ଆଇଆରଇ ଓ ଗୋପାଳପୁର ପୋର୍ଟ କମ୍ପାନୀରେ ଯୁବକ/ଯୁବତୀଙ୍କୁ ନିଯୁକ୍ତି ଦାବି ନେଇ ଆନ୍ଦୋଳନ

ଛତ୍ରପୁର (ଦିଲ୍ଲୀପ ସାମଲ )୪।୯: ଛତ୍ରପୁର ଉପକଣ୍ଠ ଆଇଆରଇଏଲ ଓ ଗୋପାଳପୁର ପୋର୍ଟ କମ୍ପାନୀ ଗୁଡିକରେ ସ୍ଥାନୀୟ ଶିକ୍ଷିତ ଯୁବକ /ଯୁବତୀମାନଙ୍କୁ ଅଗ୍ରାଧିକାର ଭିତ୍ତିରେ ନିଯୁକ୍ତି ଦାବି ନେଇ ଅଗଷ୍ଟ ୨୮ରୁ ଧାରଣା ଦିଆଯାଇଥିଲା। କିନ୍ତୁ ସେମାନଙ୍କ ଦାବି କେହି ନ ଶୁଣିବାରୁ ଆଜି ଡୁଗୁଲୁ ଛକ ନିକଟରେ ରାସ୍ତା ରୋକ କରିଛନ୍ତି ଆନ୍ଦୋଳନକାରୀ। ଯାହାଫଳରେ ବହୁ ଗାଡି ଅଟକ ରହିଛି। ଆନ୍ଦୋଳନକାରୀ କହିବା ମୁତାବକ ସେମାନେ ଆଜିକୁ ୫ବର୍ଷ ହେଲା ଏହି ଦାବି କରି ଆସୁଥିଲେ ବି ଏହି ଦୁଇ କମ୍ପାନୀ ସେମାନଙ୍କ ଦାବିକୁ ଅଣଦେଖା କରିବା ସହ କେବଳ ପ୍ରତିଶ୍ରୁତି ଦେଇ ଆସୁଥିଲା। ୭ ଦିନ ଶାନ୍ତି ଶୃଙ୍ଖଳାରେ ବସି ଧାରଣା ଦେବା ପରେ ବି କେହି ଶୁଣିଲେ ନାହିଁ ଶେଷରେ ବାଧ୍ୟ୍ୟ ହୋଇ ରାସ୍ତା ରୋକ କରାଯାଇଛି। ଆଗାମୀ ଦିନରେ ଏହି ଆନ୍ଦୋଳନକୁ ବଡ଼ ଧରଣର କରାଯିବ ବୋଲି କୁହାଯାଇଛି। ଘଟଣା ସ୍ଥଳରେ ପୋଲିସ ମୁତୟନ ରହିଛନ୍ତି। କଂଗ୍ରେସ ନେତା ଭାଗିରଥି ବେହେରାଙ୍କ ନେତୃତ୍ୱରେ ଅଞ୍ଚଳ ର କିଛି ମହିଳା /ଯୁବକମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି ଆନ୍ଦୋଳନରେ ଶ୍ରମିକ ନେତା ଭୋକାଲି ସେଠି, କଣମଣା ପଞ୍ଚାୟତର ନ୍ୟାୟ ସରପଞ୍ଚ ପ୍ରଶାନ୍ତ କୁମାର ବେହେରା, କାଳିଆ ରାଉଳ ଙ୍କ ସମେତ ସ୍ଥାନୀୟ ଅଂଚଳର ବାସିନ୍ଦାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ…

ବରଗଡ଼ର ଗୌରବ: ମାଷ୍ଟର ଗେମ୍‌ରେ ସ୍ବର୍ଣ୍ଣ ପଦକ ହାତେଇଲେ ୨ଭଉଣୀ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ): ମହାରାଷ୍ଟ୍ରର ମିନାତାଇ ଠାକରେ ଷ୍ଟାଡିୟମ, ନାସିକରେ ପ୍ରଥମ ଯୁନାଇଟେଡ ନ୍ୟାସନାଲ ମାଷ୍ଟର୍ସ ଗେମ୍ସ ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଗତ ୨୮ତାରିଖରୁ ଶନିବାର ପର୍ଯ୍ୟନ୍ତ ଚାଲିଥିବା…

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

ଆନ୍ଧ୍ର ପ୍ରଦେଶରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ତଥ୍ୟ ସଂଗ୍ରହ କଲେ ଶ୍ରମ ଅଧିକାରୀ

ବଘିଆପଡ଼ା,୩୧।୧(ଶ୍ରୀକାନ୍ତ ସାହୁ): ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତର ବୁରଗୋରା ଗ୍ରାମର ଅରୁଣ ରଣବିଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଜନ୍ମମାଟିକୁ…

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri