ଏଜିଇଏଲ୍‌ର ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୫।୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଆଦାନୀ ଗ୍ରୁପର ଅଗ୍ରଣୀ କମ୍ପାନୀ ଆଦାନି ଗ୍ରିନ୍‌ ଏନର୍ଜି ଲିମିଟେଡ୍‌ (ଏଜିଇଏଲ)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର କାର୍ଯ୍ୟକଳାପ ଓ କରାବାର ସହିତ ଚଳିତ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସିକ ଫଳାଫଳ ସମ୍ପର୍କରେ ବିସ୍ତୃତ ଭାବେ ଘୋଷଣା କରାଯାଇଛି। ଏପରିକି ଚଳିତ ଆର୍ଥିକ ବର୍ଷର ପ୍ରଥମ ୯ ମାସ ମଧ୍ୟରେ କମ୍ପାନୀ (ଆଦାନି ଗ୍ରିନ୍‌ ଏନର୍ଜି) ଉଲ୍ଲେଖନୀୟ ଆର୍ଥିକ ଫଳାଫଳ ହାସଲ କରିଛି। କମ୍ପାନିର ରାଜସ୍ବ ପରିମାଣ ୫୭% ବୃଦ୍ଧି ପାଇ ୫୭୯୪ କୋଟି ଟଙ୍କା ହୋଇଛି। ଏହି ସମୟ ମଧ୍ୟରେ ଇବିଆଇଟିଡିଏ ୫୨% ବୃଦ୍ଧି ପାଇ ୫୪୧୨ କୋଟି ଟଙ୍କା ହୋଇଥିବା ବେଳେ ଇବିଆଇଟିଡିଏ ମାର୍ଜିନ୍‌ ୯୨% ରହିଛି।

ସେହିଭଳି କମ୍ପାନୀର ନଗଦ ଲାଭ ପରିମାଣ ୬୧% ବୃଦ୍ଧି ପାଇ ୨୯୪୪ କୋଟି ଟଙ୍କା ହୋଇଥିବା ବେଳେ ଇବିଆଇଟିଡିଲର ରନ୍‌-ରେଟ୍‌ ୭୮୦୬ କୋଟି ଟଙ୍କା ହୋଇଛି। ଏପରିକି ପରିଚାଳନା ଦକ୍ଷତା ପରିମାଣ ୧୬% ବୃଦ୍ଧି ପାଇ ୮୪୭୮ ମେଗାୱାଟ୍‌ ହୋଇଥିବା ବେଳେ ଶକ୍ତି ବିକ୍ରି ୫୯ % ବୃଦ୍ଧି ପାଇ ୧୬,୨୯୩ ମେଗାୱାଟ୍‌ ହୋଇଛି।
ଏ ସମ୍ପର୍କରେ ଏଜିଇଏଲର ସିଇଓ ଅମିତ ସିଂହ କହିଛନ୍ତି, ନିକଟରେ ଘୋଷିତ ଇକ୍ୱିଟି ଏବଂ ଋଣ ପୁଞ୍ଜି ସଂଗ୍ରହ ସହିତ ଆମେ ୨୦୩୦ ସୁଦ୍ଧା ଲକ୍ଷ୍ୟ ଧାର୍ଯ୍ୟ ହୋଇଥିବା ୪୫ଗିଗାୱାଟ୍‌ କ୍ଷମତାକୁ ହାସଲ କରିବା ଲାଗି ଅଭିବୃଦ୍ଧି ପାଇଁ ପୁଞ୍ଜି ପରିଚାଳନା ଢାଞ୍ଚା ପ୍ରସ୍ତୁତ କରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri