ଶିକ୍ଷକ ନିଯୁକ୍ତି ଦାବିରେ ଆନ୍ଦୋଳନ

ଛେଣ୍ଡିପଦା/ବଅଁରପାଳ,୩୧ା୧(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡା ଥାନା ମରାତିରା ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଆବଶ୍ୟକ ସଂଖ୍ୟକ ଶିକ୍ଷକ ନିଯୁକ୍ତି ଦାବି ନେଇ ସୋମବାର ବିଦ୍ୟାଳୟର ପରିଚାଳନା କମିଟି, ଅଭିଭାବକ, ଛାତ୍ରୀଛାତ୍ର ଓ ଗ୍ରାମବାସୀ ମିଳିତ ଭାବେ ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଆନ୍ଦୋଳନ କରିଥିଲେ। ଫଳରେ ବିଦ୍ୟାଳୟରେ ଶିକ୍ଷାଦାନ ବାଧାପ୍ରାପ୍ତ ହୋଇଥିଲା।
ସୂଚନାଯୋଗ୍ୟ, ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଥିବା ଏହି ବିଦ୍ୟାଳୟରେ ୨୧୯ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବାବେଳେ ୮ଜଣ ଶିକ୍ଷକଙ୍କ ଆବଶ୍ୟକତା ରହିଛି। ହେଲେ ଏବେ ୬ଜଣ ଶିକ୍ଷକ କାର୍ଯ୍ୟ ତୁଲାଉଛନ୍ତି। ଏହି ବିଦ୍ୟାଳୟରେ କାର୍ଯ୍ୟରତ ଥିବା ଜଣେ ଶିକ୍ଷୟିତ୍ରୀ ପ୍ରସୂତିକାଳୀନ ଛୁଟିରେ ଯାଇଥିବାବେଳେ ବର୍ତ୍ତମାନ ୫ଜଣ ଶିକ୍ଷକଙ୍କୁ ନେଇ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ଏଥିସହ ଅନ୍ୟ ଜଣେ ଶିକ୍ଷକଙ୍କ ବଦଳି କରାଯାଇଛି। ଏହାର ପ୍ରତିବାଦରେ ସୋମବାର ଗ୍ରାମବାସୀ ବିଦ୍ୟାଳୟର ମୁଖ୍ୟ ଫାଟକରେ ତାଲା ପକାଇ ଅପରାହ୍ନ ୫ଟା ପଯର୍‌ୟନ୍ତ ଆନ୍ଦୋଳନ ଜାରି ରଖିଥିଲେ। ଆବଶ୍ୟକ ମୁତାବକ ଶିକ୍ଷକ ନ ଥିବା ନେଇ ବାରମ୍ବାର ବିଭାଗୀୟ ଅଧିକାରୀଙ୍କ ଠାରେ ଅଭିଯୋଗ କରାଯାଉଥିଲେ ମଧ୍ୟ ପ୍ରଶାସନ କର୍ଣ୍ଣପାତ କରୁ ନ ଥିବାରୁ ବାଧ୍ୟ ହୋଇ ଗ୍ରାମବାସୀଙ୍କ ପକ୍ଷରୁ ଆନ୍ଦୋଳନ କରାଯାଇଥିବା କୁହାଯାଇଛି। ଅପରାହ୍ନ ୫ଟା ପର୍ଯ୍ୟନ୍ତ କୌଣସି ବିଭାଗୀୟ ଅଧିକାରୀ ଆନ୍ଦୋଳନ ସ୍ଥଳକୁ ଆସି ନ ଥିବାରୁ ଆନ୍ଦୋଳନ ଜାରି ରହିଛି। ସମସ୍ୟା ସମାଧାନ ପଯର୍‌ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ପରିଚାଳନା କମିଟି ସଭାପତି ରସାନନ୍ଦ ସାହୁଙ୍କ ସମେତ ପରିଚାଳନା କମିଟିର ବିନୋଦ ପ୍ରଧାନ, ଶରତ ଚନ୍ଦ୍ର ସାହୁ, ସୁଲତା ପ୍ରଧାନ ଓ ଭୀଷ୍ମ ସାହୁଙ୍କ ସମେତ ଗ୍ରାମବାସୀ ପ୍ରକାଶ କରିଛନ୍ତି।
ସେହିପରି ଶିକ୍ଷକ ନିଯୁକ୍ତି ଦାବିରେ ବଅଁରପାଳ ବ୍ଲକ ଜରପଡା ଥାନା ମରାତିରା ଗ୍ରାମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ତାଲା ପକାଇ ଅଭିଭାବକ ଓ ଛାତ୍ରୀଛାତ୍ର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଉକ୍ତ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୨୧୯ ଛାତ୍ରୀଛାତ୍ର ଅଧ୍ୟୟନରତ ଥିବାବେଳେ ମାତ୍ର ୬ଜଣ ଶିକ୍ଷୟିତ୍ରୀଶିକ୍ଷକ ଅଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଶିକ୍ଷୟିତ୍ରୀ ଗତ ନଭେମ୍ବର ୧ରୁ ୬ ମାସ ପର୍ଯ୍ୟନ୍ତ ଛୁଟିରେ ଅଛନ୍ତି। ବର୍ତ୍ତମାନ ଆଉ ଜଣେ ଶିକ୍ଷକଙ୍କ ଅନ୍ୟତ୍ର ବଦଳି ହୋଇଛି। ତେଣୁ ଶିକ୍ଷକ ନିଯୁକ୍ତି ଦାବିରେ ବିଦ୍ୟାଳୟ ଫାଟକରେ ତାଲା ପକାଇ ଦିଆଯାଇଥିବା ଗ୍ରାମବାସୀ କହିଛନ୍ତି। ବ୍ଲକ ଶିକ୍ଷାଅଧିକାରୀ ଦେବାନନ୍ଦ ଖୁଣ୍ଟିଆ କହିଛନ୍ତି, ସ୍କୁଲରେ ଶିକ୍ଷକ ସମସ୍ୟା ଦେଖାଦେଇଛି। ଉପରିସ୍ତ ଅଧିକାରୀଙ୍କୁ ଅବଗତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri