯ବୁଣାକାରଙ୍କୁ ରାଜ୍ୟ ପୁରସ୍କାର: ଜାଣନ୍ତୁ କିଏ କିଏ ପାଇଲେ ଏହି ସମ୍ମାନ

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ସ୍ଥିତ ବୟନଶିଳ୍ପ ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଜିଲାସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ…

ମୋଦିଙ୍କୁ ଫୋନ କରି ଏମିତି କହିଦେଲେ ନେତାନ୍ୟାହୁ, ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୮।୮: ଆମେରିକା-ଇରାନ ଯୁଦ୍ଧକୁ ନେଇ ପଶ୍ଚିମ ଏସିଆରେ ଉତ୍ତେଜନା ଜାରି ରହିଛି। ମିଡିଲ ଇଷ୍ଟର ପରିସ୍ଥିତିକୁ ନେଇ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୮ା୮ (ଯୁଧିଷ୍ଠିର ମହାପାତ୍ର):ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ ଶିଳ୍ପୀ…

ବର୍ଷାପାଗ ଯୋଗୁ ବନ୍ଦ ଘୋଷଣା ବାତିଲ: ସ୍ବାଭାବିକ ରହିବ ବିଦ୍ୟୁତ ସେବା

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଡିଭିଜନ-୨ ଗ୍ରୀଡରୁ ୧୧କେଭି ଟେଲିଫୋନ ଏକ୍ସଚେଞ୍ଜ ଫିଡର୍‌ ଶନିବାର ସକାଳୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ଶୁକ୍ରବାର ଟିପିଡବ୍ଲୁଓଡିଏଲ ଘୋଷଣା…

ସୀମା ବିବାଦ ସମାଧାନ ପାଇଁ କୂଟନୈତିକ ଏବଂ ସାମରିକ ମାର୍ଗ ଆପଣେଇବେ ଭାରତ-ଚାଇନା

ନୂଆଦିଲ୍ଲୀ, ୮।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମାକୁ ନେଇ ରହିଥିବା ବିବାଦର ସମାଧାନ ପାଇଁ କୂଟନୈତିକ ଏବଂ ସାମରିକ ମାଧ୍ୟମଗୁଡ଼ିକୁ ବ୍ୟବହାର ଜାରି ରଖିବାକୁ ଉଭୟ…

ଜନ୍ମଗତ ନାଗରିକତ୍ୱ ସୀମିତ କରିବାକୁ ନିର୍ଦ୍ଦେଶନାମାରେ ସ୍ବାକ୍ଷର କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୮ା୮: ଆମେରିକା ସୁପ୍ରିମକୋର୍ଟଙ୍କ ରାୟର କିଛି ସପ୍ତାହ ପରେ ରାଷ୍ଟ୍ରପତି ଡେନାଲ୍ଡ ଟ୍ରମ୍ପ୍‌ ବାର୍ଥ ଟ୍ୟୁରିଜମ୍‌ ବା ଜନ୍ମ ପର୍ଯ୍ୟଟନ ଉପରେ ରୋକ ଲଗାଇବା ଏବଂ ଜନ୍ମଗତ…

ଭାଜପା-ଏସ୍‌ଏଡି ମେଣ୍ଟ ଚର୍ଚ୍ଚା

ନୂଆଦିଲ୍ଲୀ,୮ା୮: ଶିରୋମଣି ଅକାଳୀ ଦଳ (ଏସ୍‌ଏଡି) ମୁଖ୍ୟ ସୁଖବୀର ସିଂ ବାଦଲ ଶୁକ୍ରବାର ପାର୍ଲାମେଣ୍ଟ ପରିସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିବାରୁ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ…

ଲଗାଣ ବର୍ଷାରେ କ୍ଷୟକ୍ଷତି ଆକଳନରେ ବିଳମ୍ବ

ଅମରପାଲି,୮ା୮(ପୀତାମ୍ବର ସାହୁ): ଜୁନରେ ଅନାବୃଷ୍ଟି ଏବଂ ଜୁଲାଇରେ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତହସିଲ ଅଞ୍ଚଳର ଚାଷୀଙ୍କ ପାଇଁ ଦ୍ୱିମୁଖୀ ବିପର୍ଯ୍ୟୟ ସୃଷ୍ଟି କରିଛି। ଧାନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri