Posted inଖେଳ

ଟିମ୍‌ ଇଣ୍ଡିଆକୁ ଭଲ ଆରମ୍ଭ ଦେଲେ ଓପନର, ପାଣି ପୂରାଇ ଦେଲେ ଆଣ୍ଡରସନ

ଟ୍ରେଣ୍ଟ ବ୍ରିଜ୍‌,୫।୮: ସ୍ଥାନୀୟ ଟ୍ରେଣ୍ଟ ବ୍ରିଜ୍‌ରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆକୁ ଭଲ ଆରମ୍ଭ ଦେଇଥିଲେ ରୋହିତ ଶର୍ମା ଓ ଲୋକେଶ ରାହୁଲଙ୍କ ଓପନିଂ ଯୋଡ଼ି। ଦୁହେଁ ପ୍ରଥମ ଉଇକେଟ ପାଇଁ ଯୋଡ଼ିଥିଲେ ୯୭ ରନ୍‌। ଲାଗୁଥିଲା ଟିମ୍‌ ଇଣ୍ଡିଆ ସହଜରେ ପ୍ରଥମ ଇନିଂସରେ ଅଗ୍ରଣୀ ହାସଲ କରିବ।

କିନ୍ତୁ ରୋହିତ(୩୬)ଙ୍କୁ ଆଉଟ୍‌ କରି ଭାରତୀୟ ଦଳକୁ ପ୍ରଥମ ଝଟକା ଦେଇଥିଲେ ଓଲି ରବିନସନ। ତା’ ପରେ ଜିମ୍ମି ଆଣ୍ଡରସନ କ୍ରମାଗତ ବଲରେ ଚେତେଶ୍ୱର ପୂଜାରା (୪) ଓ ଅଧିନାୟକ ବିରାଟ କୋହଲି (୦)ଙ୍କୁ ଆଉଟ୍‌ କରି ଭାରତୀୟ ଦଳର ପ୍ରୟାସରେ ପାଣି ପୁରାଇ ଦେଇଥିଲେ। ଏହାପରେ ଉପଅଧିନାୟକ ଅଜିଙ୍କ୍ୟ ରାହାନେ (୫) ରନ୍‌ଆଉଟ୍‌ ହେବା ସହ ମ୍ୟାଚ୍‌କୁ ଫେରିଥିଲା ଘରୋଇ ଦଳ। ବର୍ଷା କାରଣରୁ ଦ୍ୱିତୀୟ ଦିନର ଖେଳକୁ ଯଥେଷ୍ଟ ପୂର୍ବରୁ ସମାପ୍ତି ଘୋଷଣା କରାଯାଇଥିଲା। ଷ୍ଟମ୍ପ ଅପସାରଣ ବେଳକୁ ଭାରତ ୪୬.୪ ଓଭରରେ ୪ ଉଇକେଟ ହରାଇ ୧୨୫ ରନ ସଂଗ୍ରହ କରିଛି। ଫଳରେ ହାତରେ ୬ ଉଇକେଟ ଥାଇ ଭାରତ ୫୮ ରନ ପଛରେ ରହିଛି। ଓପନର ଲୋକେଶ ରାହୁଲ ୫୭ ଓ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ୭ ରନ କରି ଅପରାଜିତ ରହିଛନ୍ତି। ପୂର୍ବରୁ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଇଂଲଣ୍ଡ ୧୮୩ ରନ କର ଅଲ୍‌ଆଉଟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଲ ଭିତରକୁ ଓଲଟିଲା ବସ୍‌, ଭିତରେ ଥିଲେ ୫୦ ଯାତ୍ରୀ, ଆର୍ତ୍ତ ଚିତ୍କାର ଶୁଣି…

ନବରଙ୍ଗପୁର,୨୩ା୭(ସଦାଶିବ ପ୍ରହରାଜ): ୫୦ ଯାତ୍ରୀ ଥିବା ଏକ ବସ୍‌ ଗୁରୁବାର ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ବିଲ ମଧ୍ୟକୁ ଓଲଟି ପଡ଼ିଛି। ଫଳରେ ୧୫ରୁ ଅଧିକ ଯାତ୍ରୀ…

ଘୋଷଣା କରୁ କରୁ ସକ୍ରିୟ ହୋଇଉଠିଲେ କେନ୍ଦ୍ର ସରକାର: ଏହି ୪ ରାଜ୍ୟରେ ହେବ…

ନୂଆଦିଲ୍ଲୀ,୨୩।୭: ନିଟ୍‌ ପ୍ରଶ୍ନପତ୍ର ଜାଲିଆତି ବା ଲିକ୍‌ ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ଫାଷ୍ଟ ଟ୍ରାକ୍‌ କୋର୍ଟ ଗଠନ କରିବାର ଘୋଷଣା କରାଯିବା ପରେ କେନ୍ଦ୍ର…

ସରକାରୀ ଔଷଧ ଗୋଦାମ ପାର୍ଶ୍ଵରେ ପଡ଼ିଛି କୁଢ଼ କୁଢ଼ ଔଷଧ, ଏକ୍ସପାୟାରି…

ମୋହନା,୨୩।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଗୋଦାମ ଗୃହ ପାର୍ଶ୍ୱରେ ଥିବା ସରକାରୀ ପରିତ୍ୟକ୍ତ ଘର ଓ ବାହାରେ କୁଢ଼ କୁଢ଼ ଔଷଧ…

୪୦ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ହୋଇଗଲା ହୃଦ୍‌ସ୍ପନ୍ଦନ, ପରେ ଘଟିଲା ଏମିତି, ଡାକ୍ତର ହେଲେ ଆଶ୍ଚର୍ଯ୍ୟ…

କିଛି ସେକେଣ୍ଡ କିମ୍ବା ମିନିଟ୍‌ ପାଇଁ ନୁହେଁ, ୪୦ ଘଣ୍ଟାରୁ ଅଧିକ ସମୟ ଧରି ଜଣେ ବ୍ୟକ୍ତିଙ୍କ ହୃଦ୍‌ସ୍ପନ୍ଦନ ବନ୍ଦ ହୋଇଗଲା। ତା’ ପରେ ଯାହା ଘଟିଲା…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: TTE କରିବେ ଏହି ବଡ଼ କାମ, ଯୁକ୍ତିତର୍କ ସବୁ ହେବ ରେକର୍ଡ!

ନୂଆଦିଲ୍ଲୀ,୨୩।୭: ଟ୍ରେନରେ ଟିକେଟ ଯାଞ୍ଚ ଏବେ କ୍ୟାମେରା ନିରୀକ୍ଷଣରେ କରାଯିବ। ଟିଟିଇ ଏବଂ ଯାତ୍ରୀଙ୍କ ମଧ୍ୟରେ ବାର୍ତ୍ତାଳପକ ଭିଡିଓ ଫୁଟେଜ୍ ରେକର୍ଡ କରିବା ପାଇଁ ଟିଟିଇମାନେ ସେମାନଙ୍କ…

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

CJP Protest Update: ପିଏମ୍‌ ମୋଦିଙ୍କୁ କଂଗ୍ରେସ ଲେଖିଲା ଏଭଳି ଚିଠି, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୭: ଲୋକ ସଭା ଏବଂ ରାଜ୍ୟ ସଭାରେ ଗୁରୁବାର ବିରୋଧୀ ଦଳଗୁଡ଼ିକ ନିଟ୍‌ (NEET) ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଆଲୋଚନା ଆରମ୍ଭ କରିବା ପୂର୍ବରୁ କେନ୍ଦ୍ର ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri