ଡ୍ରାଇଭର ମହାସଂଘ ଖଲ୍ଲିକୋଟ ଶାଖା ପକ୍ଷରୁ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ

ଖଲ୍ଲିକୋଟ,୧୫।୩(ଡି.ଏନ୍‌.ଏ.): ଓଡ଼ିଶା ଡ୍ରାଇଭର ମହାସଂଘ ଖଲ୍ଲିକୋଟ ଶାଖା ପକ୍ଷରୁ ଗୁରାପଲି ଟୋଲ୍‌ଗେଟ୍‌ ନିକଟ ଖଲ୍ଲିକୋଟ ଡ୍ରାଇଭର ସଙ୍ଘ କାର୍ଯ୍ୟାଳୟ ସମ୍ମୁଖରେ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ହୋଇଛି। ଖଲ୍ଲିକୋଟ ସଙ୍ଘ ସଭାପତି ମୁନା ପାତ୍ରଙ୍କ ନେତୃତ୍ୱରେ ୩୦୦ରୁ ଊଦ୍ଧର୍‌ବ ଡ୍ରାଇଭର ୯ ଦଫା ସମ୍ବଳିତ ଦାବି ନେଇ ନାରବାଜି କରିଛନ୍ତି। ଦାବି ପୂରଣ ନ ହେବା ଯାଏ ଏହି ଆନ୍ଦୋଳନ ଜାରି ରହିବ ବୋଲି ସଭାପତି ଏବଂ କର୍ମକର୍ତ୍ତାମାନେ ପ୍ରକାଶ କରିଥିଲେ। ଉକ୍ତ ରାସ୍ତା ଦେଇ ଗାଡ଼ି ଚଳାଇ ଯାଉଥିବା ଡ୍ରାଇଭରଙ୍କ ବେକରେ ଫୁଲମାଳ ଦେଇ ଜୁହାର କରୁଥିବା ଦେଖାଯାଇଛି। କୌଣସି ଅପ୍ରୀତିକର ପରିସ୍ଥିତି ନ ହେବା ପାଇଁ ଖଲ୍ଲିକୋଟ ପୋଲିସ ଧାରଣା ସ୍ଥାନରେ ରହିଛନ୍ତି। ଆନ୍ଦୋଳନରେ ସଙ୍ଘ ସଭାପତିଙ୍କ ସମେତ ଉପସଭାପତି ହେମନ୍ତ ଅଧିକାରୀ, ସମ୍ପାଦକ ଭକ୍ତ ପ୍ରହ୍ଲାଦ ବିଶୋଇ, ଅଜୟ କୁମାର ପଣ୍ଡା, ଜଗବନ୍ଧୁ ଜେନା, ଧୀରେନ ସାହୁଙ୍କ ସମେତ ବହୁ ସଂଖ୍ୟକ ଡ୍ରାଇଭର ଉପସ୍ଥିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri