ଶିକ୍ଷକ ନିଯୁକ୍ତି ଦାବିରେ ଆନ୍ଦୋଳନ

ଛେଣ୍ଡିପଦା/ବଅଁରପାଳ,୩୧ା୧(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡା ଥାନା ମରାତିରା ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଆବଶ୍ୟକ ସଂଖ୍ୟକ ଶିକ୍ଷକ ନିଯୁକ୍ତି ଦାବି ନେଇ ସୋମବାର ବିଦ୍ୟାଳୟର ପରିଚାଳନା କମିଟି, ଅଭିଭାବକ, ଛାତ୍ରୀଛାତ୍ର ଓ ଗ୍ରାମବାସୀ ମିଳିତ ଭାବେ ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଆନ୍ଦୋଳନ କରିଥିଲେ। ଫଳରେ ବିଦ୍ୟାଳୟରେ ଶିକ୍ଷାଦାନ ବାଧାପ୍ରାପ୍ତ ହୋଇଥିଲା।
ସୂଚନାଯୋଗ୍ୟ, ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଥିବା ଏହି ବିଦ୍ୟାଳୟରେ ୨୧୯ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବାବେଳେ ୮ଜଣ ଶିକ୍ଷକଙ୍କ ଆବଶ୍ୟକତା ରହିଛି। ହେଲେ ଏବେ ୬ଜଣ ଶିକ୍ଷକ କାର୍ଯ୍ୟ ତୁଲାଉଛନ୍ତି। ଏହି ବିଦ୍ୟାଳୟରେ କାର୍ଯ୍ୟରତ ଥିବା ଜଣେ ଶିକ୍ଷୟିତ୍ରୀ ପ୍ରସୂତିକାଳୀନ ଛୁଟିରେ ଯାଇଥିବାବେଳେ ବର୍ତ୍ତମାନ ୫ଜଣ ଶିକ୍ଷକଙ୍କୁ ନେଇ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ଏଥିସହ ଅନ୍ୟ ଜଣେ ଶିକ୍ଷକଙ୍କ ବଦଳି କରାଯାଇଛି। ଏହାର ପ୍ରତିବାଦରେ ସୋମବାର ଗ୍ରାମବାସୀ ବିଦ୍ୟାଳୟର ମୁଖ୍ୟ ଫାଟକରେ ତାଲା ପକାଇ ଅପରାହ୍ନ ୫ଟା ପଯର୍‌ୟନ୍ତ ଆନ୍ଦୋଳନ ଜାରି ରଖିଥିଲେ। ଆବଶ୍ୟକ ମୁତାବକ ଶିକ୍ଷକ ନ ଥିବା ନେଇ ବାରମ୍ବାର ବିଭାଗୀୟ ଅଧିକାରୀଙ୍କ ଠାରେ ଅଭିଯୋଗ କରାଯାଉଥିଲେ ମଧ୍ୟ ପ୍ରଶାସନ କର୍ଣ୍ଣପାତ କରୁ ନ ଥିବାରୁ ବାଧ୍ୟ ହୋଇ ଗ୍ରାମବାସୀଙ୍କ ପକ୍ଷରୁ ଆନ୍ଦୋଳନ କରାଯାଇଥିବା କୁହାଯାଇଛି। ଅପରାହ୍ନ ୫ଟା ପର୍ଯ୍ୟନ୍ତ କୌଣସି ବିଭାଗୀୟ ଅଧିକାରୀ ଆନ୍ଦୋଳନ ସ୍ଥଳକୁ ଆସି ନ ଥିବାରୁ ଆନ୍ଦୋଳନ ଜାରି ରହିଛି। ସମସ୍ୟା ସମାଧାନ ପଯର୍‌ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ପରିଚାଳନା କମିଟି ସଭାପତି ରସାନନ୍ଦ ସାହୁଙ୍କ ସମେତ ପରିଚାଳନା କମିଟିର ବିନୋଦ ପ୍ରଧାନ, ଶରତ ଚନ୍ଦ୍ର ସାହୁ, ସୁଲତା ପ୍ରଧାନ ଓ ଭୀଷ୍ମ ସାହୁଙ୍କ ସମେତ ଗ୍ରାମବାସୀ ପ୍ରକାଶ କରିଛନ୍ତି।
ସେହିପରି ଶିକ୍ଷକ ନିଯୁକ୍ତି ଦାବିରେ ବଅଁରପାଳ ବ୍ଲକ ଜରପଡା ଥାନା ମରାତିରା ଗ୍ରାମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ତାଲା ପକାଇ ଅଭିଭାବକ ଓ ଛାତ୍ରୀଛାତ୍ର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଉକ୍ତ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୨୧୯ ଛାତ୍ରୀଛାତ୍ର ଅଧ୍ୟୟନରତ ଥିବାବେଳେ ମାତ୍ର ୬ଜଣ ଶିକ୍ଷୟିତ୍ରୀଶିକ୍ଷକ ଅଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଶିକ୍ଷୟିତ୍ରୀ ଗତ ନଭେମ୍ବର ୧ରୁ ୬ ମାସ ପର୍ଯ୍ୟନ୍ତ ଛୁଟିରେ ଅଛନ୍ତି। ବର୍ତ୍ତମାନ ଆଉ ଜଣେ ଶିକ୍ଷକଙ୍କ ଅନ୍ୟତ୍ର ବଦଳି ହୋଇଛି। ତେଣୁ ଶିକ୍ଷକ ନିଯୁକ୍ତି ଦାବିରେ ବିଦ୍ୟାଳୟ ଫାଟକରେ ତାଲା ପକାଇ ଦିଆଯାଇଥିବା ଗ୍ରାମବାସୀ କହିଛନ୍ତି। ବ୍ଲକ ଶିକ୍ଷାଅଧିକାରୀ ଦେବାନନ୍ଦ ଖୁଣ୍ଟିଆ କହିଛନ୍ତି, ସ୍କୁଲରେ ଶିକ୍ଷକ ସମସ୍ୟା ଦେଖାଦେଇଛି। ଉପରିସ୍ତ ଅଧିକାରୀଙ୍କୁ ଅବଗତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?